ଆଖି ବୁଜି ଦେଇଛି ପ୍ରଶାସନ: ଭଡା ଘରେ ଚାଲିଛି କୋଚିଂ ସେଣ୍ଟର

ମାଲକାନଗିରି,୫ା୭(ଡି.ଏନ୍‌.ଏ.)-କରୋନା ମହାମାରୀ ରୋଗ ଯେପରି ନ ବ୍ୟାପିବ, ଛାତ୍ରୀଛାତ୍ରମାନେ ସୁରକ୍ଷିତ ରହିବେ ସେଥିପାଇଁ ରାଜ୍ୟ ସରକାର ଗତ ମାର୍ଚ୍ଚରୁ ବାର୍ଷିକ ପରୀକ୍ଷା ନ କରି ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରି ଛାତ୍ରାବାସଗୁଡିକ ଖାଲି କରାଇ ପିଲାଙ୍କୁ ନିଜ ଘରକୁ ପଠାଇ ଦେଇଥିଲେ। କୋଚିଂ ସେଣ୍ଟର ନ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅନ୍‌ଲାଇନରେ ଶିକ୍ଷାଦାନ ବ୍ୟବସ୍ଥା ଏବେ ଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହୋଇଛି। ମାତ୍ର ମାଲକାନଗିରି ଜିଲାରେ କେତେକ ଶିକ୍ଷକ ଘରଭଡା ନେଇ ଛାତ୍ରୀଛାତ୍ରଙ୍କୁ ସକାଳେ ଏବଂ ସନ୍ଧ୍ୟାରେ କୋଚିଂ ସେଣ୍ଟର ଖୋଲି ଶିକ୍ଷାଦାନ କରୁଥିବା ଦେଖିବାକୁ ମିଳୁଛି। ବିଶେଷ କରି ଖଇରପୁଟ, ମାଥିଲି, ଗୋବିନ୍ଦପାଲି, ମାଲକାନଗିରି ଜିଲା ସଦର ମହକୁମାର କେତେକ ସ୍ଥାନରେ କୋଚିଂ ସେଣ୍ଟର ଖୋଲାଯାଇଛି। ଏଠାରେ କୋଭିିଡ୍‌-୧୯ ନିୟମକୁ ମଧ୍ୟ ଊଲ୍ଲଂଘନ କରାଯାଉଛି। ଛାତ୍ରୀଛାତ୍ରମାନେ ସମଦୂରତା ରକ୍ଷା କରୁ ନ ଥିବା ବେଳେ ମାସ୍କ ମଧ୍ୟ ବ୍ୟବହାର କରୁ ନ ଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ରମେଶ ଚନ୍ଦ୍ର ସେଠୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ୍‌ ସୁଇଚ୍‌ ଅଫ୍‌ ଥିବାରୁ ସମ୍ଭବ ହୋଇ ନ ଥିଲା। ଏ ନେଇ କୋଭିଡ୍‌-୧୯ର ମାଲକାନଗିରି ବ୍ଲକ ଦାୟିତ୍ୱରେ ଥିବା ନୋଡାଲ ଅଫିସର ତହସିଲଦାର ଡ. ଗୁଣନିଧି ନାୟକ କହିଛନ୍ତି, ଯଦି କୌଣସି ଶିକ୍ଷକ କୋଚିଂ ସେଣ୍ଟର କରି ଛାତ୍ରୀଛାତ୍ରଙ୍କୁ ପଢାଉଥାନ୍ତି ଏ ଦିଗରେ ଆଜିଠାରୁ ହିଁ ତଦାରଖ ହେବ। ସତ୍ୟତା ଜଣାପଡିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri