ଉପକୂଳରୁ ଉପାନ୍ତ ସବୁଠି ତାତି

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ଉତ୍ତପ୍ତ ହୋଇଛି ସାରା ଓଡ଼ିଶା। ଉପକୂଳରୁ ଉପାନ୍ତ ସବୁଠି ତାତିର ପ୍ରକୋପ ଦେଖାଦେଇଛି। ଗତ ୨-୩ ଦିନ ହେବ ପାରଦ ଉପରମୁହଁା ହୋଇଥିବାବେଳେ ଅସହ୍ୟ ଝାଞ୍ଜି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଦିନ ୧୧ଟା ପରେ ବାହାରେ ରହିବା ମୁସ୍କିଲ ହୋଇପଡୁଛି। ଗୁରୁବାର ରାଜ୍ୟର ୩ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍‌ ଏବଂ ୮ଟି ସହର ୩୯ ଡିଗ୍ରୀ ଟପିଯାଇଛି। ବଲାଙ୍ଗୀରର ସର୍ବୋଚ୍ଚ ତାପମାତ୍ରା ୪୦.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ବୌଦ୍ଧ ୪୦, ଝାରସୁଗୁଡ଼ା ୩୯.୨, ସମ୍ବଲପୁର ୩୯.୧, ଭବାନୀପାଟଣା ୩୯.୪, ଟିଟିଲାଗଡ଼ ୩୯.୬, ସୋନପୁର ୩୯.୨, ନୟାଗଡ଼ ୩୯, ଅନୁଗୋଳ ୩୮.୭, ତାଳଚେର ୩୮, ଭଦ୍ରକ ୩୭.୬, ଯାଜପୁର ୩୭.୨ ଫୁଲବାଣୀ ୩୭.୬, ହୀରାକୁଦ ୩୭.୯ ଏବଂ ସୁନ୍ଦରଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୭.୫ ଡିଗ୍ରୀ ସେଲ୍‌ସିୟସ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୋଳ ଏବଂ ସମ୍ବଲପୁରରେ ପ୍ରବଳ ତାତି ଅନୁଭୂତ ହେବ। ଏ ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରତିକାରମୂଳକ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଗ୍ରୀଷ୍ମପ୍ରବାହ ଦୃଷ୍ଟିରୁ ସତର୍କ ରହିବା ଏବଂ ଅଂଶୁଘାତ ମୁକାବିଲା ଲାଗି ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଛନ୍ତି।
ମାର୍ଚ୍ଚ ତୃତୀୟ ସପ୍ତାହ ବେଳକୁ ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ଡେଇଁବା ସରକାରଙ୍କ ଚିନ୍ତା ବଢ଼ାଇଛି। ଏହାର ମୁକାବିଲା ଲାଗି ଗୁରୁବାର ଲୋକସଭା ଭବନରେ ମୁଖ୍ୟ ଶାସନ ସଚିବ ରାଜ୍ୟସ୍ତରୀୟ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ପାନୀୟଜଳ ଯୋଗାଣ, ଡାକ୍ତରଖାନାରେ ଅଂଶୁଘାତ ଚିକିତ୍ସା, ଜଙ୍ଗଲ ନିଅଁା ନିରୋଧ ବ୍ୟବସ୍ଥାକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ସେ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ପାନୀୟ ଜଳ ଉତ୍ସ ବିଶୁଦ୍ଧୀକରଣ, ନିୟମିତ ଯାଞ୍ଚ, ଆବଶ୍ୟକ ସ୍ଥଳେ ମରାମତି କରିବା ଲାଗି କୁହାଯାଇଛି। କୂଅ, ନଳକୂପ ନିକଟରେ ବୁଲାପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ବ୍ୟବସ୍ଥା, ଜଙ୍ଗଲରେ ପ୍ରବାହିତ ଝରଣାରେ ବାଲି ବସ୍ତା ଦେଇ ଛୋଟ ଆଡିବନ୍ଧ ନିର୍ମାଣ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି। ବିପର୍ଯ୍ୟୟ ମୁକାବିଲା ଗ୍ରୁପ୍‌ଗୁଡ଼ିକ ଦୈନିକ ବୈଠକ କରି ପ୍ରସ୍ତୁତିର ଅନୁଶୀଳନ କରିବା, ଗ୍ରୀଷ୍ମପ୍ରବାହ ସମ୍ପର୍କରେ ଆଗୁଆ ସତର୍କ ସୂଚନା ପ୍ରସାରଣ, ସଚେତନତା ସୃଷ୍ଟିରେ ଗଣମାଧ୍ୟମ, ସ୍ବେଚ୍ଛାସେବୀ ସଂଘ, ପଞ୍ଚାୟତିରାଜ ଅନୁଷ୍ଠାନ, ଗ୍ରାମ୍ୟଗୋଷ୍ଠୀକୁ ସାମିଲ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏସ୍‌ଆର୍‌ସି ପ୍ରଦୀପ କୁମାର ଜେନା କହିଛନ୍ତି, ଗ୍ରୀଷ୍ମପ୍ରବାହ ମୁକାବିଲା ନେଇ ଫେବୃୟାରୀରୁ ଏସ୍‌ଓପି ଜାରି କରାଯାଇଛି। ସମ୍ପୃକ୍ତ ବିଭାଗ ପ୍ରସ୍ତୁତି ଯୋଜନାର ଅଗ୍ରଗତି ବିଷୟରେ ନିୟମିତ ଭାବେ ସ୍ବତନ୍ତ୍ର ରିଲିଫ୍‌ କମିଶନଙ୍କ କାର୍ଯ୍ୟାଳୟକୁ ଅବଗତ କରାଇବା ପାଇଁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି ।
ବୈଠକରେ ଅଙ୍ଗନଓ୍ବାଡି ଏବଂ ଆଶାକର୍ମୀଙ୍କ ପାଖରେ ଓଆର୍‌ଏସ୍‌ ପ୍ୟାକେଟ ମହଜୁଦ ରଖିବା, ପଶୁପକ୍ଷୀଙ୍କ ନିମନ୍ତେ ଜଳ ବ୍ୟବସ୍ଥା, ଶ୍ରମିକଙ୍କ କାର୍ଯ୍ୟସ୍ଥଳୀରେ ଜଳ ଓ ବିଶ୍ରାମସ୍ଥଳ ନିର୍ମାଣ, ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ରର ସମୟ ନିର୍ଘଣ୍ଟରେ ଆବଶ୍ୟକ ପରିବର୍ତ୍ତନ, ଯାତ୍ରୀବାହୀ ଯାନବାହନରେ ପାଣି, ଭିଡ଼ ନିୟନ୍ତ୍ରଣ, ଫାଷ୍ଟଏଡ୍‌ ବ୍ୟବସ୍ଥା, ନିରନ୍ତର ବିଦ୍ୟୁତ୍‌ ଯୋଗାଣ, କେନାଲରେ ପାଣି ଛାଡ଼ିବା ଆଦି ବିଷୟରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri