ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ ଧରୁନି କୁହାଯାଉଛି। ଆହୁରି ପ୍ରବଳ ଶୀତ ପଡିବ। ଏବେ ସନ୍ଧ୍ୟାା ନଇଁ ଆସିବା କ୍ଷଣି ସାଥିରେ ଶୀତ ମାଡି ଆସୁଛି। ଘନ କୁହୁଡି ଓ ସୁଲୁସୁଲିଆ ଦକ୍ଷିଣା ପବନ ଶୀତକୁ ଦ୍ବିଗୁଣିତ କରୁଛି ଘରୁ ଗୋଡ଼ କାଡିବା ମୁସ୍କିଲ ହୋଇପଡୁଛି। ୫୯ନଂ ଜାତୀୟ ରାଜପଥ ଉପରେ ଘନ କୁହୁଡି ଗାଡି ଚଳାଚଳରେ ବଡ଼ ବାଧକ ସାଜିଛି।
ବିଳମ୍ବିତ ରାତିଠାରୁ କୁହୁଡି ଆରମ୍ଭ ହୋଇ ସକାଳ ୯ଟା ଅର୍ଯ୍ୟନ୍ତ ଆଚ୍ଛାଦିତ ହୋଉ ରହୁଛି। ଅସହ୍ୟ ଜାଡ଼ ଯୋଗୁ ଅଞ୍ଚଳବାସୀ ପ୍ରାତଃଭ୍ରମଣ ସହ ଯୋଗାଭ୍ୟାସ ଓ ପ୍ରାଣାୟାମ କରି ଦେହକୁ ଉଷୁମ କରିବା ସହ ଫିଟ ରଖୁଛନ୍ତି। ସେହିପରି ଅନ୍ୟ ମାନେ ମଧ୍ୟ ନିଆଁ ଲଗାଇ ନିଆଁ ପୁଉଁଥିବା ଓ ଖରାରେ ରହି ଦେହକୁ ଉଷୁମ କରୁଥିବା ଦେଖିବାକୁ ମିଳିଛି। ଏବେ ଶୀତ ଛୁଟି ରହିଥିବାରୁ ଶିଶୁ ପର୍ଯ୍ୟଟକ ନିଜ ପରିବାର ସହ ଇକୋ ରିଟ୍ରିଟ ସହ ହୋଟେଲ ଲଜରେ ରାତ୍ରିଯାପନ କରିଛନ୍ତି ରାଜ୍ୟର ପର୍ଯ୍ୟଟକଙ୍କ ସମେତ ରାଜ୍ୟ ବାହାରୁ ପର୍ଯ୍ୟଟକ ଦାରିଙ୍ଗବାଡିରେ ଡେରା ପକାଇ ଶୀତର ମଜା ନେଉଛନ୍ତି। ହୋଟେଲ ଲଜ୍‌ ବୁକିଂ ସରିଯାଇଥିବାରୁ ଅନେକ ପର୍ଯ୍ୟଟକ ଷ୍ଟେ ହୋମ ଓ ପରିଚିତ ସମ୍ପର୍କୀୟଙ୍କ ଘରେ ରହି ଦାରିଙ୍ଗବାଡିରେ ଶୀତର ମଜା ଉଠାଉଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri