ଭୁଶୁଡ଼ିଲା କାନଝରୀ ଡ୍ୟାମ୍‌ କେନାଲ ଆଡ଼ିବନ୍ଧ

କେନ୍ଦୁଝର, ୧୬ା୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ରଘୁନାଥପୁର ପଞ୍ଚାୟତର କାଳିଆବେଡ଼ା ଗଁା ନିକଟରେ କାନଝରୀ ଡ୍ୟାମ୍‌ର ୨୫ଫୁଟ୍‌ କେନାଲ ଆଡ଼ିବନ୍ଧ ଭୁଶୁଡି ପଡିଛି। ଫଳରେ ସ୍ଥାନୀୟ ଅଞ୍ଚଳର ଚାଷଜମିରେ ପାଣି ପଶି ଫସଲ କ୍ଷତି ହୋଇଛି। ମରାମତି ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଥିଲେ ହେଁ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏହି କେନାଲ ବନ୍ଧ ଭୁଶୁଡ଼ିପଡ଼ିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଏହା ପୂର୍ବରୁ ୨୦୧୬ରେ ମଧ୍ୟ ଏଠାରେ କେନାଲ ବନ୍ଧ ଭାଙ୍ଗିଥିଲା। ଗୁରୁବାର ସାରେ ପୁଣି ଏହି ଆଡ଼ିବନ୍ଧ ଭାଙ୍ଗିଯାଇଛି। ପୂର୍ବରୁ ଆଡ଼ିବନ୍ଧରେ ସାମାନ୍ୟ ଗର୍ତ୍ତ ହୋଇଥିବା ସ୍ଥାନୀୟ ଲୋକେ କହିଛନ୍ତି।
ଏହି କେନାଲ ଉପରେ ତଳମୁଣ୍ଡରେ ପ୍ରାୟ ୮ରୁ ୧୦ଖଣ୍ଡ ଗଁାର ଚାଷୀ ନିର୍ଭରଶୀଳ। ଆଡ଼ିବନ୍ଧ ଭାଙ୍ଗିବା ଫଳରେ ହଳଧରପୁର, ଚେମୁଡିବିଲ, ଦେବନ୍ଧ, ଜମୁନାଳିଆ, କଦଳୀପଶି, ବେଲଦୁମା, ପାଟନାଳି ଆଦି ଗ୍ରାମର ଚାଷୀ ବିଶେଷ ପ୍ରଭାବିତ ହୋଇଛନ୍ତି। ଏହି ଗ୍ରାମର ଚାଷୀମାନେ ମୁଖ୍ୟତଃ ଧାନ ଚାଷ କରିଥାନ୍ତି। ଶୀଘ୍ର ଏହି ବନ୍ଧ ମରାମତି କରା ନ ଗଲେ ବିଲଗୁଡ଼ିକରେ ପାଣି ଶୁଖି ଯାଇ ଧାନ ଗଛ ନଷ୍ଟ ହୋଇଯିବ ବୋଲି ପ୍ରକାଶ କରିଛନ୍ତି। ଆଗକୁ ଖରାଟିଆ ଚାଷ କରିବା ପାଇଁ ପ୍ରସ୍ତୁତ ହେଉଥିବାରୁ ତୁରନ୍ତ କେନାଲ ମରାମତି ସହ କ୍ଷତିପୂରଣ ପାଇଁ ସେମାନେ ଦାବି କରିଛନ୍ତି। କେନ୍ଦୁଝର ସଦର ଓ ପାଟଣା ଅଞ୍ଚଳର ହଜାର ହଜାର ଚାଷୀ ଏହି ଡ୍ୟାମ୍‌ ଉପରେ ନିର୍ଭର କରିଥାନ୍ତି। କେନାଲ ମରାମତି ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଥିଲେ ହେଁ ନିମ୍ନମାନର ଯୋଗୁ ଅନେକ ସମୟରେ ଭାଙ୍ଗୁଛି। ଏହାର ସ୍ଥାୟୀ ମରାମତି ଦାବି କରିଛନ୍ତି ଚାଷୀ। ଏ ସମ୍ପର୍କରେ ସଦର ତହସିଲଦାର ଆଶିଷ ମହାପାତ୍ର କହିଛନ୍ତି, ଅଭିଯୋଗ ମିଳିନାହିଁ। କୌଣସି କ୍ଷୟକ୍ଷତି ହୋଇଥିଲେ ଆର୍‌ଆଇଙ୍କ ସହାୟତାରେ ଅନୁଧ୍ୟାନ କରି ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri