କଟକ ଅଫିସ,୨୬।୮: କଟକ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲାର ବିଭିନ୍ନ ସ୍ଥାନରୁ କରୋନା ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟକୁ ସଂକ୍ରମଣ ବ୍ୟାପିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କର୍ମଚାରୀଙ୍କ ସ୍ବାବ୍ ଟେଷ୍ଟ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣେ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ ଆସିଛି। ଉକ୍ତ କର୍ମଚାରୀଙ୍କୁ ଚିକିତ୍ସା ପାଇଁ କୋଭିଡ୍ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଛି। ଏହାପରେ ଅନ୍ୟ କର୍ମଚାରୀଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ମଙ୍ଗଳବାର ଅପରାହ୍ନରେ ଜିଲାପାଳ ଭବାନୀ ଶଙ୍କର ଚୟନୀ ଅଗଷ୍ଟ ୨୬ ଓ ୨୭ ତାରିଖ ଦୁଇ ଦିନ ଧରି ଜିଲାପାଳଙ୍କ କାର୍ଯ୍ୟାଳୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ କାର୍ଯ୍ୟାଳୟ ପରିସରକୁ ସମ୍ପୂର୍ଣ୍ଣ ବିଶୋଧନ କରାଯିବ।
Posted inଆମ ଜିଲା ଖବର, କଟକ View All
ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍ , ସିସିଟିଭିରେ…
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍ ହେଉଛି। ପୋଲିସ…
କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ
କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…
ବାଇକ୍କୁ ଧକ୍କା ଦେଲା ଟ୍ରକ୍: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ
ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…
ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା
ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…
ଦୀପ ଜାଳି କ୍ୟାପ୍ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର
ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…
ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ
ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

