କଲେଜ ପଡ଼ିଆ ପାଲଟିଛି ଷ୍ଟକ୍‌ୟାର୍ଡ

କେନ୍ଦୁଝର,୧୬।୭(ସ୍ବ.ପ୍ର.) କେନ୍ଦୁଝରସ୍ଥିତ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟ ପରିସରରେ ପାଣି ପାଇପ୍‌ ଜମା କରାଯାଇଥିବାରୁ ନାନା ସମସ୍ୟା ସୃଷ୍ଟି ହେଉଛି। ପାଇପ୍‌ଗୁଡ଼ିକ ବିପଦପୂର୍ଣ୍ଣ ଅବସ୍ଥାରେ ଗଛିତ ରଖାଯାଇଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। କଲେଜର ଛାତ୍ରୀଛାତ୍ରଙ୍କ ସହିତ ପୁରାତନ ଛାତ୍ର, ଅଭିଭାବକ ଏବଂ ସ୍ଥାନୀୟ ଲୋକେ ଏହି ଷ୍ଟକୟାର୍ଡକୁ ଅନ୍ୟତ୍ର ଉଠାଇନେବାକୁ ଦାବି କରିଛନ୍ତି। ସେହିପରି ଏହି ପାଇପ୍‌ ଅନ୍ୟତ୍ର ସ୍ଥାନାନ୍ତରଣ କରିବା ପାଇଁ ମାସେ ହେଲା ମହାବିଦ୍ୟାଳୟର ଅଧ୍ୟକ୍ଷ ଜନସ୍ବାସ୍ଥ୍ୟ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି କରିଥିଲେ ହେଁ ସେ ଶୁଣୁ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି।
ଯେ, ମହାବିଦ୍ୟାଳୟ ପରିସର ଗୋପବନ୍ଧୁ ଛାତ୍ରବାସ ସମ୍ମୁଖ ପଡ଼ିଆରେ ଦୀର୍ଘ ମାସ ହେଲା ପାଣି ପାଇପ୍‌ ବିଛାଉଥିବା ଠିକା ସଂସ୍ଥା ବହୁ ସଂଖ୍ୟାରେ ପାଇପ୍‌ ଗଚ୍ଛିତ ରଖିଛନ୍ତି। ଫଳରେ ଛାତ୍ରୀଛାତ୍ରମାନଙ୍କର ଚଳପ୍ରଚଳରେ ନାନା ସମସ୍ୟା ସୃଷ୍ଟି ହେଉଛି। ପାଇପ୍‌ ଗଚ୍ଛିତ ଯୋଗୁ ପରିସରର ସୌନ୍ଦର୍ଯ୍ୟ ହାନୀ ଘଟିବା ସହିତ ବିପଦପୂର୍ଣ୍ଣ ପରିବେଶ ସୃଷ୍ଟି କରୁଛି। ସେହିପରି ନିକଟରେ ୟୁଜିସି ଓ ନାକ୍‌ ଟିମ୍‌ ଗସ୍ତ କାର୍ଯ୍ୟକ୍ରମ ରହୁଥିବାରୁ ଏହା ମହାବିଦ୍ୟାଳୟର ମର୍ଯ୍ୟାଦା ହାନୀ ଘଟାଇବ ବୋଲି କୁହାଯାଉଛି। ସେହିପରି ଏହି ପରିସରରେ ଠିକା ସଂସ୍ଥାର କର୍ମଚାରୀ ମଧ୍ୟ କ୍ୟାମ୍ପ କରି ରହୁଥିବାରୁ ନାନା ବିଶୃଙ୍ଖଳା ଦେଖାଦେଉଛି। ଯାହାକୁ ନେଇ ପୁରାତନ ଛାତ୍ର ତଥା ଅଭିଭାବକ ଏବଂ ବର୍ତ୍ତମାନ ପାଠ ପଢୁଥିବା ଛାତ୍ରଛାତ୍ରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏ ନେଇ ମହାବିଦ୍ୟାଳୟ ପକ୍ଷରୁ ଚିଠିନଂ. ୧୩୫୦/୧୮ା୬ା୨୦୨୨ରେ ଜନସ୍ବାସ୍ଥ୍ୟ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି କରାଯାଇଥିଲେ ମଧ୍ୟ ଏଥିପ୍ରତି ଗୁରୁତ୍ୱ ଦିଆଯାଇନାହିଁ। ଏହାକୁ ନେଇ ଆଗାମୀ ଦିନରେ ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri