କଲେଜ ପଡ଼ିଆ ପାଲଟିଛି ଷ୍ଟକ୍‌ୟାର୍ଡ

କେନ୍ଦୁଝର,୧୬।୭(ସ୍ବ.ପ୍ର.) କେନ୍ଦୁଝରସ୍ଥିତ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟ ପରିସରରେ ପାଣି ପାଇପ୍‌ ଜମା କରାଯାଇଥିବାରୁ ନାନା ସମସ୍ୟା ସୃଷ୍ଟି ହେଉଛି। ପାଇପ୍‌ଗୁଡ଼ିକ ବିପଦପୂର୍ଣ୍ଣ ଅବସ୍ଥାରେ ଗଛିତ ରଖାଯାଇଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। କଲେଜର ଛାତ୍ରୀଛାତ୍ରଙ୍କ ସହିତ ପୁରାତନ ଛାତ୍ର, ଅଭିଭାବକ ଏବଂ ସ୍ଥାନୀୟ ଲୋକେ ଏହି ଷ୍ଟକୟାର୍ଡକୁ ଅନ୍ୟତ୍ର ଉଠାଇନେବାକୁ ଦାବି କରିଛନ୍ତି। ସେହିପରି ଏହି ପାଇପ୍‌ ଅନ୍ୟତ୍ର ସ୍ଥାନାନ୍ତରଣ କରିବା ପାଇଁ ମାସେ ହେଲା ମହାବିଦ୍ୟାଳୟର ଅଧ୍ୟକ୍ଷ ଜନସ୍ବାସ୍ଥ୍ୟ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି କରିଥିଲେ ହେଁ ସେ ଶୁଣୁ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି।
ଯେ, ମହାବିଦ୍ୟାଳୟ ପରିସର ଗୋପବନ୍ଧୁ ଛାତ୍ରବାସ ସମ୍ମୁଖ ପଡ଼ିଆରେ ଦୀର୍ଘ ମାସ ହେଲା ପାଣି ପାଇପ୍‌ ବିଛାଉଥିବା ଠିକା ସଂସ୍ଥା ବହୁ ସଂଖ୍ୟାରେ ପାଇପ୍‌ ଗଚ୍ଛିତ ରଖିଛନ୍ତି। ଫଳରେ ଛାତ୍ରୀଛାତ୍ରମାନଙ୍କର ଚଳପ୍ରଚଳରେ ନାନା ସମସ୍ୟା ସୃଷ୍ଟି ହେଉଛି। ପାଇପ୍‌ ଗଚ୍ଛିତ ଯୋଗୁ ପରିସରର ସୌନ୍ଦର୍ଯ୍ୟ ହାନୀ ଘଟିବା ସହିତ ବିପଦପୂର୍ଣ୍ଣ ପରିବେଶ ସୃଷ୍ଟି କରୁଛି। ସେହିପରି ନିକଟରେ ୟୁଜିସି ଓ ନାକ୍‌ ଟିମ୍‌ ଗସ୍ତ କାର୍ଯ୍ୟକ୍ରମ ରହୁଥିବାରୁ ଏହା ମହାବିଦ୍ୟାଳୟର ମର୍ଯ୍ୟାଦା ହାନୀ ଘଟାଇବ ବୋଲି କୁହାଯାଉଛି। ସେହିପରି ଏହି ପରିସରରେ ଠିକା ସଂସ୍ଥାର କର୍ମଚାରୀ ମଧ୍ୟ କ୍ୟାମ୍ପ କରି ରହୁଥିବାରୁ ନାନା ବିଶୃଙ୍ଖଳା ଦେଖାଦେଉଛି। ଯାହାକୁ ନେଇ ପୁରାତନ ଛାତ୍ର ତଥା ଅଭିଭାବକ ଏବଂ ବର୍ତ୍ତମାନ ପାଠ ପଢୁଥିବା ଛାତ୍ରଛାତ୍ରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏ ନେଇ ମହାବିଦ୍ୟାଳୟ ପକ୍ଷରୁ ଚିଠିନଂ. ୧୩୫୦/୧୮ା୬ା୨୦୨୨ରେ ଜନସ୍ବାସ୍ଥ୍ୟ ବିଭାଗର ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି କରାଯାଇଥିଲେ ମଧ୍ୟ ଏଥିପ୍ରତି ଗୁରୁତ୍ୱ ଦିଆଯାଇନାହିଁ। ଏହାକୁ ନେଇ ଆଗାମୀ ଦିନରେ ଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?