Posted inଫୁରସତ

ବିପଦ ଆସିଲେ ବଦଳିଯାଏ ଏହି ମନ୍ଦିର କୁଣ୍ଡପାଣିର ରଙ୍ଗ

ଦେଶରେ ଅନେକ ଦେବଦେବୀଙ୍କ ମନ୍ଦିର ରହିଛି। ପ୍ରତ୍ୟେକ ମନ୍ଦିରର କିଛି ନା କିଛି ବିଶେଷତ୍ୱ ରହିଛି। ସେହିପରି କଶ୍ମୀରର ଶ୍ରୀନଗର ତୁଲମୁଲାରେ ଏମିତି ଏକ ମନ୍ଦିର ରହିଛି, ଏହା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ମନ୍ଦିରର ନାମ ମାତା କ୍ଷୀର ଭବାନୀ। ଏଠାରେ ଥିବା ଏକ କୁଣ୍ଡ ଆଗୁଆ ବିପଦ ସମ୍ପର୍କରେ ସୂଚନା ଦେଇଥାଏ। ପଣ୍ଡିତଙ୍କ ଅନୁସାରେ ବିପଦ ଆସିବା ପୂର୍ବରୁ କୁଣ୍ଡ ପାଣିର ରଙ୍ଗ ବଦଳି ଯାଇଥାଏ। ମନ୍ଦିରର ଦେଖାଶୁଣା କରୁଥିବା ରାଜେନ୍ଦ୍ର ସିଂ କୁହନ୍ତି, କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ସମୟରେ କୁଣ୍ଡ ପାଣିର ରଙ୍ଗ ବଦଳି ଯାଇଥିଲା। ମୋଦିଙ୍କ ଘୋଷଣା ପୂର୍ବରୁ କୁଣ୍ଡ ପାଣିର ରଙ୍ଗ କଳା ହୋଇଯାଇଥିଲା। କିନ୍ତୁ ଏବେ ସ୍ବାଭାବିକ ହୋଇଛି। ଏହି ମନ୍ଦିରକୁ କଶ୍ମୀର ପଣ୍ଡିତମାନେ ନିର୍ମାଣ କରିଥିଲେ। ଅଶାନ୍ତ ବାତବରଣ ଯୋଗୁ ଏଠାକୁ ଖୁବ୍‌ କମ୍‌ ଲୋକ ଆସିଥାନ୍ତି। ବିଶେଷକରି ସେନାର ଯବାନମାନେ ଏହି ମନ୍ଦିରକୁ ପୂଜା କରିବାକୁ ଆସିଥାନ୍ତି। ସୂଚନା ଯେ, ୨୦୦୮ରେ ଅମରନାଥ ଭୂମି ଆନ୍ଦୋଳନ, ୨୦୧୦ରେ ଅମର ଅବ୍‌ଦୁଲ୍ଲା ସରକାରରେ ହିଂସା, ୨୦୧୪ରେ ବନ୍ୟା, ୨୦୧୬ରେ ହିଜବୁଲ ଆତଙ୍କ ସମୟରେ ମଧ୍ୟ କୁଣ୍ଡ ପାଣିର ରଙ୍ଗ ବଦଳି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସରେ ବସି ଲଞ୍ଚ କରୁଥିଲେ ବାପା, ୟୁପିଏସ୍‌ସିରେ କୃତକାର୍ଯ୍ୟ ହୋଇଥିବା ଖବର ଜଣାଇବାକୁ ପହଞ୍ଚିଲେ ପୁଅ, ପରେ ଯାହା ଘଟିଲା…

ନିଜ ସନ୍ତାନର ଖୁସିରେ ନିଜ ଖୁସି ଖୋଜିଥାନ୍ତି ମା’ବାପା। ଯଦି କାହାର ପୁଅ ନଚେତ ଝିଅ ଦେଶର ସବୁଠାରୁ ବଡ଼ ପରୀକ୍ଷା ୟୁପିଏସ୍‌ସି ପାସ୍‌ କରିଦିଏ...

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri