ଚିତ୍ରକୋଣ୍ଡା, ୨୦ା୧(ଡି.ଏନ.ଏ.): ଓଡ଼ିଶାର ଅବସରପ୍ରାପ୍ତ ସର୍ବୋଚ୍ଚ ଯନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ଡ୍ୟାମ୍ ସେଫ୍ଟି କମିଟିର ୩ ଜଣିଆ ବିଶେଷଜ୍ଞ ଦଳ ମଙ୍ଗଳବାର ଚିତ୍ରକୋଣ୍ଡା ଡ୍ୟାମ୍ ଓ ସ୍ପିଲ୍ୱେର ବିଭିନ୍ନ ସୁରକ୍ଷା ସମ୍ପର୍କିତ ତଥ୍ୟ ଯାଞ୍ଚ କରିଛନ୍ତି। ଟିମ୍ରେ ଅବସରପ୍ରାପ୍ତ ସର୍ବୋଚ୍ଚ ଯନ୍ତ୍ରୀ ବିଭୂତି ଭୂଷଣ ପଣ୍ଡା, ଡେପୁଟି ଡାଇରେକ୍ଟର ଅରୁଣ କୁମାର ଦାସ ଓ ସୁବାସ ଚନ୍ଦ୍ର ରଥ ଚିତ୍ରକୋଣ୍ଡାରେ ପହଞ୍ଚତ୍ ଡ୍ୟାମ୍ ଓ ସ୍ପିଲ୍ଓ୍ବେ ସ୍ଥିତି ଯାଞ୍ଚ କରିଥିଲେ। ଏହି ସମୟରେ ପୋଟେରୁ ଜଳସେଚନ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଚନ୍ଦ୍ରଶେଖର ମିଶ୍ର, ବାଲିମେଳା ଡ୍ୟାମ୍ ନିର୍ବାହୀ ଯନ୍ତ୍ରୀ କବିପ୍ରସାଦ ନାଥ, ଉପନିର୍ବାହୀ ଯନ୍ତ୍ରୀ ଉମାକାନ୍ତ ସାହୁ (ସିଭିଲ) ଓ ନବକିଶୋର ସିଂ (ମେକାନିକାଲ) ଉପସ୍ଥିତ ଥିଲେ l ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ଅଧୀନରେ ସମୁଦାୟ ୨୦୪ଟି ବନ୍ଧ ରହିଛି । ସେଥିରୁ ୧୦ ବୃହତ୍ ଜଳସେଚନ ପ୍ରକଳ୍ପ, ୫୦ ମଧ୍ୟମ ଜଳସେଚନ ପ୍ରକଳ୍ପ ଓ ୧୪୪ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରହିଛି। ସେହି ସବୁ ଜଳସେଚନ ପ୍ରକଳ୍ପ ଅଧୀନରେ ଥିବା ଡ୍ୟାମ୍ ଓ ସ୍ପିଲ୍ଓ୍ବେଗୁଡିକର ସୁରକ୍ଷା ଓ ମରାମତି ସମ୍ପର୍କରେ ଯାଞ୍ଚ ଏହି ଡ୍ୟାମ୍ ସେଫ୍ଟି କମିଟି କରିଥାଏ। କମିଟିର ରିପୋର୍ଟକୁ ଆଧାରକରି ସରକାର ପଦକ୍ଷେପ ନେଇଥାନ୍ତି।
Posted inଆମ ଜିଲା ଖବର, ମାଲକାନଗିରି View All
କଫ୍ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
ରାସ୍ତା ପାର୍ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍ର…
ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…
ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…
ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…
ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…
ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…
‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…
ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍
ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…
Archives

