ପ୍ରତିଶ୍ରୁତିରୁ ଓହରିଲା କମ୍ପାନୀ, ଗ୍ରାମବାସୀଙ୍କ ହୋହଲ୍ଲା, ଲୋକଙ୍କୁ ବୁଝାଇ ବିଡିଓ କହିଲେ…

କେନ୍ଦୁଝର,୨୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ବ୍ଲକ କୋଦଗାଡିଆଠାରେ ଥିବା ବସୁଧା ଯୋଜନାର ପ୍ରକଳ୍ପ ନିର୍ମାଣ ସମୟରେ ଅନୁଷ୍ଠିତ ପଲ୍ଲୀସଭାରେ ଦେଇଥିବା ପ୍ରତିଶ୍ରୁତିରୁ କମ୍ପାନୀ ଓହରିଯିବାରୁ ମଙ୍ଗଳବାର ଗ୍ରାମବାସୀ କମ୍ପାନୀ ବାହାରେ ହୋହଲ୍ଲା କରିଛନ୍ତି। ଏହା ସହ କାର୍ଯ୍ୟାଳୟ ଗେଟ୍‌ରେ ତାଲା ପକାଇବାକୁ ଚେଷ୍ଟା କରିଥିବା ଜଣାପଡିଛି। ଫଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରକାଶ ଯେ, କୋଦଗାଡିଆଠାରେ ବହୁଧା ଯୋଜନାର ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣବେଳେ କାର୍ଯ୍ୟ କରୁଥିବା କମ୍ପାନୀ ଗ୍ରାମରେ ସ୍କୁଲ ଗୃହ ନିର୍ମାଣ, ଠାକୁରାଣୀ ଶାଳରେ ପାଚେରୀ, ଗ୍ରାମରେ କୀର୍ତ୍ତନ ମଣ୍ଡପ, ଗାଁରେ ସୋଲାର ଲାଇଟ, ଗାଁର ସବୁ ରାସ୍ତା କଂକ୍ରିଟ୍‌ ସହିତ ଗାଁର ପ୍ରତି ସାହିକୁ ପିଇବା ପାଣି ଯୋଗାଣ ଆଦି ପ୍ରତିଶ୍ରୁତି କମ୍ପାନୀ ପକ୍ଷରୁ ଦିଆଯାଇଥିଲା। ମାତ୍ର ଏବେ ପ୍ରତିଶ୍ରୁତିରୁ ଓହରିବାରୁ ଗ୍ରାମବାସୀ କମ୍ପାନୀ ବାହାରେ ହୋହଲ୍ଲା କରିଛନ୍ତି। ଖବରପାଇ ଚମ୍ପୁଆ ବିଡ଼ିଓ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଗ୍ରାମବାସୀ ଓହରିଛନ୍ତି। ପ୍ରତିଶ୍ରୁତି ଅନୁଯାୟୀ ପଦକ୍ଷେପ ନିଆନଯିବାରୁ ଗ୍ରାମବାସୀ ପ୍ରତିବାଦ କରୁଛନ୍ତି ବୋଲି
ସରପଞ୍ଚ, ମଞ୍ଜୁଲତା ନାଏକ କହିଛନ୍ତି। ଲୋକଙ୍କ ଅଭିଯୋଗ ଶୁଣିବା ପରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବିଡ଼ିଓ ଚମ୍ପୁଆ ସ୍ମୃତି ରଞ୍ଜନ ସାହୁ କହିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ସାହସ ନାହିଁ

ଏକ ଦେଶ ଭାବରେ ଆମେ ସବୁବେଳେ କିମ୍ବା ପ୍ରାୟତଃ ଯାହା ଚାହୁଁ ତାହା ପାଇପାରିବୁ ନାହିଁ, ଏହି ବାସ୍ତବତାକୁ ସ୍ବୀକାର କରିବାରେ ମୋର କୌଣସି ସମସ୍ୟା ନାହିଁ।…

ସରକାରୀ ଉଚ୍ଚ ମାଧ୍ୟମିକ ଛାତ୍ରାବାସରେ ପିଲାଙ୍କ ସହ ମିଶି ମଧ୍ୟାହ୍ନ ଭୋଜନ କଲେ ଓଡିଶା ପର୍ଯ୍ୟଟନ ବିଭାଗ ସଚିବ ବଳବନ୍ତ ସିଂ

ଦାରିଙ୍ଗବାଡି, ୭ ।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ଶନିବାର ଓଡିଶା ପର୍ଯ୍ୟଟନ ବିଭାଗର ସଚିବ ତଥା ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ବଳବନ୍ତ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri