ବନ୍ୟା କ୍ଷତିଗ୍ରସ୍ତ ଚାଷୀଙ୍କ କ୍ଷତିପୂରଣ ଅର୍ଥ ଆତ୍ମସାତ୍‌

ଧର୍ମଶାଳା,୨୫ା୩(ଡି.ଏନ.ଏ.): ଧର୍ମଶାଳା ତହସିଲ ଅନ୍ତର୍ଗତ ବିଭିନ୍ନ ମୌଜାରେ ବନ୍ୟାଯୋଗୁ ପ୍ରଭାବିତ ହୋଇଥିବା ପ୍ରକୃତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରା ନ ଯାଇ ତହସିଲ ପକ୍ଷରୁ ବିପୁଳ ଟଙ୍କା ଆତ୍ମସାତ କରାଯାଇଥିବା ଚାଷୀ ଅଭିଯୋଗ କରିଛନ୍ତି। ଧର୍ମଶାଳା ତହସିଲଦାର ଓ ସମ୍ପୃକ୍ତ ମୌଜାର ତତ୍କାଳୀନ ଆର୍‌ଆଇ ମିଶି ପ୍ରାୟ ୩୦ ଲକ୍ଷ ଟଙ୍କା ଆତ୍ମସାତ କରିଥିବା ଚାଷୀମାନେ ଯାଜପୁର ଜିଲାପାଳଙ୍କୁ ଭେଟି ଲିଖିତ ଆକାରରେ ଜଣାଇଛନ୍ତି। ଏଥିସହ ଘଟଣାର ତଦନ୍ତ କରି ପ୍ରକୃତ ଚାଷୀଙ୍କୁ କ୍ଷତିପୂରଣ ରାଶି ପ୍ରଦାନ କରିବା ସହ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଅଭିଯୋଗ ପରେ ଘଟଣାର ଅନୁସନ୍ଧାନ କରିବାକୁ ଜିଲାପାଳ ଉପଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।
ଅନୁଯାୟୀ, ୨୦୨୧/୨୨ ଖରିଫ ଋତୁରେ ବନ୍ୟା ଯୋଗୁ ଧର୍ମଶାଳା ତହସିଲର ଅଭୟପୁର, ବମ୍ଫୁ, ଦକ୍ଷିଣଶାସନ, ଶଙ୍ଖାରୀଢିହ, ମଙ୍ଗରାଜପୁର, ଚକ୍ରୋଡ଼ା, ପାଟପୁର ଆଦି ମୌଜାରେ ହେକ୍ଟରହେକ୍ଟର ଜମିରେ ଧାନ ଫସଲ ନଷ୍ଟ ହୋଇଥିଲା। କ୍ଷୟକ୍ଷତି ଆକଳନ କରାଯାଇ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ନିମନ୍ତେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ଉକ୍ତ ନିର୍ଦ୍ଦେଶ ଅନୁଯାୟୀ ଧର୍ମଶାଳା ତହସିଲ ପକ୍ଷରୁ ସମ୍ପୃକ୍ତ ମୌଜାର ଆର୍‌ଆଇଙ୍କୁ କ୍ଷୟକ୍ଷତି ଆକଳନ ପାଇଁ ତହସିଲଦାର ନିୟୋଜିତ କରିଥିଲେ। ତେବେ ସମ୍ପୃକ୍ତ ଆର୍‌ଆଇ କ୍ଷୟକ୍ଷତି ଆକଳନ ନ କରି ଅଫିସରେ ବସି ତହସିଲଦାରଙ୍କ ସଲାସୁତରାରେ ଅଣଚାଷୀଙ୍କ ନାମରେ ପାଖାପାଖି ୩୦ ଲକ୍ଷ ଟଙ୍କା ଆତ୍ମସାତ କରିଥିଲେ। ଉପରୋକ୍ତ ମୌଜା ଗୁଡିକରେ ବନ୍ୟା କ୍ଷୟକ୍ଷତି ପାଇଁ ଏକର ପିଛା ୫ ହଜାର ଟଙ୍କା ଲେଖାଏ ରାଜସ୍ବ ବିଭାଗ ପକ୍ଷରୁ ମୋଟ୍‌ ୪୪ ଲକ୍ଷ ୬୬୧ଟଙ୍କା ମଞ୍ଜୁର କରାଯାଇଥିଲା। ହେଲେ ଏମାନଙ୍କ ମଧ୍ୟରୁ ଅଣଚାଷୀଙ୍କ ନାମରେ ଚିଠା ପ୍ରସ୍ତୁତ କରାଯାଇ ପାଖାପାଖି ୩୦ ଲକ୍ଷ ଟଙ୍କାକୁ ଉଭୟ ତହସିଲଦାର ଓ ଆରଆଇ ହଡ଼ପ କରିଥିବା ନେଇ ସମ୍ପୃକ୍ତ ଅଞ୍ଚଳର ଚାଷୀ ସତ୍ୟରଞ୍ଜନ କର, ପୀତବାସ ସାହୁ, ବୀରେନ୍ଦ୍ର ସାହୁ, ଅନିଲ ଭୁୟାଁ, ମୃତ୍ୟୁଞ୍ଜୟ ସାହୁ, କଳିଙ୍ଗ କେଶରୀ ମିଶ୍ର, ସନାତନ ବଳ, ରମେଶ ପ୍ରଧାନ, ସୁରେନ୍ଦ୍ର ଦାସ, ବଟକୃଷ୍ଣ ଦାସ, ଆନନ୍ଦ କୁମାର ସାହୁ, ଅନନ୍ତ ଚରଣ ମହାନ୍ତି ପ୍ରମୁଖ ଜିଲାପାଳଙ୍କୁ ଭେଟି ଲିଖିତ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ଧର୍ମଶାଳା ତହସିଲଦାର ସ୍ବାଗତ ଦାସଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ହେଁ ତାହା ସମ୍ଭବ ହୋଇ ପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri