ଏସ୍‌ପିଙ୍କୁ ଘେରିଲେ ଅଭିଯୋଗକାରୀ

ଢେଙ୍କାନାଳ ଅଫିସ, ୨୫ ।୧ ଢେଙ୍କାନାଳ ସଦର ଥାନା ହରେକୃଷ୍ଣପୁର ଗ୍ରାମର ଲିସାରାଣୀ ନାୟକଙ୍କ ମୃତ୍ୟୁ ଅଦ୍ୟାବଧି ରହସ୍ୟଘେରରେ ରହିଛି। ଶାଶୁଘର ଲୋକେ ଏହାକୁ ଆତ୍ମହତ୍ୟା କହୁଥିବାବେଳେ ଝିଅଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ବାପା ଆନନ୍ଦ ଚରଣ ଦେହୁରୀ ଅଭିଯୋଗ କରିଛନ୍ତି। ଏହି ଘଟଣାର ନିରପେକ୍ଷ ତଦନ୍ତ କରିବା ସହିତ ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ କଠୋର ଦଣ୍ଡରେ ଦଣ୍ଡିତ କରିବାକୁ ସୋମବାର ଆନନ୍ଦ ଚରଣ ଏବଂ ହରେକୃଷ୍ଣପୁର ଗ୍ରାମବାସୀ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି। ଏହି ସମୟରେ ଜିଲା କାର୍ଯ୍ୟାଳୟରେ ଆୟୋଜିତ ଏକ ବୈଠକରେ ଯୋଗଦେଇ ଫେରୁଥିବା ଏସ୍‌ପିଙ୍କ ଗାଡ଼ିକୁ ଅଭିଯୋଗକାରୀମାନେ ଅଟକାଇଥିଲେ। କାର୍ଯ୍ୟାଳୟକୁ ଆସି ବିଧିବଦ୍ଧ ଭାବେ ଅଭିଯୋଗ କରିବାକୁ ଏସ୍‌ପି କହିବା ପରେ ଆନ୍ଦୋଳନକାରୀମାନେ ଗାଡ଼ି ଆଗରୁ ହଟିଥିଲେ।
ଗତ ୨୦ ତାରିଖରେ ଲିସାରାଣୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିଲା। ସୂଚନା ପାଇ ବାଇକ୍‌ରେ ଘରକୁ ଆସୁଥିବା ବେଳେ ଗଁଦିଆ ଥାନା ବିଶ୍ୱନାଥପୁର ନିକଟରେ ସ୍ବାମୀ ଦିଲୀପ ନାୟକଙ୍କ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଆନନ୍ଦ ଚରଣଙ୍କ ଅଭିଯୋଗ ଅନୁଯାୟୀ, ୬ମାସ ତଳେ ଦିଲୀପଙ୍କ ସହ ଝିଅ ଲିସାରାଣୀଙ୍କ ବିବାହ ହୋଇଥିଲା। ତେବେ ଏଥିରେ ଦିଲୀପଙ୍କ ପରିବାର ଲୋକଙ୍କ ସହମତି ନ ଥିଲା। ଏହି କାରଣରୁ ଶାଶୁଘରେ ଲିସାରାଣୀଙ୍କୁ ନିର୍ଯାତନା ଦିଆଯାଉଥିଲା। ଏହାକୁ ନେଇ ଝିଅଜ୍ୱାଇଁ ଚାପରେ ଥିଲେ। ଲିସାଙ୍କ ମୃତଦେହରେ କ୍ଷତ ଚିହ୍ନ ରହିଥିଲା। ତେଣୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ ଦୃଢ଼ୀଭୂତ ହେଉଛି। ଏହାର ବିଧିବଦ୍ଧ ଭାବେ ତଦନ୍ତ କରାଗଲେ ପ୍ରକୃତ ସତ୍ୟ ପଦାକୁ ଆସିବ ବୋଲି ହରେକୃଷ୍ଣପୁର ଗ୍ରାମର ସନାତନ ବେହେରା, କୃତ୍ତିବାସ ବିଶ୍ୱାଳ, ପ୍ରଶାନ୍ତ ବିଶ୍ୱାଳ, ସନ୍ତୋଷ ରାଜ, ଅଭୟ ସାହୁ, ତ୍ରିନାଥ ପ୍ରଧାନ ପ୍ରମୁଖ ଏସ୍‌ପିଙ୍କ ନିକଟରେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଏସ୍‌ପି ଲୋଗାନୟାଗି ଦିବ୍ୟା ଭି. କୁହନ୍ତି, ଶବ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରିପୋର୍ଟ ମିଳିବା ପରେ ବିଧିବଦ୍ଧ ଭାବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?