ପୁନଃ ନିଯୁକ୍ତି ଦାବିରେ ଚୁକ୍ତିିଭିତ୍ତିକ ନର୍ସିଂ, ଫାର୍ମାସିଷ୍ଟଙ୍କ ଧାରଣା

କଟକ ଅଫିସ, ୬।୪: ପୁନଃ ନିଯୁକ୍ତି ଦାବିରେ ଏସ୍‌ସିବିର ଚୁକ୍ତି ଭିତ୍ତିକ ନର୍ସ ଓ ଫାର୍ମାସିଷ୍ଟମାନେ ଅଧୀକ୍ଷକଙ୍କ କାର୍ଯ୍ୟାଳୟ ନିକଟରେ ସୋମବାର ଧାରଣାରେ ବସିଥିଲେ। ସେମାନଙ୍କ ଅଭିଯୋଗ ଅନୁଯାୟୀ, ୨୦୧୯ ମାର୍ଚ୍ଚ ୨୪ରୁ ସେମାନଙ୍କୁ ଚୁକ୍ତି ଭିତ୍ତିରେ କରୋନା ରୋଗୀଙ୍କ ଚିକିତ୍ସା ନିମନ୍ତେ ରଖାଯାଇଥିଲା। ପ୍ରତ୍ୟେକ ତିନି ମାସରେ ସେମାନଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଥିଲା। ଏପରିକି ସେମାନେ କରୋନା ରୋଗୀଙ୍କର ସେବା କରିବାକୁ ଯାଇ ନିଜେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏପରିସ୍ଥଳେ ୨୦୨୧ ମାର୍ଚ୍ଚ ୩୧ରେ କେବଳ ୯ଜଣ ଫାର୍ମାସିଷ୍ଟ ଓ ୩୫ଜଣ ଷ୍ଟାଫନର୍ସଙ୍କୁ ରଖାଯାଇ ଅନ୍ୟମାନଙ୍କୁ ଛଟେଇ କରାଯାଇଛି। ଅନ୍ୟପକ୍ଷରେ କିଛି ଜିଲାରେ ଚୁକ୍ତିଭିତ୍ତିକ ଛଟେଇ ନର୍ସଙ୍କୁ ପୁନଃ ନିଯୁକ୍ତି ଦିଆଯାଇଥିବା ମଧ୍ୟ ସେମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ସୋମବାର ୨୫୨ ଷ୍ଟାଫନର୍ସ ଓ ଫାର୍ମାସିଷ୍ଟ ଧାରଣାରେ ବସିଥିଲେ। ଏସ୍‌ସିବି ଅଧୀକ୍ଷକ ଲୁସି ଦାସ କହିଛନ୍ତି, ଏସ୍‌ସିବିରେ କରୋନା ବେଡ୍‌ ୫୦୦ରୁ ୭୫କୁ କମେଇ ଦିଆଯାଇଛି। ଏଣୁ ଷ୍ଟାଫଙ୍କ ସଂଖ୍ୟା ସେହି ଅନୁପାତରେ କମାଯାଇଛି। ଯଦି ଏସ୍‌ସିବିରେ ପୁନର୍ବାର କରୋନା ବେଡ୍‌ ସଂଖ୍ୟା ବୃଦ୍ଧି କରାଯାଏ ତେବେ ଆମ ପକ୍ଷରୁ ବିଜ୍ଞାପନ ପ୍ରକାଶ ପାଇବ। ସେମାନେ ଚାହିଁଲେ ଦରଖାସ୍ତ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri