ଚିନ୍ତା ବଢ଼ାଇଛନ୍ତି ଦନ୍ତା

ଢେଙ୍କାନାଳ ଅଫିସ, ୨୦।୫: ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ଥମିବାର ନଁା ଧରୁନାହିଁ। ଖାଦ୍ୟ ଅନ୍ବେଷଣରେ ପଲରୁ ଅଲଗା ହୋଇ ଉପଦ୍ରବ କରୁଥିବା ଦନ୍ତା ପାଇଁ ବନ ବିଭାଗର ଚିନ୍ତା ବଢ଼ିଛି। ଶୁକ୍ରବାର କପିଳାସ ରେଞ୍ଜ୍‌ ଅଧୀନ ଚନ୍ଦ୍ରଶେଖରପୁର ଗ୍ରାମର କହ୍ନେଇ ସାମଲ (୪୮)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ଅପରାହ୍ନ ପ୍ରାୟ ୩ଟାରେ ସେ କାଜୁ ବଗିଚାକୁ ଯାଇଥିବା ବେଳେ ଦନ୍ତା ହାବୁଡ଼ରେ ପଡ଼ିଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଏହା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ସୂଚନା ପାଇ ବନ କର୍ମଚାରୀ ଓ ଗଁଦିଆ ଥାନା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଥିଲେ। ଏ ସଂକ୍ରାନ୍ତରେ ଗଁଦିଆ ଥାନାରେ ନଂ. ୧୨/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।
ଜିଲାରେ ହାତୀ ଆକ୍ରମଣଜନିତ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ଏଥିରେ ମାସକରେ ୫ ଜୀବନ ଗଲାଣି। ଗୋଠଛଡ଼ା ଦନ୍ତାହାତୀ ଉପଦ୍ରବ ବୃଦ୍ଧି ପାଉଥିବାବେଳେ ବନ ବିଭାଗ ପକ୍ଷରୁ କୌଣସି ପ୍ରତିକାର ବ୍ୟବସ୍ଥା କରାଯାଉ ନ ଥିବା ଅଭିଯୋଗ ହେଉଛି। ଏହାର ପ୍ରତିବାଦରେ ଭାଜପା ପକ୍ଷରୁ ଆସନ୍ତା ସୋମବାର ଜିଲା ବନଖଣ୍ଡ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାମଚନ୍ଦ୍ର ପାତ୍ର ଚେତାବନୀ ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୨୨ ଏପ୍ରିଲ୍‌ରୁ ୨୦୨୩ ଏପ୍ରିଲ୍‌ ମଧ୍ୟରେ ଜିଲାରେ ହାତୀ ଆକ୍ରମଣରେ ୩୬ ଜଣଙ୍କ ମୃତ୍ୟୁ ଘଟିଛି। ହିନ୍ଦୋଳ ରେଞ୍ଜ୍‌ରେ ସର୍ବାଧିକ ୨୧ ଜଣଙ୍କ ଜୀବନ ଯାଇଛି। ସେହିପରି ମହାବିରୋଡ ରେଞ୍ଜ୍‌ରେ ୭, ସଦର ରେଞ୍ଜ୍‌ରେ ୩, କପିଳାସ ରେଞ୍ଜ୍‌ରେ ୩, ଷଡ଼ଙ୍ଗୀ ରେଞ୍ଜ୍‌ରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri