ଫେଲ୍‌ ମାରିଛି କଂକ୍ରିଟ ଖଳା ଯୋଜନା

କେନ୍ଦ୍ରାପଡ଼ା ଅଫିସ, ୫।୧:କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରର ଚାଷୀ ଉପକୃତ ହୋଇପାରୁନାହାନ୍ତି। ସୂର୍ଯ୍ୟମୁଖୀ, ବାଦାମ ବିହନ ଯୋଗାଣର ଅନିୟମିତତା ପରେ ଏବେ କ୍ରଂକ୍ରିଟ ଖଳା ଯୋଜନା ନେଇ ଚାଷୀ ଅସନ୍ତୁଷ୍ଟ ଅଛନ୍ତି। ଜିଲାରେ ଇତିମଧ୍ୟରେ ୧୦୬ଟି ଖଳା ନିର୍ମାଣ ହୋଇଛି। ତେବେ ଏହି ଖଳା ଚାଷୀଙ୍କ ପରିବର୍ତ୍ତେ କେତେଜଣ ପ୍ରଭାବଶାଳୀଙ୍କ ଜବରଦଖଲକୁ ଚାଲିଯାଇଛି। ସେହିପରି ନିମ୍ନମାନର କାର୍ଯ୍ୟ ଯୋଗୁ ନିର୍ମାଣର ଅଳ୍ପଦିନ ମଧ୍ୟରେ ଖଳା ନଷ୍ଟ ହୋଇଯାଉଥିବା ଚାଷୀ ଅଭିଯୋଗ କରିଛନ୍ତି।
ଡେରାବିଶ ବ୍ଲକ ବାରିମୂଳର ଅନନ୍ତ ମଲ୍ଲିକ କୁହନ୍ତି, ଖରିଫ ଧାନ ଅମଳ ଚାଷୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଜିଲାରେ ଧାନଚାଷ ଅଧିକ ପରିମାଣରେ ହୁଏ। ଏହାର ଅମଳ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଗ୍ରାମରେ କଂକ୍ରିଟ ଖଳା ନିର୍ମାଣ ହୋଇଛି। ଏହାକୁ ଚାଷୀମାନେ ବ୍ୟବହାର କରିପାରୁନାହାନ୍ତି। ଏବେ ଖଳାକୁ ଲୋକେ ଜବରଦଖଲକୁ ନେଇ ଗଲେଣି। ଖଳାରେ ଗାଈ ମଇଁଷି ବାନ୍ଧିବା ସହ ଘସିଭାଡି ରହିଛି। ଏପରି କି ଏହି ଖଳାରେ ବାଲି, ଗୋଡି ରହିଥିବା ଦେଖିବାକୁ ମିଳିଛି। ଜିଲାରେ ସାଧାରଣତଃ ଧାନ ଅମଳ ସମୟରେ ସାମୁଦ୍ରିକ ଝଡ଼ ଦେଖାଯାଇଥାଏ। ଏହି ସମୟରେ ଅମଳ ଲାଗି ସମସ୍ୟା ସୃଷ୍ଟି ହୋଇଥାଏ। ତେବେ ଜବରଦଖଲରେ ଖଳା ଥିବାରୁ ଚାଷୀ କଂକ୍ରିଟ ଖଳାର ବ୍ୟବହାର କରିପାରୁନାହାନ୍ତି। ମହାକାଳପଡ଼ାର ଚାଷୀ ଲକ୍ଷ୍ମୀଧର ସ୍ବାଇଁ କହିଛନ୍ତି, ଗୋଟିଏ କଂକ୍ରିଟ ଖଳାରେ ଅନୂ୍ୟନ ୭ରୁ ୯ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ବ୍ୟୟ ହେଉଛି। ତେବେ ନିର୍ମାଣକୁ ନେଇ ପ୍ରଶାସନିକ ଅଧିକାରୀଙ୍କ ନଜର ରହୁନାହିଁ। ଫଳରେ ଠିକାଦାର ଖଳା ନିର୍ମାଣ ପରେ ଦୁଇ ମାସ ମଧ୍ୟରେ ଏହା ନଷ୍ଟ ହେଉଛି। ସେହିପରି ଖଳା ନିର୍ମାଣ ସ୍ଥାନ ଚୟନରେ ବହୁ ତ୍ରୁଟି ଅଛି। ଖଳାକୁ କ୍ଷେତ ଅଞ୍ଚଳ ମଧ୍ୟରେ ରଖିଲେ ଏହାର ଠିକ୍‌ ବ୍ୟବହାର କରାଯାଇପାରିବ। ତେବେ କେତେକ ଖଳା ଓ କ୍ଷେତର ଦୂରତା ପ୍ରାୟ ୩ରୁ ୫ କିମି ରହୁଥିବାରୁ ଚାଷୀ ଏହାକୁ ବ୍ୟବହାର କରିପାରୁନାହାନ୍ତି। ଏହାସହ ଖଳାକୁ ଜବରଦଖଲକାରୀଙ୍କଠାରୁ ମୁକ୍ତ କରା ନ ଗଲେ ଯୋଜନା ଫେଲ୍‌ ମାରିବ ବୋଲି କୁହାଯାଇପାରେ। ଏ ସମ୍ପର୍କରେ ଜିଲା କୃଷି ନିର୍ଦ୍ଦେଶକ ଶିବ ପ୍ରସାଦ ମଲ୍ଲିକଙ୍କୁ ପଚାରିବାରେ ଜିଲାରେ ମୋଟ ୧୦୬ଟି ଖଳା ମଧ୍ୟରୁ କୃଷି ବିଭାଗ ପକ୍ଷରୁ ୨୮ଟି ନିର୍ମାଣ ହୋଇଛି। ଅବଶିଷ୍ଟ ୭୮ ଖଳା ଆରଏମ୍‌ସି ପକ୍ଷରୁ ନିର୍ମାଣ କରାଯାଇଛି। ପ୍ରାୟ ଅଢ଼େଇ ଗୁଣ୍ଠ ଜମି ଉପରେ ଖଳା ନିର୍ମାଣ ପାଇଁ ୭ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ଗ୍ରାମର ଚାଷୀ ଏହାକୁ ବ୍ୟବହାର କରିବା କଥା। ଗ୍ରାମବାସୀଙ୍କ ବିରୋଧ ହେଲେ ଜବରଦଖଲ ହଟିବ। ଏ ସମ୍ପର୍କରେ ଆରଏମ୍‌ସି ସମ୍ପାଦକ ଅଜୟ କୁମାର ରାଉତ କହିଛନ୍ତି, ଜବରଦଖଲ ସମ୍ପର୍କରେ ଅଦ୍ୟାବଧି କୌଣସି ଅଭିଯୋଗ ଆସିନାହିଁ। ଏପରି ଘଟଣା ନଜରକୁ ଆସିଲେ ପ୍ରଶାସନିକ ତଦନ୍ତ ସହ ପୋଲିସ ସହଯୋଗରେ ଜବରଦଖଲକାରୀଙ୍କୁ ଉଚ୍ଛେଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri