ଯାଞ୍ଚ ହେବ କୋଭିଡ୍‌ ହସ୍ପିଟାଲ ସ୍ଥିତି

ଭୁବନେଶ୍ୱର, ୪।୧୦(ବ୍ୟୁରୋ):  ରାଜ୍ୟରେ କୋଭିଡ୍‌ ପରିଚାଳନାରେ ଅବ୍ୟବସ୍ଥା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ବିଧାନସଭାରେ କୋଭିଡ୍‌ ପରିଚାଳନା ଅବ୍ୟବସ୍ଥା ପ୍ରସଙ୍ଗ ବାରମ୍ବାର ଉଠିବା ପରେ ଶନିବାର ଏନେଇ ବାଚସ୍ପତି ରୁଲିଂ ଦେଇଛନ୍ତି। ଏଣିକି କୋଭିଡ୍‌ ହସ୍ପିଟାଲଗୁଡ଼ିକର ସ୍ଥିତି ଯାଞ୍ଚ କରାଯିବ। ହସ୍ପିଟାଲଗୁଡ଼ିକରେ କିଭଳି କୋଭିଡ୍‌ ପରିଚାଳନା ହେଉଛି ତାହାର ତଦାରଖ ପାଇଁ ବିଭାଗୀୟ ମନ୍ତ୍ରୀ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରି ସ୍ଥିତି ପରଖିବେ। ଉଭୟ ଘରୋଇ ଓ ସରକାରୀ ହସ୍ପିଟାଲକୁ ଯାଞ୍ଚ କରିବାକୁ ବାଚସ୍ପତି ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟରେ କରୋନା ପରିଚାଳନାରେ ଅବ୍ୟବସ୍ଥା ଓ ବିଭିନ୍ନ ହସ୍ପିଟାଲରେ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସେବା ମିଳୁ ନ ଥିବା ଭାଜପା ଓ କଂଗ୍ରେସ ପକ୍ଷରୁ ବିଧାନସଭା ଆରମ୍ଭରୁ ଅଭିଯୋଗ ହୋଇଆସୁଛି। ଶନିବାର ଏ ପ୍ରସଙ୍ଗ ପୁଣିଥରେ ଉଠାଇ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ କହିଥିଲେ, ରାଜ୍ୟରେ କୋଭିଡ୍‌-୧୯ ପରିଚାଳନାରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଉଛି। ହସ୍ପିଟାଲରେ ରୋଗୀମାନଙ୍କୁ ଉପଯୁକ୍ତ ଚିକିତ୍ସା ସେବା ମିଳୁନି। କୋଭିଡ୍‌ ଓ ଅଣକୋଭିଡ୍‌ ରୋଗୀମାନେ ବିଭିନ୍ନ ସ୍ଥାନରେ ହଇରାଣ ହେଉଛନ୍ତି। ଏନେଇ ବହୁ ଲୋକ ତାଙ୍କ ନିକଟରେ ଅଭିଯୋଗ କରୁଥିବା ନାଏକ କହିଥିଲେ। ଏ ସମ୍ପର୍କରେ ରୁଲିଂ ଦେଇ ବିଭିନ୍ନ ସ୍ଥାନରୁ ତାଙ୍କୁ ମଧ୍ୟ ଏଭଳି ଅଭିଯୋଗ ଆସୁଥିବା ବାଚସ୍ପତି କହିଥିଲେ। ତୁରନ୍ତ ଏନେଇ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସହକର୍ମୀଙ୍କୁ ବଳାତ୍କାର ଅଭିଯୋଗ: ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ

ଭୁବନେଶ୍ୱର,୧୯ା୯(ତ୍ରିନାଥ ମହାନ୍ତି): ମହିଳା ସହକର୍ମୀଙ୍କୁ ବଳାତ୍କାର କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର…

ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ

ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?