ମୁଶରଫ ଚାହିଁଲେ ଦେଶକୁ ଫେରିପାରିବେ

ଇସ୍‌ଲାମାବାଦ,୧୫।୬: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଖରାପ୍‌ ରହିଛି। ଏହି ସମୟରେ ସେ ସୁସ୍ଥ ହେବା ବହୁତ କଷ୍ଟକର ବୋଲି କୁହାଯାଉଛି। ଗତ ୩ସପ୍ତାହ ଧରି ୭୮ବର୍ଷୀୟ ମୁଶରଫଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଇତିମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ମୁସଲିମ୍‌ ଲିଗ୍‌(ପିଏମ୍‌ଏଲ୍‌-ଏନ୍‌) ସୁପ୍ରିମୋ ନଓ୍ବାଜ ଶରିଫ ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କୁ ପାକିସ୍ତାନ ଫେରାଇ ଆଣିବା ପାଇଁ ଶାହବାଜ ସରକାରଙ୍କୁ ଭେଟିଛନ୍ତି। ନଓ୍ବାଜ ଟୁଇଟ କରି କହିଛନ୍ତି ଯେ, ମୁଶରଫଙ୍କ ସହ ତାଙ୍କର କୌଣସି ବ୍ୟକ୍ତିଗତ ଶତ୍ରୁତା କିମ୍ବା ଝଗଡ଼ା ନାହିଁ। ମୋର ପରିବାରବର୍ଗ ଯେଉଁ କଷ୍ଟ ପାଇଛନ୍ତି ସେହି କଷ୍ଟ ଆଉ କେହି ଭୋଗ ନ କରନ୍ତୁ ବୋଲି ସେ ଚାହୁଁ ନାହାନ୍ତି। ତେଣୁ ମୁଶରଫଙ୍କ ସୁସ୍ବାସ୍ଥ୍ୟ ପାଇଁ ସେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ଏଥିସହ ଯଦି ସେ ପାକିସ୍ତାନକୁ ଫେରିବାକୁ ଚାହୁଁଛନ୍ତି ତେବେ ସରକାର ସମସ୍ତ ସୁବିଧା ଯୋଗାଇଦିଅନ୍ତୁ ବୋଲି ନଓ୍ବାଜ ଶରିଫ କହିଛନ୍ତି। ଏନେଇ ସେ ମୁଶରଫଙ୍କ ପରିବାରଙ୍କୁ ମଧ୍ୟ ଭେଟିଥିଲେ। ପରିବାର ପକ୍ଷରୁ ପ୍ରତିକ୍ରିୟା ଆସିଲେ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ନଓ୍ବାଜ ଶରିଫ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୩।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri