ଗାଁରୁ ସହରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ: ହଇରାଣ ଭୋଗୁଛନ୍ତି ପଞ୍ଚାୟତବାସୀ

ଦାରିଙ୍ଗବାଡି, ୩।୮ (ଅରୁଣ ସାହୁ): ଗାଁକୁ ସହର ସଂଯୋଗ କରିବାକୁ ରାଜ୍ୟ ଏବଂ କେନ୍ଦ୍ର ଉଭୟ ସରକାର ଗୁରୁତ୍ୱାରୋପ ଦେଉଛନ୍ତି। କିନ୍ତୁ ବର୍ଷ ବର୍ଷ ଧରି ଅବହେଳିତ ରହିଛି ପଞ୍ଚାୟତ ଅଧୀନରେ ଥିବା ଗାଁ ଓ ସାହି ରାସ୍ତା। କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ଅଞ୍ଚଳରେ ଏଭଳି ଚିତ୍ର ଦେଖିବାକୁ ମିଳିଛି ।

ଓଡିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡିକୁ ଦୈନିକ ଶହ ଶହ ପର୍ଯ୍ୟଟକ ଆସୁଛନ୍ତି। ସେହିପରି ଦାରିଙ୍ଗବାଡି ପଞ୍ଚାୟତ ଓ ପଞ୍ଚାୟତ ସମିତି କାର୍ଯ୍ୟାଳୟ ରହିଥିବାରୁ ସମିତି କାର୍ଯ୍ୟାଳୟକୁ ଦୈନିକ ଶହ ଶହ ଅଞ୍ଚଳବାସୀ ଆସୁଥିବାସ୍‌ବେଳେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ତହସିଲ କାର୍ଯ୍ୟାଳୟ ସମେତ ୨୫ ପଞ୍ଚାୟତର ଜନସାଧାରଣ ଦାରିଙ୍ଗବାଡି ଆସିଥାନ୍ତି। ଏଥିସହ ବଜାର ଉପରେ ନିର୍ଭର କରୁଥିବା ଅଞ୍ଚଳବାସୀ ଦାରିଙ୍ଗବାଡି ବଜାରକୁ ଆସିବା ସମୟରେ ପଥୁରିଆ ଖାଲଖମା ରାସ୍ତାରେ ଯାତାୟାତ କରୁଛନ୍ତି। ଫଳରେ ବିଦ୍ୟାଳୟ ଯାତାୟାତ କରୁଥିବା ଛାତ୍ରୀଛାତ୍ର, ରୋଗୀମାନେ ହଇରାଣ ହେବା ସହ ପଥୁରିଆ ରାସ୍ତାରେ ଯାତାୟାତ କରୁଥିବା ବାଇକ ଚାଳକ ଓ ଅନ୍ୟମାନେ ଅସୁବିଧା ଭୋଗୁଛନ୍ତି। ଏନେଇ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରୋଶନ କୁମାର ରଥ କହିଛନ୍ତି, ସେ ଏବେ ନୂତନ ଭାବେ ପଞ୍ଚାୟତ କାର୍ଯ୍ୟାଳୟର ଦାୟିତ୍ୱ ନେଇଛନ୍ତି। ସେ କିଛି ଗ୍ରାମ ବୁଲି ଦେଖିଛନ୍ତି। ରାସ୍ତା ମରାମତି ଓ ସମ୍ପ୍ରସାରଣ ନିହାତି ଆବଶ୍ୟକ ରହିଛି। ସର୍ଭେ କରି ରିପୋର୍ଟ ପଠାଯିବ। ଅନୁଦାନ ଆସିଲେ ରାସ୍ତାର ମରାମତି ଓ ସମ୍ପ୍ରସାରଣ କରାଯିବ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri