ଗ୍ରାମାଞ୍ଚଳ ବିକାଶ ପାଇଁ ଖର୍ଚ୍ଚ ହେଉଛି କୋଟିକୋଟି ଟଙ୍କା, ହେଲେ ସୁଧୁରୁନି ରାସ୍ତାର ଅବସ୍ଥା

କଲ୍ୟାଣସିଂହପୁର,୨୫ା୮(ଦୀପକ କୁମାର ପରିଡ଼ା): ଗ୍ରାମାଞ୍ଚଳର ବିକାଶ ପାଇଁ ସରକାରଙ୍କ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏଥି ନିମନ୍ତେ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ମାତ୍ର ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତର ଦୁର୍ଗମ ନୀୟମଗିରି ଅଞ୍ଚଳର ଦୃଶ୍ୟ ଦେଖିଲେ ଯୋଜନା ଲୋକଙ୍କ କାମରେ ଲାଗୁନି ବୋଲି ସହଜରେ ଅନୁମେୟ।

ସାନ ଡେଙ୍ଗନେଲି ଛକଠାରୁ ବଡ଼ ଡେଙ୍ଗନେଲି ଛକ ପର୍ଯ୍ୟନ୍ତ ଦୁଇ କିଲୋମିଟର କାଦୁଅ ପଚପଚ ରାସ୍ତା ପାଦରେ ଚାଲିବା କଷ୍ଟକର। ପ୍ରତ୍ୟେକ ଦିନ ଯାତାୟାତରେ କିଛି ନା କିଛି ଅଘଟଣ ଘଟିବା ନଜରରେ ଆସିଥାଏ। ଗ୍ରୀଷ୍ମ ଋତୁରେ ଚଳିଯାଉଥିବାବେଳେ ବର୍ଷାରେ ସ୍ଥିତି ଦୟନୀୟ। ଏ ରାସ୍ତା ନୁହେଁ ତ ସତେ ମରଣଯନ୍ତା। ସାଧାରଣତଃ ଅଞ୍ଚଳର ଲୋକଙ୍କୁ ପଞ୍ଚାୟତକୁ ରାଶନ ଚାଉଳ ହେଉ କିମ୍ବା ଭତ୍ତା ପଇସା ଆଣିବାକୁ ହେଲେ ଏହି ରାସ୍ତା ଉପରେ ନିର୍ଭର କରିବାକୁ ପଡ଼ିଥାଏ। ଦୁର୍ଭାଗ୍ୟବଶତଃ କାହାର ଦେହ ଖରାପ ହେଇଯାଏ ତାକୁ ଖଟିଆ ଭରସା। ଏହି ରାସ୍ତା ଉପରେ ନିର୍ଭର କରନ୍ତି ନିୟମଗିରି ଅଞ୍ଚଳର ଲାଖପଦର, ପଟାଙ୍ଗ ପଦର, ଡଙ୍ଗା ମାଟି, ଲାମ୍ବା, ଗୁମା, କୋଡ଼ଙ୍ଗେଏଉ, ସାରିଝୋଲା , ବଡ଼ଡେଙ୍ଗନେଲି ଲୋକେ। ଲାଇଫ୍‌ଲାଇନ୍‌ ପାଲଟି ଥିବା ଏହି ରାସ୍ତା ସୁରକ୍ଷିତ ନ ଥିବାରୁ ନାହିଁ ନ ଥିବା ଅସୁବିଧାର ସମୁଖୀନ ହୋଉଛନ୍ତି ନିୟମଗିରି ଅଞ୍ଚଳର ଡଙ୍ଗରିଆ। ଯଦି ଏହି ରାସ୍ତା ମରାମତି ନ ହୁଏ ଆଗାମୀ ଦିନରେ ବ୍ଲକରେ ଧାରଣାରେ ବସିବୁ କହିଛନ୍ତି ନୀୟମଗିରି ଅଞ୍ଚଳବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri