କାମ ପାଇଁ ଯନ୍ତ୍ରୀ ଲାଞ୍ଚ ମାଗୁଥିବା ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ବର, ୫।୭(ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ଜଳସେଚନ ବିଭାଗ ଅନ୍ତର୍ଗତ ପ୍ରାଚୀ ଡିଭିଜନରେ କଟକ ଜ଼ିଲା କଂଗ୍ରେସ ପକ୍ଷରୁ ଅଭିନବ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କ ନେତୃତ୍ୱରେ କଟକ ଜ଼ିଲାର କେତେଜଣ ଚାଷୀ ଏବଂ ଅନ୍ୟାନ୍ୟ ବର୍ଗର ଲୋକେ ପ୍ରାଚୀ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରତାପ ଚନ୍ଦ୍ର ଚୌଧୁରୀଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ କଟକ ସଦର ବ୍ଲକ ଅନ୍ତର୍ଗତ ଖଣ୍ଡେଇତା ପଞ୍ଚାୟତର କେନାଲ ବନ୍ଧ ରାସ୍ତା ଓ କେନାଲର ବିଭିନ୍ନ ସମସ୍ୟା ସମାଧାନ ସମ୍ପର୍କରେ ପଚରାଉଚରା କରିଥିଲେ। ଏହି ରାସ୍ତା କାମ ପାଇଁ ଉକ୍ତ ଅଧିକାରୀ ଲାଞ୍ଚ ମାଗୁଥିବା ଅଭିଯୋଗ ଆସିଥିଲା। ରାସ୍ତା କାମ ପାଇଁ ଯେତେ ଅନୁରୋଧକଲେ ମଧ୍ୟ ସମ୍ପୃକ୍ତ ଅଧିକାରୀ ଶୁଣିଲେ ନାହିଁ। ବିନା ଲାଞ୍ଚରେ କାମ ହୋଇପାରିବ ନାହିଁ ବୋଲି ଜାଣିବା ପରେ ସ୍ଥାନୀୟ ଅଧିବାସୀ ହତାଶ ହୋଇପଡ଼ିଥିଲେ। ସେମାନେ ଏନେଇ କଟକ ଜ଼ିଲା କଂଗ୍ରେସ ସଭାପତିଙ୍କୁ ଅବଗତ କରାଇଥିଲେ। ତେଣୁ ମଙ୍ଗଳବାର ମାନସ ଚୌଧୁରୀ ଏବଂ ଖଣ୍ଡେଇତା ପଞ୍ଚାୟତର ସ୍ଥାନୀୟ ବାସିନ୍ଦା ପ୍ରାଚୀ ଡିଭିଜନ ଯାଇ ସମ୍ପୃକ୍ତ ଅଧୀକ୍ଷଣ ଯନ୍ତ୍ରୀଙ୍କୁ କିଛି ପରିବା, ପ୍ୟାଣ୍ଟଶାର୍ଟ ଦେଇ ଏହି ରାସ୍ତା କରିଦେବାକୁ ଅନୁରୋଧ କରିଥିଲେ ବୋଲି କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଯେହେତୁ ସେମାନେ ଚାଷୀ ଓ ଗରିବ ଶ୍ରେଣୀର ଲୋକ ସେଥିପାଇଁ ସେମାନେ ଟଙ୍କା ଲାଞ୍ଚ ଦେବା ପାଇଁ ଅକ୍ଷମ ବୋଲି କହିଥିଲେ। ସମ୍ପୃକ୍ତ ଅଧୀକ୍ଷଣ ଯନ୍ତ୍ରୀ ନିଜ ଭୁଲ୍‌ ସ୍ବୀକାରକରି ସପ୍ତାହକ ମଧ୍ୟରେ କାର୍ଯ୍ୟ ଆରମ୍ଭ କରିବେ ବୋଲି ପ୍ରତିଶ୍ରୁତି ଦେଇଥିବା ଉପସ୍ଥିତ କଂଗ୍ରେସର ଅନ୍ୟ କେତେଜଣ ନେତା କହିଛନ୍ତି। ଏହି ଅବସରରେ ଅନେକ ଯୁବଚାଷୀ ମୁହଁରେ ମାନସ ଚୌଧୁରୀଙ୍କ ମୁଖା ପିନ୍ଧି ଏବଂ ହାତରେ ‘ମୁଁ ମାନସ ଚୌଧୁରୀ’ ଶୀର୍ଷକ ପ୍ଲାକାର୍ଡ ଧରି ଅଧିକାରୀଙ୍କ ନିକଟରେ ବିକ୍ଷୋଭ କରୁଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri