ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦାବିକଲା କଂଗ୍ରେସ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ‘ଜୱାଦ’ଜନିତ ଅଦିନିଆ ବର୍ଷାରେ ଓଡ଼ିଶାରେ ବ୍ୟାପକ ଫସଲ ନଷ୍ଟ ହୋଇଛି। କେବଳ ଧାନ ଚାଷୀ ନୁହନ୍ତି, ପରିବା ଚାଷୀ ମଧ୍ୟ କ୍ଷତିଗ୍ରସ୍ତ ହୋଇଛନ୍ତି। ଏଭଳି ବିପତ୍ାତ ସମୟରେ ରାଜ୍ୟ ଓ କେନ୍ଦ୍ର ସରକାର ତୁରନ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରିବାକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସରକାରଙ୍କ ନିକଟରେ ଦୃଢ଼ ଦାବି କରାଯାଇଛି।
ବୁଧବାର ରାଜ୍ୟ କଂଗ୍ରେସ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପ୍ରଦେଶ କଂଗ୍ରେସ ମୁଖପାତ୍ର ପଦ୍ମାକର ଗୁରୁ, ପ୍ରଦେଶ କିଷାନ କଂଗ୍ରେସ ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକ ଓ ମୁଖପାତ୍ର ଅମିୟ ପାଣ୍ଡବ ଉପସ୍ଥିତ ରହି ଅବିଳମ୍ବେ ଚାଷୀଙ୍କ କୃଷି ଋଣ ଛାଡ଼ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପଦ୍ମାକର କହିଛନ୍ତି, ଚାଷୀଙ୍କ ଦୁଃଖ ସମୟରେ ବିଧାନସଭାରେ ଗୃହମୁଖ୍ୟ ଉପସ୍ଥିତ ନ ରହିବା, ଏନେଇ ଆଲୋଚନା ନ ହେବା ଓ ବାଚସ୍ପତି ହାତ ଟେକିଦେବା ଶୋଭନୀୟ ନୁହେଁ। ସେହିପରି ଅମିୟ କହିଛନ୍ତି, କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ରିଲିଫ ବ୍ୟବସ୍ଥାରେ ଚାଷୀକୁଳ ଠିକ୍‌ ଭାବେ ଉପକୃତ ହୋଇପାରୁ ନାହାନ୍ତି। ଏଣୁ ପ୍ରଚଳିତ ରିଲିଫ କୋଡ୍‌ର ସଂଶୋଧନ କରାଗଲେ କୃଷକଙ୍କ ସ୍ବାର୍ଥରକ୍ଷା ହୋଇପାରିବ। ଜାତୀୟ ଓ ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପାଣ୍ଠିର ପ୍ରଚଳିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷି ଇନ୍‌ପୁଟକୁ ୩ଗୁଣା ବୃଦ୍ଧି କରାଯାଉ। ସରକାରଙ୍କ ତରଫରୁ ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କୁ ଯେଉଁ କୃଷି ଇନ୍‌ପୁଟ ସହାୟତାର ପ୍ରଚଳିତ ବ୍ୟବସ୍ଥା ରହିଛି, ତାହାକୁ ତୁରନ୍ତ ପରିବର୍ତ୍ତନ କରାଯାଇ ସମସ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ସଂଶୋଧିତ ବୃଦ୍ଧି ସହାୟତା ପ୍ରଦାନ କରାଯିବା ପାଇଁ ଦୃଢ ଦାବି ଉପସ୍ଥାପନ କରିଛନ୍ତି। ଦାବିଗୁଡ଼ିକୁ ପୂରଣ ନକଲେ ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସ ପକ୍ଷରୁ ଆସନ୍ତା ୧୫ ତାରିଖ ବୁଧବାର ରାଜଭବନ ସମ୍ମୁଖରେ ଧାରଣା ଦିଆଯିବ ବୋଲି ପାଣ୍ଡବ ଚେତାବନୀ ଦେଇଛନ୍ତି। ପ୍ରକାଶଯୋଗ୍ୟ, ‘ଜୱାଦ’ କ୍ଷତିଗ୍ରସ୍ତ କୃଷକଙ୍କୁ ଉପଯୁକ୍ତ ସହାୟତା ରାଶି ପ୍ରଦାନ କରିବାକୁ ମଙ୍ଗଳବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri