ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦାବିକଲା କଂଗ୍ରେସ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ‘ଜୱାଦ’ଜନିତ ଅଦିନିଆ ବର୍ଷାରେ ଓଡ଼ିଶାରେ ବ୍ୟାପକ ଫସଲ ନଷ୍ଟ ହୋଇଛି। କେବଳ ଧାନ ଚାଷୀ ନୁହନ୍ତି, ପରିବା ଚାଷୀ ମଧ୍ୟ କ୍ଷତିଗ୍ରସ୍ତ ହୋଇଛନ୍ତି। ଏଭଳି ବିପତ୍ାତ ସମୟରେ ରାଜ୍ୟ ଓ କେନ୍ଦ୍ର ସରକାର ତୁରନ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ କରିବାକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସରକାରଙ୍କ ନିକଟରେ ଦୃଢ଼ ଦାବି କରାଯାଇଛି।
ବୁଧବାର ରାଜ୍ୟ କଂଗ୍ରେସ ଭବନଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ପ୍ରଦେଶ କଂଗ୍ରେସ ମୁଖପାତ୍ର ପଦ୍ମାକର ଗୁରୁ, ପ୍ରଦେଶ କିଷାନ କଂଗ୍ରେସ ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକ ଓ ମୁଖପାତ୍ର ଅମିୟ ପାଣ୍ଡବ ଉପସ୍ଥିତ ରହି ଅବିଳମ୍ବେ ଚାଷୀଙ୍କ କୃଷି ଋଣ ଛାଡ଼ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପଦ୍ମାକର କହିଛନ୍ତି, ଚାଷୀଙ୍କ ଦୁଃଖ ସମୟରେ ବିଧାନସଭାରେ ଗୃହମୁଖ୍ୟ ଉପସ୍ଥିତ ନ ରହିବା, ଏନେଇ ଆଲୋଚନା ନ ହେବା ଓ ବାଚସ୍ପତି ହାତ ଟେକିଦେବା ଶୋଭନୀୟ ନୁହେଁ। ସେହିପରି ଅମିୟ କହିଛନ୍ତି, କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ରିଲିଫ ବ୍ୟବସ୍ଥାରେ ଚାଷୀକୁଳ ଠିକ୍‌ ଭାବେ ଉପକୃତ ହୋଇପାରୁ ନାହାନ୍ତି। ଏଣୁ ପ୍ରଚଳିତ ରିଲିଫ କୋଡ୍‌ର ସଂଶୋଧନ କରାଗଲେ କୃଷକଙ୍କ ସ୍ବାର୍ଥରକ୍ଷା ହୋଇପାରିବ। ଜାତୀୟ ଓ ରାଜ୍ୟ ପ୍ରାକୃତିକ ବିପର୍ଯ୍ୟୟ ପାଣ୍ଠିର ପ୍ରଚଳିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୃଷି ଇନ୍‌ପୁଟକୁ ୩ଗୁଣା ବୃଦ୍ଧି କରାଯାଉ। ସରକାରଙ୍କ ତରଫରୁ ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କୁ ଯେଉଁ କୃଷି ଇନ୍‌ପୁଟ ସହାୟତାର ପ୍ରଚଳିତ ବ୍ୟବସ୍ଥା ରହିଛି, ତାହାକୁ ତୁରନ୍ତ ପରିବର୍ତ୍ତନ କରାଯାଇ ସମସ୍ତ କ୍ଷତିଗ୍ରସ୍ତ ଚାଷୀଙ୍କୁ ସଂଶୋଧିତ ବୃଦ୍ଧି ସହାୟତା ପ୍ରଦାନ କରାଯିବା ପାଇଁ ଦୃଢ ଦାବି ଉପସ୍ଥାପନ କରିଛନ୍ତି। ଦାବିଗୁଡ଼ିକୁ ପୂରଣ ନକଲେ ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସ ପକ୍ଷରୁ ଆସନ୍ତା ୧୫ ତାରିଖ ବୁଧବାର ରାଜଭବନ ସମ୍ମୁଖରେ ଧାରଣା ଦିଆଯିବ ବୋଲି ପାଣ୍ଡବ ଚେତାବନୀ ଦେଇଛନ୍ତି। ପ୍ରକାଶଯୋଗ୍ୟ, ‘ଜୱାଦ’ କ୍ଷତିଗ୍ରସ୍ତ କୃଷକଙ୍କୁ ଉପଯୁକ୍ତ ସହାୟତା ରାଶି ପ୍ରଦାନ କରିବାକୁ ମଙ୍ଗଳବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri