Posted inରାଜ୍ୟ

ଧର୍ମେନ୍ଦ୍ରଙ୍କୁ କଳାପତାକା ଦେଖାଇଲା କଂଗ୍ରେସ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ମଙ୍ଗଳବାର ଯୁବ କଂଗ୍ରେସ କର୍ମୀମାନେ ଚନ୍ଦ୍ରଶେଖରପୁର ସ୍ଥିତ ଏକ ଘରୋଇ ହସ୍ପିଟାଲ ରାସ୍ତାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳାପତାକା ପ୍ରଦର୍ଶନ କରିଛନ୍ତି। ସମଗ୍ର ଦେଶରେ ପେଟ୍ରୋଲ, ଡିଜେଲ ଦର ଅହେତୁକ ବୃଦ୍ଧି ପାଇବା ସହିତ କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ କରାଯାଇଥିବା କୃଷି ଆଇନ ବିରୋଧରେ ଯୁବ କଂଗ୍ରେସ କର୍ମୀମାନେ ଏଭଳି ବିରୋଧ କରିଛନ୍ତି। ଏହି ସମୟରେ ଯୁବ କଂଗ୍ରେସ ସଭାପତି ଲେଙ୍କା ଉପସ୍ଥିତ ରହି ଏଥିରେ ସାମିଲ ହୋଇଥିଲେ। କଳା ପତାକା ପ୍ରଦର୍ଶନ ବେଳେ ପୋଲିସ ଯୁବ କଂଗ୍ରେସ କର୍ମୀମାନଙ୍କୁ ଅଟକ ରଖି ପରେ ଛାଡି ଦେଇଛି। ଏହି ଅବସରରେ ସ୍ମୃତିରଞ୍ଜନ କହିଛନ୍ତି, ଦେଶର ଅନ୍ନଦାତା ରାଜରାସ୍ତାରେ ବସିଥିବା ବେଳେ କେନ୍ଦ୍ର ସରକାର ନିରବଦ୍ରଷ୍ଟା ସାଜିବା ସହ ଏହାକୁ ଭ୍ରୂକ୍ଷେପ ନ କରି ଭଣ୍ଡୁର କରିବାକୁ ଉଦ୍ୟମ କରୁଛନ୍ତି। ଆନ୍ତର୍ଜାତୀୟ ବଜାରରେ ତୈଳଦର ବ୍ୟାରେଲ ପିଛା ୫୦ ଡଲାରରୁ କମ୍‌ ଥିବାବେଳେ ସରକାର ପେଟ୍ରୋଲ, ଡିଜେଲ ଦର ନିୟନ୍ତ୍ରଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ବୋଝ ଉପରେ ଲଳିତା ବିଡ଼ା ସଦୃଶ କ୍ରମାଗତ ଭାବେ ଦରବୃଦ୍ଧି ପାଇ ତେଲ ଦର ଲିଟର ପିଛା ୯୦ ଟଙ୍କା ହୋଇଗଲାଣି। ବର୍ତ୍ତମାନ ସମଗ୍ର ଦେଶ କରୋନା ମହାମାରୀ ସହିତ ଲଢ଼େଇ ଏବଂ ଜୀବନଜୀବିକା ସହ ସଂଘର୍ଷ କରୁଥିବା ବେଳେ କେନ୍ଦ୍ରମନ୍ତ୍ରୀ ଜନସାଧାରଣଙ୍କୁ ଭୁଅଁା ବୁଲାଉଛନ୍ତି। ଯଦି ଆଗାମୀ ଦିନରେ କଳା କୃଷି ଆଇନ ପ୍ରତ୍ୟାହାର ଓ ପେଟ୍ରୋଲ, ଡିଜେଲ ଦର ନିୟନ୍ତ୍ରଣ କରା ନ ଯାଏ ତେବେ ସମଗ୍ର ରାଜ୍ୟରେ କେନ୍ଦ୍ରମନ୍ତ୍ରୀଙ୍କୁ କଳାପତାକା ପ୍ରଦର୍ଶନ ସହ ଜୋରଦାର ବିରୋଧ କରାଯିବ ବୋଲି ସ୍ମୃତିରଞ୍ଜନ କଡ଼ା ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri