ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା

ଭୁବନେଶ୍ୱର,୨୭।୮(ଅନିଲ ଦାସ): ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗଙ୍କ ସଂରକ୍ଷଣ ଦାବି ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି। ସେଥିରେ ସେ ଉଲ୍ଲେଖ କରିଛନ୍ତି, ଦୀର୍ଘ ବର୍ଷ ଧରି ରାଜ୍ୟରେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗଙ୍କ ‘ସମ୍ବିଧାନ ସମ୍ମତ ସଂରକ୍ଷଣ’ ବ୍ୟବସ୍ଥା ଲାଗୁ ହୋଇନାହିଁ।
ଚଳିତବର୍ଷ ମଧ୍ୟ ଏଥିରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆମେ ଆଶା କରିଥିଲୁ ‘ସାମାଜିକ ନ୍ୟାୟ’ ଜାତିଭିତ୍ତିକ ଜନଗଣନା ଓ ସମଗ୍ର ଦେଶରେ ଲାଗୁ ହୋଇଥିବା ସଂରକ୍ଷଣ ଉଭୟ ଶିକ୍ଷା ଓ ଚାକିରି କ୍ଷେତ୍ରରେ ଓଡ଼ିଶାରେ ଲାଗୁ ହେବା ସମ୍ପର୍କରେ ଆପଣଙ୍କ ସରକାରଙ୍କ ନୀତି ଓ ନିଷ୍ପତ୍ତି ସମ୍ପର୍କରେ ବିଧାନସଭାରେ ସ୍ପଷ୍ଟ କରିବେ। କିନ୍ତୁ ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ ଗତ ୨ଦିନ ଧରି ଆମେ ବିଧାନସଭାରେ ଦାବି କରିବା ସତ୍ତ୍ୱେ ଆପଣ ଏ ସମ୍ପର୍କରେ ନୀରବ ରହିଛନ୍ତି। ରାଜ୍ୟ ଲୋକସଂଖ୍ୟାର ଏସ୍‌ସି, ଏସ୍‌ଟି ଏବଂ ଓବିସି ସଂଖ୍ୟା ୯୪ %। କିନ୍ତୁ ଏହି ବର୍ଗର ଛାତ୍ରୀଛାତ୍ର ତାଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ରହିବେ ।
ଚଳିତ ଶିକ୍ଷାବର୍ଷର ଏମ୍‌ବିବିଏସ୍‌ ନାମଲେଖା ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏଥିରେ ଏସ୍‌ସି ଓ ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ମିଳୁଛି ମାତ୍ର ୨୦% ସଂରକ୍ଷଣ। ଏହି ବର୍ଗର ପିଲାମାନେ ୨୫୫ ଏମ୍‌ବିବିଏସ୍‌ ସିଟ୍‌ ହରାଉଛନ୍ତି। ଠିକ୍‌ ସେହିଭଳି ପଛୁଆବର୍ଗ (ଓବିସି/ଏସ୍‌ଇବିସି) ଛାତ୍ରୀଛାତ୍ରମାନଙ୍କ ପାଇଁ ଆଦୌ ସଂରକ୍ଷଣ ନାହିଁ। ସେମାନେ ଚଳିତ ବର୍ଷ ପ୍ରାୟ ୪୦୦ ସିଟ୍‌ ହରାଇବେ ।
(୨୭% ସଂରକ୍ଷଣ ସବୁ ରାଜ୍ୟରେ ଦିଆଯାଉଛି)। ଓବିସି/ଏସ୍‌ଇବିସି ବର୍ଗର ଛାତ୍ରୀଛାତ୍ର ୨୦୦୬ରୁ ଆଜି ପର୍ଯ୍ୟନ୍ତ ପ୍ରାୟ ୭ ହଜାର ପିଲା ଏବଂ ଏସ୍‌ସି, /
ଏସ୍‌ଟି ବର୍ଗର ପ୍ରାୟ ୫ ହଜାର ପିଲା ଡାକ୍ତର ହେବାରୁ ବଞ୍ଚିତ ହୋଇଛନ୍ତି। ତୁରନ୍ତ ଏ ସମ୍ପର୍କରେ ବିଧାନସଭାକୁ ବିଶ୍ୱାସକୁ ନେଇ ଗୃହରେ ସ୍ପଷ୍ଟୀକରଣ ରଖନ୍ତୁ ବୋଲି କାଡାମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri