Posted inଜାତୀୟ

ଅକ୍ଟୋବର-୨ରୁ ଭାରତ ଯୋଡୋ ଯାତ୍ରା

ଜୟପୁର,୧୫।୫: ରାଜସ୍ଥାନର ଉଦୟପୁରରେ ଚାଲିଥିବା କଂଗ୍ରେସର ଚିନ୍ତନ ଶିବିରର ଶେଷ ଦିନରେ ଦଳର ଜାତୀୟ ସଭାପତି ସୋନିଆ ଗାନ୍ଧୀ ନେତାମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ ଏହି ଶିବିରରେ ଅଂଶଗ୍ରହଣ କରିଥିବା ଦଳର ନେତାମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ଏଥି ସହିତ ସୋନିଆ କହିଛନ୍ତି, କଂଗ୍ରେସ ଦଳ ସାରା ଦେଶରେ ‘ଭାରତ ଯୋଡୋ ଯାତ୍ରା’ ଆରମ୍ଭ କରିବ। ଚଳିତ ବର୍ଷ ଗାନ୍ଧୀ ଜୟନ୍ତୀ ଠାରୁ ଏହି ଯାତ୍ରା ଆରମ୍ଭ ହେବ। ସମସ୍ତ ବୃଦ୍ଧ ଓ ଯୁବକ ଏହି ଯାତ୍ରାରେ ଅଂଶଗ୍ରହଣ କରିବେ। ଏହି ଯାତ୍ରା ସାମ୍ପ୍ରଦାୟିକ ସମନ୍ବୟ ରକ୍ଷା କରିବାରେ ସାହାଯ୍ୟ କରିବ। ଏହା ବ୍ୟତୀତ ଜିଲା ସ୍ତରରେ ଜନସଚେତନତା ଅଭିଯାନ ମଧ୍ୟ କରାଯିବ। ଏହି ଯାତ୍ରାରେ ଯୋଗଦେବା ପାଇଁ ସେ ସମସ୍ତ ଶ୍ରମିକଙ୍କୁ ନିବେଦନ କରିଛନ୍ତି।
ସୋନିଆ କହିଛନ୍ତି, ଖୁବ ଶୀଘ୍ର ଉଦୟପୁରର ଚିନ୍ତନ ଶିବିରରେ ନିଆଯାଇଥିବା ନିଷ୍ପତ୍ତି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ଟାସ୍କଫୋର୍ସ ଗଠନ କରାଯିବ। ଉଇ ଓ୍ବିଲ୍‌ ଓଭର୍‌କମ୍‌(ଆମେ ଅତିକ୍ରମ କରିବୁ), ଏହା ହେଉଛି ଆମର ନୂତନ ସଂକଳ୍ପ।
ଏହାପୂର୍ବରୁ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ମଧ୍ୟ ଦଳର ନେତାମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟର ସେ ଭାଜପା ଏବଂ ଆରଏସଏସ ଉପରେ କଡ଼ା ଆକ୍ରମଣ କରିଥିଲେ। ରାହୁଲ ଗାନ୍ଧୀ କହିଛନ୍ତି ଯେ, ଆମର ସଂଗ୍ରାମ ଭାଜପା ଏବଂ ଆରଏସଏସର ଆଦର୍ଶ ସହ ରହିଛି, ସେଥିପାଇଁ ଏହା ଏତେ ସହଜ ହେବ ନାହିଁ। ଏହି ଆଦର୍ଶ ଦେଶ ପାଇଁ ଅତ୍ୟନ୍ତ ବିପଜ୍ଜନକ ଅଟେ। ମୋର ପ୍ରିୟ ଦେଶରେ ଏତେ କ୍ରୋଧ ଏବଂ ହିଂସା ବ୍ୟାପିପାରେ ବୋଲି ମୁଁ ଗ୍ରହଣ କରିବାକୁ ପ୍ରସ୍ତୁତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri