ଅନୁଭବଙ୍କ ଶିକ୍ଷାଗତ ଯୋଗ୍ୟତା ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ଭୁବନେଶ୍ୱର,୮।୯(ବ୍ୟୁରୋ):  ବିଭିନ୍ନ ସମୟରେ ଏମ୍‌ପି ଅନୁଭବ ମହାନ୍ତି କାହାକୁ ନା କାହାକୁ ଦୁର୍ବ୍ୟବହାର କରିଛନ୍ତି। କେତେବେଳେ ମହିଳାଙ୍କୁ ପୁଣି କେତେବେଳେ ରାଜନୈତିକ ସଭାରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା କେନ୍ଦ୍ରାପଡ଼ା ଏମ୍‌ପିଙ୍କୁ ସରକାର ସୁରକ୍ଷା ଦେଉଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ନେତା ନିଶିକାନ୍ତ ମିଶ୍ର କହିଛନ୍ତି, କେବଳ ସେତିକି ନୁହେଁ ତାଙ୍କ ଶିକ୍ଷାଗତ ଯୋଗ୍ୟତାର ପ୍ରମାଣପତ୍ର ଜାଲିଆତି ଅଭିଯୋଗ ଆସିବା ପରେ ସେ ନିଜେ ଏହାକୁ ପରୋକ୍ଷରେ ସ୍ବୀକାର କରିଥିଲେ। କିନ୍ତୁ ଏବେ ତାଙ୍କ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ସୂଚନା ଅଧିକାର ଆଇନ ବଳରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହା ରାଜ୍ୟବାସୀଙ୍କୁ ଅତ୍ୟନ୍ତ ଆଶ୍ଚର୍ଯ୍ୟ କରିଛି। ଗତ ଫେବୃୟାରୀ ୩ରେ କଂଗ୍ରେସ ଏକ ଖବରଦାତା ସମ୍ମିଳନୀରେ ନିର୍ବାଚନ ବେଳେ ନାମାଙ୍କନ ପତ୍ର ଦାଖଲ ସମୟରେ ଏମ୍‌ପିଙ୍କ ଶିକ୍ଷାଗତ୍ୟ ଯୋଗ୍ୟତା ସମ୍ପର୍କରେ ଯେଉଁ ତଥ୍ୟ ଦେଇଥିଲେ ତାହା ଜାଲ୍‌ ବୋଲି କହିଥିଲା। ସୂଚନା ଅଧିକାର ବଳରେ ଆସିଥିବା ତଥ୍ୟ ଆଧାରରେ ଏମ୍‌ପି ବର୍ତ୍ତମାନ କନ୍ଦରପୁର କଲେଜର +୩ ବର୍ଷର ଛାତ୍ର ବୋଲି କୁହାଯାଇଥିଲା। କିନ୍ତୁ ଏବେ ଏମ୍‌ପିଙ୍କ ଶିକ୍ଷାଗତ ଯୋଗ୍ୟତା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ବଳରେ ଖ୍ରୀଷ୍ଟ ମହାବିଦ୍ୟାଳୟଠାରୁ ମିଳିଥିବା ତଥ୍ୟ ଆଧାରରେ ୨୦୦୦ରେ ଅନୁଭବ ମହାନ୍ତି +୨ ପରୀକ୍ଷା ଦେଇ ଫେଲ୍‌ ହୋଇଛନ୍ତି। ବର୍ତ୍ତମାନ ତାଙ୍କ ସ୍ତ୍ରୀଙ୍କ ସଙ୍ଗିନ ଅଭିଯୋଗ ଆସିବାପରେ କଂଗ୍ରେସ ସିଧାସଳଖ ବିଜେଡି ଏବଂ ଅନୁଭବଙ୍କୁ ଟାର୍ଗେଟ କରି କହିଛି ଯେ, ଶାସକ ଦଳର ‘ମା’କୁ ସମ୍ମାନ’ ନାଁରେ କୁମ୍ଭୀର କାନ୍ଦଣା କାନ୍ଦୁଛି। ତେଣୁ ବିଜେଡି ଅନୁଭବଙ୍କ ବିରୋଧରେ ରାଜନୈତିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ନିଶିକାନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri