Posted inଜାତୀୟ

ମୋଦି ସରକାରଙ୍କୁ ସମର୍ଥନ କଲା କଂଗ୍ରେସ

ନୂଆଦିଲ୍ଲୀ,୩।୩: ୟୁକ୍ରେନରେ ରୁଷିଆ ଚଳାଇଥିବା ଦମନଲୀଳା ବିରୋଧରେ ଆଗତ ଗୋଟିଏ ପ୍ରସ୍ତାବ ଜାତିସଂଘର ସାଧାରଣ ମହାସଭାରେ ପାରିତ ହୋଇଛି। ଏ ପ୍ରସ୍ତାବରେ ରୁଷିଆର ପଦକ୍ଷେପକୁ ନିନ୍ଦା କରାଯାଇଛି। କିନ୍ତୁ ଏହି ନିନ୍ଦା ପ୍ରସ୍ତାବ ଉପରେ ହୋଇଥିବା ଭୋଟିଂରୁ ଭାରତ ପୁଣିଥରେ ନିଜକୁ ଦୂରେଇ ରଖିଛି। ୟୁଏନଜିଏରେ ଭୋଟ ନ ଦେବା ପାଇଁ ସରକାରଙ୍କ ଆଭିମୁଖ୍ୟକୁ କଂଗ୍ରେସ ନେତା ସମର୍ଥନ କରିଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ଅଧ୍ୟକ୍ଷତାରେ ମନ୍ତ୍ରଣାଳୟର ପରାମର୍ଶଦାତା କମିଟିର ବୈଠକରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଶଶି ଥରୁର, ଆନନ୍ଦ ଶର୍ମା, ଶିବସେନାର ପ୍ରିୟଙ୍କା ଚତୁଃର୍ବେଦୀ, ଆରଜେଡି ପ୍ରେମଚନ୍ଦ୍ର ଗୁପ୍ତା, ଭାଜପାର ଜିଭିଏନ ନରସିଂହ ରାଓ ଅଂଶଗ୍ରହଣ କରିଥିଲେ। ୟୁକ୍ରେନରେ ଚାଲିଥିବା ରୁଷିଆର ସାମରିକ କାର୍ଯ୍ୟ ମଧ୍ୟରେ ବୈଦେଶିକ ମନ୍ତ୍ରୀ ସ୍ଥାନାନ୍ତର ପ୍ରକ୍ରିୟା ଏବଂ ସାମ୍ପ୍ରତିକ ପରିସ୍ଥିତି ବିଷୟରେ ସୂଚନା ଦେଇଥିଲେ।
ଭାରତ ସମେତ ପାକିସ୍ତାନ, ଚାଇନା ଭଳି ୩୫ଟି ଦେଶ ପ୍ରସ୍ତାବ ଉପରେ ଭୋଟ ଦେଇ ନାହାନ୍ତି। ସେହିପରି ୧୯୩ ସଦସ୍ୟ ବିଶିଷ୍ଟ ଜାତିସଂଘ ସାଧାରଣ ମହାସଭାର ୧୪୧ଟି ଦେଶ ପ୍ରସ୍ତାବ ସପକ୍ଷରେ ଭୋଟ ଦେଇଥିବା ବେଳେ ରୁଷିଆ ସମେତ ୫ ଦେଶ ଏହା ବିରୋଧରେ ମତ ରଖିଛନ୍ତି। ୧୪୧ ଦେଶ ପ୍ରସ୍ତାବ ସପକ୍ଷରେ ଭୋଟ ଦେଇଥିବାରୁ ଏହା ପାରିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri