କୃଷକ ସଙ୍ଗଠନ ଆନ୍ଦୋଳନରେ ସାମିଲ ହେବ କଂଗ୍ରେସ

ଭୁବନେଶ୍ୱର,୨୪।୯(ବ୍ୟୁରୋ):ପାର୍ଲାମେଣ୍ଟରେ ଅଗଣତାନ୍ତ୍ରିକ ଉପାୟରେ କେନ୍ଦ୍ର ସରକାର ପାରିତ କରିଥିବା ୩ଟି କୃଷି ବିଧେୟକକୁ ନେଇ ସାରା ଭାରତରେ କୃଷକମାନଙ୍କ ପ୍ରତିବାଦ ଓ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। କୃଷକ ଓ ଭାଗଚାଷୀଙ୍କ ସ୍ବାର୍ଥକୁ ଆଖି ଆଗରେ ରଖି ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଏକ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ନିଷ୍ପତ୍ତି ହୋଇଛି। ତଦନୁଯାୟୀ ଓଡିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ସବୁ ଜିଲା ନେତୃବୃନ୍ଦଙ୍କୁ ସୂଚାରୁରୂପେ କାର୍ଯ୍ୟକ୍ରମ ପାଳନ କରିବା ପାଇଁ ନିବେଦନ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମ ମଧ୍ୟରେ ଗୁରୁବାର ରାଜ୍ୟ ସଭା ଏମ୍‌ପି ଦିଗ୍‌ବିଜୟ ସିଂହ ଓଡିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀ କରିବେ। ସେପ୍ଟେମ୍ବର ୨୫ରେ ଅଖିଳ ଭାରତ କୃଷକ ସଙ୍ଗଠନ ଡାକରାକୁ କଂଗ୍ରେସ ସମର୍ଥନ କରିବ। ସେହିପରି ୨୬ରେ ସାମାଜିକ ଗଣମାଧ୍ୟମ ଜରିଆରେ କୃଷକମାନଙ୍କ ପାଇଁ ଏକ ପ୍ରଚାର କାର୍ଯ୍ୟକ୍ରମ ଆରମ୍ଭ ହେବ। ଯେଉଁଥିରେ କୃଷକମାନେ ନିଜର ମତପୋଷଣ କରିବା ସହ କଂଗ୍ରେସ ନେତୃବୃନ୍ଦ ଏଥିରେ ବହୁଳ ପରିମାଣରେ ଅଂଶଗ୍ରହଣ କରିବେ। ୨୮ରେ ଓପିସିସିର ବରିଷ୍ଠ କଂଗ୍ରେସ ପ୍ରତିନିଧି ଦଳ ରାଜ୍ୟପାଳଙ୍କ ସହ ଆଲୋଚନା କରି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିବେ। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ପିସିସି ପକ୍ଷରୁ କିଷାନ ମଜଦୁର ବଞ୍ଚାଓ ଦିବସ ସମସ୍ତ ଜିଲା ମୁଖ୍ୟାଳୟ ଓ ବିଧାନସଭା କ୍ଷେତ୍ରରେ ପାଳନ କରାଯିବ। ୧୦ ତାରିଖରେ ଓଡ଼ିଶାର ଯେ କୌଣସି ଗୋଟିଏ ସ୍ଥାନରେ ରାଜ୍ୟସ୍ତରୀୟ କୃଷକ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ କଂଗ୍ରେସର ବରିଷ୍ଠ ନେତୃବୃନ୍ଦ ଏବଂ କୃଷକମାନେ ଯୋଗଦେବେ। ୨ ତାରିଖରେ ରାଷ୍ଟ୍ରପତିଙ୍କ ଉଦ୍ଦ୍ୟେଶରେ ବୁଥ୍‌, ଗ୍ରାମପଞ୍ଚାୟତଠୁ ଆରମ୍ଭ କରି ଏନ୍‌ଏସି, ମ୍ୟୁନିସିପାଲଟି, ମହାନଗର ନିଗମ ଓ ସର୍ବୋପରି ଜିଲାସ୍ତରରେ ଦସ୍ତଖତ ଅଭିଯାନ ଆରମ୍ଭ ହୋଇ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଚାଲିବ। କାର୍ଯ୍ୟକ୍ରମରେ କଂଗ୍ରେସର ବରିଷ୍ଠ କର୍ମୀମାନେ ସଫଳ କରିବା ପାଇଁ ପିସିସି ସଭାପତି ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri