ଚାଷୀଙ୍କୁ ଆବଶ୍ୟକ ସାର ଦେବାକୁ କଂଗ୍ରେସର ଦାବି

ଭୁବନେଶ୍ୱର,୨୫।୮(ବ୍ୟୁରୋ): ସାରା ରାଜ୍ୟରେ ଅନୁକୂଳ ପାଣିପାଗ ଥିବା ଯୋଗୁ ଚାଷ ପାଇଁ ୟୁରିଆସାରର ଯଥେଷ୍ଟ ଚାହିଦା ରହିଛି। କିନ୍ତୁ ସରକାରଙ୍କ ପକ୍ଷରୁ ୟୁରିଆ ଯୋଗାଣ କ୍ଷେତ୍ରରେ ବିଳମ୍ବ ଯୋଗୁ ଚଳିତ ଖରିଫ୍‌ ଚାଷ ବାଧାପ୍ରାପ୍ତ ହେଉଛିି। ଚାଷୀମାନେ ସାର ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଖରିଫ୍‌ ଚାଷ ପାଇଁ ରାଜ୍ୟରେ ୪ ଲକ୍ଷ ୫୦ ହଜାର ମେଟ୍ରିକ୍‌ ଟନ୍‌ ସାର ଚାଷୀଙ୍କୁ ଯୋଗାଇବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ଅଗଷ୍ଟ ସୁଦ୍ଧା ୩ ଲକ୍ଷ ୫୦ ହଜାର ମେଟ୍ରିକ୍‌ ଟନ୍‌ ଦିଆଯିବା କଥା। କିନ୍ତୁ ରବିବାର ସୁଦ୍ଧା ପ୍ରାୟ ୨ ଲକ୍ଷ ମେଟ୍ରିକ୍‌ ଟନ୍‌ ସାର ଯୋଗାଇ ଦିଆଯାଇଥିବା ବେଳେ ଆଉ ଦେଢ ଲକ୍ଷ ମେଟ୍ରିକ୍‌ ଟନ୍‌ ସାର ସରକାର ଚାଷୀଙ୍କୁ ଯୋଗାଇ ଦେଇପାରି ନାହାନ୍ତି। ଫଳରେ ଅନେକ ସ୍ଥାନରେ ସାର କଳାବଜାର ହେବା ସହ ଚାଷୀ ଚଢା ଦରରେ ୟୁରିଆ ବସ୍ତା ପିଛା ୨ଶହରୁ ୩୦୦ ଟଙ୍କାରେ କିଣିବାକୁ ବାଧ୍ୟ ହେଉଛନ୍ତି। ଏଥିପ୍ରତି କୃଷି ବିଭାଗର ନିଘା ନାହିଁ। ଏଥିରେ ଉଭୟ ସରକାର ଚାଷୀଙ୍କ ଆୟ କିପରି ୨ଗୁଣା ବଢାଇବେ ବୋଲି ସୋମବାର ପିସିସି କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ପିସିସି କିଷାନ ସେଲ୍‌ ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଅଧିକ ଫସଲ ଅମଳ ପାଇଁ ସାର ମୁଖ୍ୟ ଉପାଦାନ। ହେକ୍ଟର ପିଛା ୮୧ କେଜି ସାର ପ୍ରୟୋଗ କରାଯିବା ସହ ଚଳିତ ଖରିଫ୍‌ ଚାଷ ପାଇଁ ସରକାର ୯ ଲକ୍ଷ ୬୦ ହଜାର ମେଟ୍ରିକ୍‌ ଟନ୍‌ ସାର ଚାଷୀଙ୍କୁ ଯୋଗାଇଦେବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଚାଷୀଙ୍କୁ ୬୦ ପ୍ରତିଶତ ସାର ମଧ୍ୟ ସରକାର ଯୋଗାଇ ପାରିନାହାନ୍ତି। ଏପରିକି ସାର କଳାବଜାର ରୋକିବା, ପରିବହନ, ପ୍ୟାକିଂ, ଗୋଦାମ ଘର ପ୍ରଭୃତିର କୌଣସି ଭିତ୍ତିଭୂମି ନାହିଁ ବୋଲି ସେ କହିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଷୀଙ୍କୁ ଆବଶ୍ୟକ ପରିମାଣର ସାର ଯୋଗାଣ ଓ ସୁଦୃଢ ରେଲୱେ ର଼୍ୟାକ୍‌ ବ୍ୟବସ୍ଥା କରିବା ସହ ରାଜ୍ୟ ସରକାର ଚାଷୀଙ୍କୁ ଆବଶ୍ୟକ ପରିମାଣର ୟୁରିଆ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଯୋଗାଇ ଦେବାକୁ କଂଗ୍ରେସ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

ଗ୍ରହଙ୍କ ବଡ଼ ସଂଯୋଗ: ଏହି ୫ ରାଶିଙ୍କୁ ମିଳିବ ଧନଠାରୁ କ୍ୟାରିୟର ପର୍ଯ୍ୟନ୍ତ ଲାଭ

୨୮ ଅଗଷ୍ଟ ୨୦୨୬ ଦିନଟି ପଞ୍ଜିକା ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷର ପୂର୍ଣ୍ଣିମା ତିଥି…

‘ଇମ୍ରାନ ଖାନଙ୍କୁ ମାରିଦେବାକୁ ଚାହୁଁଛନ୍ତି ପାକିସ୍ତାନ ସରକାର’, ବଡ଼ ଦାବି କଲେ ପୁଅ

ଇସଲାମାବାଦ,୨୮।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ନେଇ ବଡ଼ ଅଭିଯୋଗ ଆସିଛି । ଇମ୍ରାନ ଖାନଙ୍କ ଦୁଇ ପୁଅ କାସିମ ଖାନ ଓ ସୁଲେମାନ ଖାନ…

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ଭିସା ରିଜେକ୍ଟ ହେବାରୁ ବଞ୍ଚିଗଲା ଜୀବନ! ନେପାଳ ବନ୍ୟାର ଭୟାବହତାରୁ ଅଳ୍ପକେ ରକ୍ଷା ପାଇଲେ ଏହି ମହିଳା

କୋଲକାତା,୨୮।୮(ପି.ଟି.): ମନ ଚାହୁଁଥିବା କଥା ପୂରଣ ହୋଇ ନ ପାରିଲେ ଦୁଃଖ ଲାଗିଥାଏ। ହେଲେ ବେଳେ ବେଳେ ତାହା ପରବର୍ତ୍ତୀ ସମୟରେ ମଙ୍ଗଳ ଘଟାଇଥାଏ। ଏଭଳି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri