Posted inଫୁରସତ

ରୁଦ୍ରାକ୍ଷ ମାଳ ଧରି ପୋଲିସ ମୁଖ୍ୟାଳୟ ସାମ୍ନାରେ ବସିଲେ କନ୍‌ଷ୍ଟେବଳ, କାହିଁକି…

ଭୋପାଳ, ୨୦।୭- ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରୁ ଅନସନର ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। ଭୋପାଳରେ ଥିବା ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ବାହାରେ ସୋମବାର ଜଣେ କନ୍‌ଷ୍ଟେବଳ ଭିନ୍ନ ତରିକାରେ ଅନଶନରେ ବସିଥିଲେ। ଝାବୁଆ ଜିଲାରେ କାର୍ଯ୍ୟରତ ଥିବା ମଧୁସୂଦନ ରାଠୋର ନାମକ ଜଣେ କନ୍‌ଷ୍ଟେବଳ ପୋଲିସଙ୍କୁ ସାପ୍ତାହିକ ଛୁଟି ଏବଂ ପୋଲିସ ବ୍ୟବସ୍ଥାରେ ସୁଧାର ଦାବିରେ ଆଧ୍ୟାତ୍ମିକ ଅନଶନ କରିଛନ୍ତି। ମଧୁସୂଦନ ହାତରେ ରୁଦ୍ରାକ୍ଷ ମାଳି ଧରିବା ସହିତ ଧ୍ୟାନ ମୁଦ୍ରାରେ ପୋଲିସ ମୁଖ୍ୟାଳୟ ବାହାରେ ବସିଛନ୍ତି। ବସିବା ପୂର୍ବରୁ ସେ ଏକ ଭିଡିଓ ସୋସିଆଲ ମିଡିଆରେ ଅପ୍‌ଲୋଡ କରିଛନ୍ତି। ଯେଉଁଥିରେ ମଧୁସୂଦନ କହିଛନ୍ତି, ‘ଆମକୁ ପ୍ରତି ୩ ବର୍ଷରେ ଥରେ ବଦଳି କରାଯାଉଛି। ଯେଉଁଥି ପାଇଁ ଆମକୁ ଏବଂ ଆମ ପରିବାରକୁ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ଆମ ପିଲାମାନଙ୍କର ପାଠପଢ଼ା ସମେତ ଅନ୍ୟାନ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥାଏ। ପୋଲିସ ବ୍ୟବସ୍ଥାରେ ସୁଧାର ଆବଶ୍ୟକ। କନ୍‌ଷ୍ଟେବଳଙ୍କୁ ନିଜ ଜିଲା ଭିତରେ କେବଳ ବଦଳି କରାଯାଉ। ଏଥିସହିତ କର୍ମକ୍ଷେତ୍ରରେ କର୍ମଚାରୀମାନେ ବହୁତ ଚାପରେ କାମ କରିଥାନ୍ତି। ତେଣୁ ସେମାନେ ବିଶ୍ରାମ ନେବା ଆବଶ୍ୟକ। ଯାହା ଫଳରେ ଡ୍ୟୁଟି ଚାପ ଦୂର ହୋଇପାରିବ। ଏଥିଲାଗି ସପ୍ତାହକୁ ଗୋଟିଏ ଦିନ ଛୁଟି ଲାଗୁ କରାଯାଉ।’ ଏହି ଘଟଣାରେ ବରିଷ୍ଠ ପୋଲିସ ଅଧିକାରୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମଧୁସୂଦନଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି। ତେବେ ଶେଷ ନିଶ୍ୱାସ ଥିବା ପର୍ଯ୍ୟନ୍ତ ଏଠାରେ ଅନଶନରେ ବସିବେ ବୋଲି ମଧୁସୂଦନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri