Posted inରାଜ୍ୟ

କନ୍‌ଷ୍ଟେବଳଙ୍କୁ ଜିଅନ୍ତା ଜାଳିଦେଲେ

ବୌଦ୍ଧ/ବାଉଁଶୁଣୀ,୧।୩: ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅଧୀନ ମଲିକପଡା ଗ୍ରାମରେ ଗତ ରବିବାର ରାତିରେ ଜଣେ ପୋଲିସ କନ୍‌ଷ୍ଟେବଳଙ୍କୁ ତାଙ୍କ ଅନ୍ୟ ଦୁଇଭାଇ ଜିଅନ୍ତା ପୋଡି ହତ୍ୟା କରିଛନ୍ତି। ମୃତକ ହେଲେ ସନ୍ତୋଷ ଜାନୀ (୩୨)। ଖବର ପାଇ ବାଉଁଶୁଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦରପୋଡା ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବୁର୍ଲା ଡାକ୍ତରଖାନାକୁ ପଠାଇଛି। ହତ୍ୟାକାଣ୍ଡର କାରଣ ଜଣାପଡିନାହିଁ। ତଦନ୍ତ ପରେ ପ୍ରକୃତ କାରଣ ଜଣାପଡିବ। ହତ୍ୟାକାରୀ ଦୁଇଭାଇଙ୍କୁ ଖୁବ୍‌ ଶୀଘ୍ର ଗିରଫ କରାଯିବ ବୋଲି ଥାନା ଅଧିକାରୀ ସୁବାସ ଚନ୍ଦ୍ର ରାୟଗୁରୁ ପ୍ରକାଶ କରିଛନ୍ତି। ମୃତକଙ୍କ ସ୍ତ୍ରୀ ସଙ୍ଗୀତା ଜାନୀଙ୍କ ଅଭିଯୋଗକୁ ଭିତ୍ତି କରି ବାଉଁଶୁଣୀ ଥାନାରେ ଏକ ମାମଲା (ନଂ.୨୬/୨୧) ରୁଜୁ ହୋଇଛି ।
ପୋଲିସ ସୂଚନା ମୁତାବକ, ମଲିକପଡ଼ା ଗ୍ରାମର ସନ୍ତୋଷ ବୌଦ୍ଧ ପୋଲିସରେ ଏସ୍‌ପିଓ ଚାକିରି ଆରମ୍ଭ କରି କନ୍‌ଷ୍ଟେବଳ ପଦବୀକୁ ପଦୋନ୍ନତି ପାଇଥିଲେ। ତାଙ୍କର ବାଉଁଶୁଣୀ ଥାନାକୁ ବଦଳି ହୋଇଥିଲା ଏବଂ ସେ ମାର୍ଚ୍ଚ ୧ରେ କାର୍ଯ୍ୟରେ ଯୋଗ ଦେଇଥାନ୍ତେ। ରବିବାର ରାତିରେ ସନ୍ତୋଷ ଡ୍ୟୁଟିରୁ ଘରକୁ ଫେରିଥିଲେ। ଏହି ସମୟରେ କୌଣସି କାରଣରୁ ବଡଭାଇ ପ୍ରଶାନ୍ତ ଜାନୀ (୪୦) ଓ ସାର୍ତ୍ତିକ ଜାନୀ (୩୬)ଙ୍କ ସହ ସନ୍ତୋଷଙ୍କ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ପ୍ରଶାନ୍ତ ଏବଂ ସାର୍ତ୍ତିକ କାଠ ଫାଳିଆରେ ତାଙ୍କୁ ପିଟିଥିଲେ। ପରେ ସେମାନେ ସନ୍ତୋଷଙ୍କୁ ଗୁରୁତର ଅବସ୍ଥାରେ ଘର ସାମ୍ନା ରାସ୍ତା କଡ ଖଜୁରୀ ଗଛମୂଳକୁ ନେଇ ନିଆଁ ଲଗାଇ ପୋଡ଼ି ଦେଇ ଫେରାର ହୋଇଯାଇଥିଲେ। ଉଲ୍ଲେଖନୀୟ, ଦୁଇବର୍ଷ ତଳେ ମୃତ ସନ୍ତୋଷଙ୍କ ବଡଭାଇ ପ୍ରଶାନ୍ତ ଏକ ହତ୍ୟା ମାମଲାରେ ଜେଲ୍‌ ଯାଇଥିଲେ। କିଛି ଦିନ ହେବ ସେ ଜାମିନରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ରବିବାର ପ୍ରସିଦ୍ଧ ଭାରତୀୟ ସଙ୍ଗୀତ ଗାୟିକା ଆଶା ଭୋସଲେଙ୍କ ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri