ଭିଜିଲାନ୍ସ ଜାଲରେ କନଷ୍ଟେବଳ, ୬ ଲକ୍ଷ ଟଙ୍କା ନେଇ ପଡ଼ିଲେ ଧରା

ଫୁଲବାଣୀ,୧ା୧୧(ରାକେଶ କୁମାର ରାଉତ): ଭିଜିଲାନ୍ସ ଜାଲରେ ଜଣେ ଡିଭିଏଫ କନଷ୍ଟେବଳ ପଡ଼ିଛନ୍ତି। ସେ ବେଆଇନ ଭାବେ ୬ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଫୁଲବାଣୀ ଏବଂ ବୌଦ୍ଧ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଛି। କନଷ୍ଟେବଳ ଜଣକ ହେଲେ ବୌଦ୍ଧ ଜିଲା କଣ୍ଟାମାଳର ହରିଶ ଚନ୍ଦ୍ର ସାହୁ।

ମିଳିଥିବା ସୂଚନାନୁସାରେ, ହରିଶଚନ୍ଦ୍ର ବୌଦ୍ଧ ଜିଲାର ବଘିଆପଡ଼ା ଫାଣ୍ଡି ଅଞ୍ଚଳରେ କିଛିଦିନ ହେବ ଗଞ୍ଜେଇ ଚାଷ କରୁଥିବା ଲୋକଙ୍କଠାରୁ ଟଙ୍କା ଆଦାୟ କରୁଥିବା ନେଇ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହା ପରେ ଫୁଲବାଣୀ ଓ ବୌଦ୍ଧ ଭିଜିଲାନ୍ସ ୨ଟି ଟିମ୍‌ କରି ବଘିଆପଡ଼ା ଫାଣ୍ଡି ନିକଟରେ ଛକି ବସିଥିଲେ। ହରିଶଚନ୍ଦ୍ର ସ୍ଥାନୀୟ ଅଞ୍ଚଳରୁ ଲକ୍ଷାଧିକ ଟଙ୍କା ଆଦାୟ କରି ଫାଣ୍ଡି ଭିତରେ ଜଣେ ସାଙ୍ଗଙ୍କ ରୁମ୍‌ରେ ରହିଥିଲେ। କିଛି ସମୟ ରହିବା ପରେ ଏକ ମୋଟରସାଇକେଲରେ ବାହାରକୁ ବାହାରିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ କର୍ମଚାରୀ ତାଙ୍କୁ ମାଡ଼ି ବସିଥିଲେ। ହରିଶଚନ୍ଦ୍ରଙ୍କଠାରୁ ୬ ଲକ୍ଷ ଟଙ୍କା ମିଳିଛି। କେଉଁଠୁ ଟଙ୍କା ଆଣିଛ ବୋଲି ପଚାରିବାରେ ହରିଶ୍ଚନ୍ଦ୍ର କିଛି ସନ୍ତୋଷଜନକ ଉତ୍ତର ଦେଇ ପାରୁନାହାନ୍ତି। ହରିଶଚନ୍ଦ୍ରଙ୍କ କଣ୍ଟାମାଳ ବାସଭବନ ସମେତ ବୌଦ୍ଧରେ ଥିବା ସରକାରୀ ଘର ଓ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦରେ ଥିବା ଶ୍ୱଶୁର ଘରେ ଏକକାଳୀନ ଚଢ଼ାଉ ଜାରି ରହିଥିବା ଭିଜିଲାନ୍ସ ଡିଏସ୍‌ପି ହେମନ୍ତ କୁମାର ମହାନ୍ତି ସୂଚନା ଦେଇଛନ୍ତି। ଏହି ଚଢ଼ାଉରେ ବୌଦ୍ଧ ଡିଏସ୍‌ପି ସୁରେଶ କୁମାର କହଁର, ଫୁଲବାଣୀ ଭିଜିଲାନ୍ସ କାର୍ଯ୍ୟାଳୟର ଏଏସ୍‌ଆଇ ମନୋଜ କୁମାର ନାୟକ, ଲୋକନାଥ ସାହୁଙ୍କ ସମତେ ଅନ୍ୟ କିଛି ଭିଜିଲାନ୍ସ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri