ନିର୍ମାଣ ହେଉନି ଅଙ୍ଗନଓ୍ବାଡି ଗୃହ

ରଘୁନାଥପୁର,୧୦।୮(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ହେବ ରଘୁନାଥପୁର ବ୍ଲକ ଜଗନ୍ନାଥପୁର ବାଗସାହି ମିନି ଅଙ୍ଗନଓ୍ବାଡି ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇପାରୁନି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇବା ସହ ୧୫ ଦିନ ମଧ୍ୟରେ ଏହି କାର୍ଯ୍ୟ ଆରମ୍ଭ ନ ହେଲେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଅଭିଭାବକମାନେ ଚେତାବନୀ ଦେଇଛନ୍ତି।
ସେମାନଙ୍କ ଅଭିଯୋଗ ଅନୁଯାୟୀ, ବାଗସାହି ମିନି ଅଙ୍ଗନଓ୍ବାଡି କେନ୍ଦ୍ରର ନିଜସ୍ବ ଗୃହ ନ ଥିବାରୁ ଗ୍ରାମ୍ୟ ଗୋଷ୍ଠୀକେନ୍ଦ୍ରରେ ଚାଲିଛି। ମାତ୍ର ଏଠାରେ ଆଲୋକ, ପାନୀୟଜଳ ଓ ପାଇଖାନାର ସୁବିଧା ନ ଥିବାରୁ କୋମଳମତି ଶିଶୁମାନେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତ ୬ ବର୍ଷ ତଳୁ ବାଗସାହି ମିନି ଅଙ୍ଗନଓ୍ବାଡି ଗୃହ ନିର୍ମାଣ ପାଇଁ ୭ ଲକ୍ଷ ଟଙ୍କା ଅନୁଦାନ ଦିଆଯାଇଛି। ମାତ୍ର ଠିକାଦାରିକୁ ନେଇ ଚାଲିଥିବା ଗୋଷ୍ଠୀ ବିବାଦ ଓ ବ୍ଲକ ପ୍ରଶାସନ ତତ୍ପରତାର ଅଭାବ ଯୋଗୁ ଏପର୍ଯ୍ୟନ୍ତ ଏହି କାର୍ଯ୍ୟ ଆରମ୍ଭ ହୋଇପାରିନି।
ବର୍ଷା ପରେ ଗୋଷ୍ଠୀକେନ୍ଦ୍ରରେ ଚାଲିଥିତ୍ବା ଅଙ୍ଗନଓ୍ବାଡିର ଚତୁଃପାର୍ଶ୍ୱରେ ବର୍ଷା ପାଣି ଜମି ରହୁଛି। ଏନେଇ ଡେଙ୍ଗୁ, ମ୍ୟାଲେରିଆ ଓ ବିଭିନ୍ନ ପ୍ରକାର ଜଳବାହିତ ରୋଗ ବ୍ୟାପିବାର ଆଶଙ୍କା ରହିଛି। ଏଥିଯୋଗୁ ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ କେନ୍ଦ୍ରକୁ ଛାଡିବା ପାଇଁ ଇଚ୍ଛା ପ୍ରକାଶ କରୁନାହାନ୍ତି ବୋଲି ଅଙ୍ଗନଓ୍ବାଡି କର୍ମୀ ସବିତା ଧର କହିଛନ୍ତି।
ଏ ସମ୍ପର୍କରେ ବ୍ଲକ ପ୍ରଶାସନ ଠାରୁ ଆରମ୍ଭ କରି ପଞ୍ଚାୟତର ଜନପ୍ରତିନିଧି, ବିଧାୟକଙ୍କ ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ସୁଫଳ ନ ମିଳିବାରୁ ଧାରଣା ଦେବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ବିବେକାନନ୍ଦ ସୁ, ମଧୁସ୍ମିତା ସାହୁ ଓ ବିମଳି ଗାୟା ପ୍ରମୁଖ କହିଛନ୍ତି। ଏନେଇ ତୁରନ୍ତ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ଅନୁରୋଧ କରାଯାଇଛି। ଏ ସମ୍ପର୍କରେ ନିର୍ମାଣ ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ ଅମିୟ ଚାନ୍ଦ ମଲ୍ଲିକ କୁହନ୍ତି, ଗଁା ଲୋକଙ୍କ ବିବାଦ ଯୋଗୁ ଅଙ୍ଗନଓ୍ବାଡି ଗୃହ ନିର୍ମାଣ କାର୍ଯ୍ୟରେ ବିଳମ୍ବ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?