ଦୀଘାରେ ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣକୁ ନେଇ ପଶ୍ଚିମବଙ୍ଗରେ ରାଜନୈତିକ ଝଡ଼

ଭୋଗରାଇ,୧୧ା୧୨(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ସୈକତ ସହରକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୨ ଦିନିଆ ତୋଫାନୀ ଗସ୍ତ କରି ନିଉ ଦୀଘାରେ ୨୦୧୯ରୁ ଗଢ଼ି ଉଠିଥିବା ୨୨ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କାର ନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର ଶେଷ ସ୍ପର୍ଶ ନିମନ୍ତେ ବୁଧବାର ତଦାରଖ କରି ଏକ ଉଚ୍ଚସ୍ତରୀୟ ପ୍ରଶାସନିକ ସମୀକ୍ଷା ବୈଠକ କରିଛନ୍ତି। ମାର୍ଚ୍ଚ ୩୦ ସୁଦ୍ଧା ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବାର ସୂଚନା ମିଳିଛି। ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଏହି ମନ୍ଦିର ନିର୍ମାଣ ହେଉଥିବାବେଳେ ଆସନ୍ତା ୩୦ ଏପ୍ରିଲ ଅକ୍ଷୟ ତୃତୀୟାରେ ମନ୍ଦିରର ଶୁଭ ଉଦ୍‌ଘାଟନ କରାଯିବା ସହିତ ପ୍ରଥମଥର ଲାଗି ଏଠାରେ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଆକସ୍ମିକ ଘୋଷଣାକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଝଡ଼ ସୃଷ୍ଟି ହୋଇଛି। ବିରୋଧୀ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ମମତାଙ୍କୁ କଟାକ୍ଷ କରିଛନ୍ତି। ଭାରତରେ ୪ ଧାମ ମଧ୍ୟରେ ପୁରୀଧାମ ଭଗବାନ ଶ୍ରୀଜଗନ୍ନାଥ ମନ୍ଦିର ଅନ୍ୟତମ। ଶ୍ରୀଜଗନ୍ନାଥ ସଂସ୍କୃତି ଅଭିନ୍ନ ଓ ଭକ୍ତଙ୍କ ଭଗବାନ ହୋଇଥିବା ବେଳେ ଦୀଘା ପୁରୀ ଶ୍ରୀମନ୍ଦିରକୁ ନକଲ କରି ମୁଖ୍ୟମନ୍ତ୍ରୀ ଦୀଘା ଶ୍ରୀଜଗନ୍ନାଥ ଧାମ ସାଂସ୍କୃତିକ ସେଣ୍ଟର ଗଢ଼ି ଶ୍ରୀ ଜଗନ୍ନାଥ ସଂସ୍କୃତିକୁ ଅବମାନନା କରିଥିବାର ଅଭିଯୋଗ କରିଛନ୍ତି। ମହାପ୍ରଭୁଙ୍କୁ ନ୍ୟୁନ କରିବାକୁ ଉଦ୍ୟମ କରୁଥିବାର ହିନ୍ଦୁ ଧର୍ମପ୍ରତି କୁଠାରଘାତ କରାଯାଇ ଦୀଘାର ପର୍ଯ୍ୟଟନ ବଢ଼ାଇବାକୁ ଯାଉଛନ୍ତି ବୋଲି ସେ ମମତାଙ୍କୁ ଆରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଭଣ୍ଡାମୀକୁ ପ୍ରତିହତ କରିବା ସହିତ ପୁରୀରୁ ପଣ୍ଡିତମାନଙ୍କୁ ମମତାଙ୍କ ଚାଲ ବିଷୟରେ ଅବଗତ କରାଯାଇ ଜଗନ୍ନାଥ ସଂସ୍କୃତିକୁ ଉଜ୍ଜୀବିତ କରିବାକୁ ପୂର୍ବ ମେଦିନୀପୁରରେ ପଣ୍ଡିତ ସଭା କରିବେ ବୋଲି ମମତାଙ୍କୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ବେଲୁଚିସ୍ତାନରେ ପୁଣି ଜଳିଲା ବିଦ୍ରୋହର ନିଆଁ! BLA ଚଳାଇଛି Operation Herof 2.0 , ୧୨ ପାକିସ୍ତାନୀ ସେନା ନିହତ

କ୍ୱେଟା,୩୧।୧: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ପୁଣି ଥରେ ଯୁଦ୍ଧକ୍ଷେତ୍ର ପାଲଟିଛି, ଶନିବାର (ଜାନୁଆରୀ ୩୧) ବେଲୁଚି ଆର୍ମିମାନେ ଏକକାଳୀନ ୧୦ଟି ସହରରେ ପାକିସ୍ତାନୀ ସେନା ଏବଂ ISI…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

କ’ଣ ଏମିତି କହିଲା ତୁର୍କୀ? ଖପ୍ପା ହୋଇଗଲା Pakistan, ଜାଣନ୍ତୁ ପୂରା ଘଟଣା

ଇସଲାମାବାଦ,୩୧।୧: ଇସଲାମିକ ନାଟୋ ଗଠନ କରିବାକୁ ଚେଷ୍ଟା କରୁଥିବା Pakistanକୁ ତୁର୍କୀ ଏକ ଗୁରୁତ୍ୱପୂର୍ଣ୍ଣ ଧକ୍କା ଦେଇଛି। ତୁର୍କୀର ବୈଦେଶିକ ମନ୍ତ୍ରୀ ହାକାନ ଫିଦାନ ସ୍ପଷ୍ଟ କରିଛନ୍ତି…

ଗର୍ଜିଲେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆବର୍ଗର ଲୋକେ, ସ୍ଥାୟୀ ଠିକଣା ଦାବି କରି…

ଦାରିଙ୍ଗବାଡ଼ି,୩୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶନିବାର ସର୍ବଭାରତୀୟ ମୂଳ ନିବାସୀ ସଂଘର ବିଭିନ୍ନ ଦାବିରେ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯାଇଛି। ସଂଘର ବ୍ଲକସ୍ତରୀୟ…

ସ୍କୁଲ ଛାତ୍ର ନିକଟରୁ ମିଳିଲା ବନ୍ଧୁକ: ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ

ବାହାନଗା, ୩୧। ୧(ଅରୂପ କୁମାର ଦାସ ): ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଶ୍ରୀଜଙ୍ଗସ୍ଥିତ ଦାସମହାପାତ୍ର ହାଇସ୍କୁଲର ଜଣେ ଛାତ୍ରଙ୍କ ବ୍ୟାଗରୁ ଏକ ବନ୍ଧୁକ ବାହାରିଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri