ଦୀଘାରେ ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଶ୍ରୀଜଗନ୍ନାଥ ମନ୍ଦିର ନିର୍ମାଣକୁ ନେଇ ପଶ୍ଚିମବଙ୍ଗରେ ରାଜନୈତିକ ଝଡ଼

ଭୋଗରାଇ,୧୧ା୧୨(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ସୈକତ ସହରକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୨ ଦିନିଆ ତୋଫାନୀ ଗସ୍ତ କରି ନିଉ ଦୀଘାରେ ୨୦୧୯ରୁ ଗଢ଼ି ଉଠିଥିବା ୨୨ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କାର ନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର ଶେଷ ସ୍ପର୍ଶ ନିମନ୍ତେ ବୁଧବାର ତଦାରଖ କରି ଏକ ଉଚ୍ଚସ୍ତରୀୟ ପ୍ରଶାସନିକ ସମୀକ୍ଷା ବୈଠକ କରିଛନ୍ତି। ମାର୍ଚ୍ଚ ୩୦ ସୁଦ୍ଧା ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବାର ସୂଚନା ମିଳିଛି। ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଏହି ମନ୍ଦିର ନିର୍ମାଣ ହେଉଥିବାବେଳେ ଆସନ୍ତା ୩୦ ଏପ୍ରିଲ ଅକ୍ଷୟ ତୃତୀୟାରେ ମନ୍ଦିରର ଶୁଭ ଉଦ୍‌ଘାଟନ କରାଯିବା ସହିତ ପ୍ରଥମଥର ଲାଗି ଏଠାରେ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଆକସ୍ମିକ ଘୋଷଣାକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଝଡ଼ ସୃଷ୍ଟି ହୋଇଛି। ବିରୋଧୀ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ମମତାଙ୍କୁ କଟାକ୍ଷ କରିଛନ୍ତି। ଭାରତରେ ୪ ଧାମ ମଧ୍ୟରେ ପୁରୀଧାମ ଭଗବାନ ଶ୍ରୀଜଗନ୍ନାଥ ମନ୍ଦିର ଅନ୍ୟତମ। ଶ୍ରୀଜଗନ୍ନାଥ ସଂସ୍କୃତି ଅଭିନ୍ନ ଓ ଭକ୍ତଙ୍କ ଭଗବାନ ହୋଇଥିବା ବେଳେ ଦୀଘା ପୁରୀ ଶ୍ରୀମନ୍ଦିରକୁ ନକଲ କରି ମୁଖ୍ୟମନ୍ତ୍ରୀ ଦୀଘା ଶ୍ରୀଜଗନ୍ନାଥ ଧାମ ସାଂସ୍କୃତିକ ସେଣ୍ଟର ଗଢ଼ି ଶ୍ରୀ ଜଗନ୍ନାଥ ସଂସ୍କୃତିକୁ ଅବମାନନା କରିଥିବାର ଅଭିଯୋଗ କରିଛନ୍ତି। ମହାପ୍ରଭୁଙ୍କୁ ନ୍ୟୁନ କରିବାକୁ ଉଦ୍ୟମ କରୁଥିବାର ହିନ୍ଦୁ ଧର୍ମପ୍ରତି କୁଠାରଘାତ କରାଯାଇ ଦୀଘାର ପର୍ଯ୍ୟଟନ ବଢ଼ାଇବାକୁ ଯାଉଛନ୍ତି ବୋଲି ସେ ମମତାଙ୍କୁ ଆରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଭଣ୍ଡାମୀକୁ ପ୍ରତିହତ କରିବା ସହିତ ପୁରୀରୁ ପଣ୍ଡିତମାନଙ୍କୁ ମମତାଙ୍କ ଚାଲ ବିଷୟରେ ଅବଗତ କରାଯାଇ ଜଗନ୍ନାଥ ସଂସ୍କୃତିକୁ ଉଜ୍ଜୀବିତ କରିବାକୁ ପୂର୍ବ ମେଦିନୀପୁରରେ ପଣ୍ଡିତ ସଭା କରିବେ ବୋଲି ମମତାଙ୍କୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?