ମନ୍ଥର ଗତିରେ ଚାଲିଛି ବସ୍‌ଷ୍ଟାଣ୍ଡ ନିର୍ମାଣ

କାକଟପୁର, ୧୭ା୭(ଶୁଭଦର୍ଶନ ମିଶ୍ର): କାକଟପୁରର ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଫଳରେ ଧାର୍ଯ୍ୟ ସମୟରେ ଏହି କାମ ସରିବା ନେଇ ଅନିଶ୍ଚିତତା ଦେଖାଦେଇଛି। ଏପରିକି କାର୍ଯ୍ୟସ୍ଥଳରେ ସୂଚନାଫଳକ ନାହିଁ। ତେଣୁ କାର୍ଯ୍ୟ ବିଷୟରେ ଠିକ୍‌ ତଥ୍ୟ ମିଳିପାରୁନାହିଁ। ଅନ୍ୟପକ୍ଷରେ ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବା ସାଧାରଣରେ ଅଭିଯୋଗ ହେଉଛି।
ସୂଚନା ଅନୁଯାୟୀ, ଯାତ୍ରୀଙ୍କ ସୁବିଧା ଓ ବସ୍‌ ରହଣି ପାଇଁ କାକଟପୁରରେ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଏଥିଲାଗି ଜମି ଚିହ୍ନଟ ହେବା ପରେ ସରକାର ଅନୁଦାନ ମଞ୍ଜୁର କରିଥିଲେ। ବସ୍‌ଷ୍ଟାଣ୍ଡ ନିର୍ମାଣ ଲାଗି ପ୍ରାୟ ୬ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି। ଗତ ୫ବର୍ଷ ହେଲା ନିର୍ମାଣ କାର୍ଯ୍ୟ ଚାଲିଥିଲେ ବି ସରିବାର ନାଁ ଧରୁନାହିଁ। ଠିକାଦାର ଓ ପ୍ରଶାସନ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ କାର୍ଯ୍ୟ ବିଳମ୍ବ ହେଉଥିବା ସାଧାରଣରେ ଚର୍ଚ୍ଚା ଚାଲିଛି। ନିର୍ମାଣସ୍ଥଳରେ ସମ୍ପୃକ୍ତ ଠିକାଦାର ଏବଂ ଅଧିକାରୀଙ୍କ ଦେଖା ମିଳୁନାହିଁ। ସୂଚନାଫଳକ ଲଗାଯାଇ ନ ଥିବାରୁ ଜାଣିଶୁଣି କାର୍ଯ୍ୟ ସମ୍ପର୍କରେ ସୂଚନା ଦେବାକୁ ଠିକାଦାର ଦୂରେଇ ରହୁଥିବା ସ୍ପଷ୍ଟ ହେଉଛି। ଏପରିକି କେଉଁ ଯନ୍ତ୍ରୀଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟ ତଦାରଖ ହେଉଛି ତାହା ମଧ୍ୟ ଜଣାପଡୁନାହିଁ। ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକଙ୍କୁ ସମ୍ପୃକ୍ତ ଠିକାଦାର ଏବଂ ଅଧିକାରୀଙ୍କ ସମ୍ପର୍କରେ ପଚାରିଲେ ସେମାନେ ଜାଣି ନ ଥିବା କହୁଛନ୍ତି। ଧାର୍ଯ୍ୟ ସମୟରେ ବସ୍‌ଷ୍ଟାଣ୍ଡ ନିର୍ମାଣ ଶେଷ ହେଲେ ଯାତ୍ରୀଙ୍କ ସେବାରେ ଲାଗିପାରନ୍ତା। ସେହିପରି ବଜାର ମଧ୍ୟରେ ଟ୍ରାଫିକ୍‌ ସମସ୍ୟା ମଧ୍ୟ ଦୂର ହୋଇପାରନ୍ତା। ତେବେ ପ୍ରଶାସନର ଅଣଦେଖା ଯୋଗୁ ନିର୍ମାଣ କାର୍ଯ୍ୟ ଆହୁରି ବିଳମ୍ବ ହେବା ନେଇ ଅଞ୍ଚଳବାସୀ ଆଶଙ୍କା ବ୍ୟକ୍ତ କରିଛନ୍ତି। ବସ୍‌ଷ୍ଟାଣ୍ଡ ପଛପଟେ ବହିଯାଉଥିବା ପ୍ରାଚୀ ନଦୀ ନାମରେ ପତିତ ଜମି ରେକର୍ଡଭୁକ୍ତ ହେବା ଦରକାର। ନଚେତ ଭବିଷ୍ୟତରେ ସେହି ଜମି ଜବରଦଖଲ କରି ନଦୀ ପୋତିବା ଭଳି ସମସ୍ୟା ଆସିପାରେ ବୋଲି ଅନେକ ବୁଦ୍ଧିଜୀବୀ ଆଶଙ୍କା ବ୍ୟକ୍ତ କରିଛନ୍ତି। ସେହିପରି ବସ୍‌ଷ୍ଟାଣ୍ଡ ଅପର ପାର୍ଶ୍ୱରେ ରହିଥିବା ଜଗନ୍ନାଥ ମହାପ୍ରଭୁଙ୍କ ସମ୍ପତ୍ତିକୁ ଜବରଦଖଲକାରୀଙ୍କ ଠାରୁ ମୁକ୍ତ କରିବା ସହିତ ସର୍ବସାଧାରଣଙ୍କ ଦୃଷ୍ଟିଗୋଚର ହେଉଥିବା ସ୍ଥାନରେ ଫଳକ ଲଗାଯିବା ଏବଂ ତୁରନ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri