ମନ୍ଥର ଗତିରେ ଚାଲିଛି ବସ୍‌ଷ୍ଟାଣ୍ଡ ନିର୍ମାଣ

କାକଟପୁର, ୧୭ା୭(ଶୁଭଦର୍ଶନ ମିଶ୍ର): କାକଟପୁରର ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲିଛି। ଫଳରେ ଧାର୍ଯ୍ୟ ସମୟରେ ଏହି କାମ ସରିବା ନେଇ ଅନିଶ୍ଚିତତା ଦେଖାଦେଇଛି। ଏପରିକି କାର୍ଯ୍ୟସ୍ଥଳରେ ସୂଚନାଫଳକ ନାହିଁ। ତେଣୁ କାର୍ଯ୍ୟ ବିଷୟରେ ଠିକ୍‌ ତଥ୍ୟ ମିଳିପାରୁନାହିଁ। ଅନ୍ୟପକ୍ଷରେ ନିର୍ମାଣ କାର୍ଯ୍ୟ ନିମ୍ନମାନର ହେଉଥିବା ସାଧାରଣରେ ଅଭିଯୋଗ ହେଉଛି।
ସୂଚନା ଅନୁଯାୟୀ, ଯାତ୍ରୀଙ୍କ ସୁବିଧା ଓ ବସ୍‌ ରହଣି ପାଇଁ କାକଟପୁରରେ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ଏଥିଲାଗି ଜମି ଚିହ୍ନଟ ହେବା ପରେ ସରକାର ଅନୁଦାନ ମଞ୍ଜୁର କରିଥିଲେ। ବସ୍‌ଷ୍ଟାଣ୍ଡ ନିର୍ମାଣ ଲାଗି ପ୍ରାୟ ୬ କୋଟି ଟଙ୍କା ବ୍ୟୟ ଅଟକଳ ହୋଇଛି। ଗତ ୫ବର୍ଷ ହେଲା ନିର୍ମାଣ କାର୍ଯ୍ୟ ଚାଲିଥିଲେ ବି ସରିବାର ନାଁ ଧରୁନାହିଁ। ଠିକାଦାର ଓ ପ୍ରଶାସନ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ କାର୍ଯ୍ୟ ବିଳମ୍ବ ହେଉଥିବା ସାଧାରଣରେ ଚର୍ଚ୍ଚା ଚାଲିଛି। ନିର୍ମାଣସ୍ଥଳରେ ସମ୍ପୃକ୍ତ ଠିକାଦାର ଏବଂ ଅଧିକାରୀଙ୍କ ଦେଖା ମିଳୁନାହିଁ। ସୂଚନାଫଳକ ଲଗାଯାଇ ନ ଥିବାରୁ ଜାଣିଶୁଣି କାର୍ଯ୍ୟ ସମ୍ପର୍କରେ ସୂଚନା ଦେବାକୁ ଠିକାଦାର ଦୂରେଇ ରହୁଥିବା ସ୍ପଷ୍ଟ ହେଉଛି। ଏପରିକି କେଉଁ ଯନ୍ତ୍ରୀଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟ ତଦାରଖ ହେଉଛି ତାହା ମଧ୍ୟ ଜଣାପଡୁନାହିଁ। ନିର୍ମାଣ କାର୍ଯ୍ୟରେ ନିୟୋଜିତ ଶ୍ରମିକଙ୍କୁ ସମ୍ପୃକ୍ତ ଠିକାଦାର ଏବଂ ଅଧିକାରୀଙ୍କ ସମ୍ପର୍କରେ ପଚାରିଲେ ସେମାନେ ଜାଣି ନ ଥିବା କହୁଛନ୍ତି। ଧାର୍ଯ୍ୟ ସମୟରେ ବସ୍‌ଷ୍ଟାଣ୍ଡ ନିର୍ମାଣ ଶେଷ ହେଲେ ଯାତ୍ରୀଙ୍କ ସେବାରେ ଲାଗିପାରନ୍ତା। ସେହିପରି ବଜାର ମଧ୍ୟରେ ଟ୍ରାଫିକ୍‌ ସମସ୍ୟା ମଧ୍ୟ ଦୂର ହୋଇପାରନ୍ତା। ତେବେ ପ୍ରଶାସନର ଅଣଦେଖା ଯୋଗୁ ନିର୍ମାଣ କାର୍ଯ୍ୟ ଆହୁରି ବିଳମ୍ବ ହେବା ନେଇ ଅଞ୍ଚଳବାସୀ ଆଶଙ୍କା ବ୍ୟକ୍ତ କରିଛନ୍ତି। ବସ୍‌ଷ୍ଟାଣ୍ଡ ପଛପଟେ ବହିଯାଉଥିବା ପ୍ରାଚୀ ନଦୀ ନାମରେ ପତିତ ଜମି ରେକର୍ଡଭୁକ୍ତ ହେବା ଦରକାର। ନଚେତ ଭବିଷ୍ୟତରେ ସେହି ଜମି ଜବରଦଖଲ କରି ନଦୀ ପୋତିବା ଭଳି ସମସ୍ୟା ଆସିପାରେ ବୋଲି ଅନେକ ବୁଦ୍ଧିଜୀବୀ ଆଶଙ୍କା ବ୍ୟକ୍ତ କରିଛନ୍ତି। ସେହିପରି ବସ୍‌ଷ୍ଟାଣ୍ଡ ଅପର ପାର୍ଶ୍ୱରେ ରହିଥିବା ଜଗନ୍ନାଥ ମହାପ୍ରଭୁଙ୍କ ସମ୍ପତ୍ତିକୁ ଜବରଦଖଲକାରୀଙ୍କ ଠାରୁ ମୁକ୍ତ କରିବା ସହିତ ସର୍ବସାଧାରଣଙ୍କ ଦୃଷ୍ଟିଗୋଚର ହେଉଥିବା ସ୍ଥାନରେ ଫଳକ ଲଗାଯିବା ଏବଂ ତୁରନ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri