ଡିସେମ୍ବର ସୁଦ୍ଧା ଶେଷ ହେବ ବସ୍‌ଷ୍ଟାଣ୍ଡ ନିର୍ମାଣ

ବାରିପଦା,୧୯।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ବସ୍‌ଷ୍ଟାଣ୍ଡର ଉନ୍ନତିକରଣ କାର୍ଯ୍ୟକୁ ନେଇ ମଙ୍ଗଳବାର ଜିଲାପାଳଙ୍କ ପ୍ରକୋଷ୍ଠରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖୁବଶୀଘ୍ର ଟେଣ୍ଡର ପ୍ରକ୍ରିୟା କରାଯାଇ ଡିସେମ୍ବର ମାସ ଶେଷ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଦାରୋଗାଡାହିଠାରେ ଚିହ୍ନଟ ହୋଇଥିବା ବସ୍‌ଷ୍ଟାଣ୍ଡ ଜମିରେ ୪ ମାସ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ସୂଚନା ଅନୁଯାୟୀ,ବାରିପଦା ପୌରପରିଷଦ ଅଧୀନରେ ଥିବା ବସ୍‌ଷ୍ଟାଣ୍ଡର ନବୀକରଣ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଦାନ ପ୍ରଦାନ କରାଯାଇଛି। ୩କୋଟି ୫୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ବସ୍‌ଷ୍ଟାଣ୍ଡର ଉନ୍ନତକରଣ କରାଯିବା ନେଇ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଛି। ମାତ୍ର ବିଭାଗର ଅବହେଳା କାରଣରୁ ଅଦ୍ୟାବଧି କାର୍ଯ୍ୟାରମ୍ଭ ହୋଇପାରିନାହିଁ। ଟେଣ୍ଡର ପ୍ରକିୟା କରାଯାଇ ନ ଥିବାରୁ ନିର୍ମାଣ କାର୍ଯ୍ୟ ବିଳମ୍ବ ହେଉଛି। ତେଣୁ ମୁଖ୍ୟାଳୟକୁ ଆସୁଥିବା ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ବର୍ଷାଦିନେ ପାଣି କାଦୁଅରେ ଭରପୁର ବସ୍‌ଷ୍ଟାଣ୍ଡରେ ଚଳପ୍ରଚଳ କରିବା କଷ୍ଟକର ହୋଇପଡ଼ୁଛି। ଦୁଇ ଦିନ ପୂର୍ବେ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ସଚିବ ଜିଲା ଗସ୍ତରେ ଆସି ସ୍ଥାନ ପରିଦର୍ଶନ କରିବା ସହ ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ବସ୍‌ଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟ ବିଳମ୍ବକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ। ଏ ନେଇ ଜିଲାପାଳ ତୁରନ୍ତ ପୂର୍ତ୍ତ ବିଭାଗକୁ ଡକାଇ କାର୍ଯ୍ୟ ସମ୍ପର୍କରେ ବର୍ଷିଥିଲେ। ଖୁବଶୀଘ୍ର ଟେଣ୍ଡର ପ୍ରକ୍ରିୟା କରାଯାଇ ୪ ମାସ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି, ଆଞ୍ଚଳିକ ପରିବହନ ଅଧିକାରୀ ବିଶ୍ୱଜିତ ବେହେରା, ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ବସନ୍ତ ସେଠୀ, ବସ୍‌ ମାଲିକ ସଂଘର ସାଧାରଣ ସମ୍ପାଦକ ସୁନୀଲ ଦାସ, ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ, ଭଞ୍ଜପୁର ଓ ଟାଉନ ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ତେବେ ଦୀର୍ଘ ଦିନରୁ ବସ୍‌ଷ୍ଟାଣ୍ଡ ସ୍ଥାନାନ୍ତର ପାଇଁ ଜମି ଚିହ୍ନଟ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ବସ୍‌ ଟର୍ମିନାଲ ହେବାରେ ବିଳମ୍ବ ଦେଖାଦେଇଛି। ନେତା, ମନ୍ତ୍ରୀ ଓ ବ୍ୟବସାୟୀଙ୍କ ଚାପରେ ଏହି ବସ୍‌ଷ୍ଟାଣ୍ଡକୁ ଉଦ୍ଦେଶ୍ୟ ମୂଳକ ଭାବେ କରାଯାଉ ନ ଥିବାରୁ ଅସନ୍ତୋଷ ବୃଦ୍ଧି ପାଇଛି। ଏଥିପ୍ରତି ସ୍ବତନ୍ତ୍ର ଧ୍ୟାନ ଦେଲେ ଯାତ୍ରୀମାନଙ୍କୁ ମୌଳିକ ସୁବିଧା ଯୋଗାଇ ଦିଆଯାଇପାରିବ ବୋଲି ଭଞ୍ଜସେନାର ଜିଲା ସଭାପତି ପିଣ୍ଟୁ ମାଇତି ପ୍‌ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri