ଡିସେମ୍ବର ସୁଦ୍ଧା ଶେଷ ହେବ ବସ୍‌ଷ୍ଟାଣ୍ଡ ନିର୍ମାଣ

ବାରିପଦା,୧୯।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ବସ୍‌ଷ୍ଟାଣ୍ଡର ଉନ୍ନତିକରଣ କାର୍ଯ୍ୟକୁ ନେଇ ମଙ୍ଗଳବାର ଜିଲାପାଳଙ୍କ ପ୍ରକୋଷ୍ଠରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖୁବଶୀଘ୍ର ଟେଣ୍ଡର ପ୍ରକ୍ରିୟା କରାଯାଇ ଡିସେମ୍ବର ମାସ ଶେଷ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଦାରୋଗାଡାହିଠାରେ ଚିହ୍ନଟ ହୋଇଥିବା ବସ୍‌ଷ୍ଟାଣ୍ଡ ଜମିରେ ୪ ମାସ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।
ସୂଚନା ଅନୁଯାୟୀ,ବାରିପଦା ପୌରପରିଷଦ ଅଧୀନରେ ଥିବା ବସ୍‌ଷ୍ଟାଣ୍ଡର ନବୀକରଣ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଦାନ ପ୍ରଦାନ କରାଯାଇଛି। ୩କୋଟି ୫୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ବସ୍‌ଷ୍ଟାଣ୍ଡର ଉନ୍ନତକରଣ କରାଯିବା ନେଇ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଛି। ମାତ୍ର ବିଭାଗର ଅବହେଳା କାରଣରୁ ଅଦ୍ୟାବଧି କାର୍ଯ୍ୟାରମ୍ଭ ହୋଇପାରିନାହିଁ। ଟେଣ୍ଡର ପ୍ରକିୟା କରାଯାଇ ନ ଥିବାରୁ ନିର୍ମାଣ କାର୍ଯ୍ୟ ବିଳମ୍ବ ହେଉଛି। ତେଣୁ ମୁଖ୍ୟାଳୟକୁ ଆସୁଥିବା ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ବର୍ଷାଦିନେ ପାଣି କାଦୁଅରେ ଭରପୁର ବସ୍‌ଷ୍ଟାଣ୍ଡରେ ଚଳପ୍ରଚଳ କରିବା କଷ୍ଟକର ହୋଇପଡ଼ୁଛି। ଦୁଇ ଦିନ ପୂର୍ବେ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ସଚିବ ଜିଲା ଗସ୍ତରେ ଆସି ସ୍ଥାନ ପରିଦର୍ଶନ କରିବା ସହ ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ବସ୍‌ଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟ ବିଳମ୍ବକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ। ଏ ନେଇ ଜିଲାପାଳ ତୁରନ୍ତ ପୂର୍ତ୍ତ ବିଭାଗକୁ ଡକାଇ କାର୍ଯ୍ୟ ସମ୍ପର୍କରେ ବର୍ଷିଥିଲେ। ଖୁବଶୀଘ୍ର ଟେଣ୍ଡର ପ୍ରକ୍ରିୟା କରାଯାଇ ୪ ମାସ ମଧ୍ୟରେ କାର୍ଯ୍ୟ ଶେଷ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି, ଆଞ୍ଚଳିକ ପରିବହନ ଅଧିକାରୀ ବିଶ୍ୱଜିତ ବେହେରା, ପୌରପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ବସନ୍ତ ସେଠୀ, ବସ୍‌ ମାଲିକ ସଂଘର ସାଧାରଣ ସମ୍ପାଦକ ସୁନୀଲ ଦାସ, ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ, ଭଞ୍ଜପୁର ଓ ଟାଉନ ଥାନା ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ତେବେ ଦୀର୍ଘ ଦିନରୁ ବସ୍‌ଷ୍ଟାଣ୍ଡ ସ୍ଥାନାନ୍ତର ପାଇଁ ଜମି ଚିହ୍ନଟ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ବସ୍‌ ଟର୍ମିନାଲ ହେବାରେ ବିଳମ୍ବ ଦେଖାଦେଇଛି। ନେତା, ମନ୍ତ୍ରୀ ଓ ବ୍ୟବସାୟୀଙ୍କ ଚାପରେ ଏହି ବସ୍‌ଷ୍ଟାଣ୍ଡକୁ ଉଦ୍ଦେଶ୍ୟ ମୂଳକ ଭାବେ କରାଯାଉ ନ ଥିବାରୁ ଅସନ୍ତୋଷ ବୃଦ୍ଧି ପାଇଛି। ଏଥିପ୍ରତି ସ୍ବତନ୍ତ୍ର ଧ୍ୟାନ ଦେଲେ ଯାତ୍ରୀମାନଙ୍କୁ ମୌଳିକ ସୁବିଧା ଯୋଗାଇ ଦିଆଯାଇପାରିବ ବୋଲି ଭଞ୍ଜସେନାର ଜିଲା ସଭାପତି ପିଣ୍ଟୁ ମାଇତି ପ୍‌ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri