ସୂର୍ଯ୍ୟମନ୍ଦିର ବେଢ଼ା ପ୍ରାଚୀର ନିର୍ମାଣ କାର୍ଯ୍ୟ ନିମ୍ନମାନର

କୋଣାର୍କ,୯।୨(ଡି.ଏନ୍‌.ଏ): ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିର ବେଢ଼ାର ଚତୁଃପାର୍ଶ୍ୱରେ ହୋଇଥିବା ପ୍ରାଚୀର ନିର୍ମାଣ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଓ ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଉଥିବା ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ଖବରରୁ ପ୍ରକାଶ, ସୂର୍ଯ୍ୟ ମନ୍ଦିର ବେଢ଼ାର ଚତୁଃପାର୍ଶ୍ୱରେ କେନ୍ଦ୍ର ସରକାରଙ୍କ ଏଏସ୍‌ଆଇ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଟେଣ୍ଡର ପ୍ରକ୍ରିୟା ମାଧ୍ୟମରେ ଶଶାଙ୍କଶେଖର ନାୟକଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ଏହି ପ୍ରାଚୀର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ମଞ୍ଜୁର ହୋଇଛି। ହେଲେ ନିର୍ମାଣ କାର୍ଯ୍ୟରେ ନିମ୍ନମାନର ପଥର, ଲୁଣିବାଲି, ନିମ୍ନମାନର ସିମେଣ୍ଟ ସହ ନିକୃଷ୍ଟ ମାନର ରଡ ବ୍ୟବହାର କରାଯାଇଛି। ଏନେଇ ସ୍ଥାନୀୟ କୋଣାର୍କ ଅଞ୍ଚଳର ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ, ସଂସ୍କୃତିପ୍ରେମୀ ନାଗରିକ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଛି। ବିଶ୍ୱ ଐତିହ୍ୟ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର ନିଜର ଐତିହ୍ୟ, ସଂସ୍କୃତି, ସ୍ଥାପତ୍ୟ ଓ କଳାକୃତି ପାଇଁ ବିଶ୍ୱବିଦିତ। ଏହି ବିଶ୍ୱସ୍ତରୀୟ ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ପ୍ରାଚୀର ନିର୍ମାଣ କାର୍ଯ୍ୟ ଦାୟିତ୍ୱରେ ଥିବା ସ୍ଥାନୀୟ ଏଏସ୍‌ଆଇ କର୍ତ୍ତୃପକ୍ଷଙ୍କ ଅନୁପସ୍ଥିତି ଓ ଦାୟିତ୍ୱହୀନତା ଖାମଖିଆଲ ମନୋଭାବ ଯୋଗୁ ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଇ କାର୍ଯ୍ୟ କରାଯାଉଛି। ଏହାକୁ କୋଣାର୍କ ଅଞ୍ଚଳର ବୁଦ୍ଧିଜୀବୀ ଓ ସଂସ୍କୃତି ବିଶାରଦ ମହଲରେ ନାପସନ୍ଦ କରାଯାଇଛି। କୋଣାର୍କ ଏଏସ୍‌ଆଇ ସ୍ଥାନୀୟ ଅଧିକାରୀ ଓ କାର୍ଯ୍ୟାଦେଶ ପାଇଥିବା ଠିକାଦାରଙ୍କ ମଧୁଚନ୍ଦ୍ରିକା ନୀତି ଯୋଗୁ ପ୍ରାଚୀନ ଧର୍ମକୁ ଆଖିଠାର ସଦୃଶ ବୋଲି ସଂସ୍କୃତି ବିଶାରଦମାନେ ମତବ୍ୟକ୍ତ କରିଛନ୍ତି। ନିମ୍ନମାନର ପ୍ରାଚୀର ନିର୍ମାଣ କାର୍ଯ୍ୟ ସହ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟର ବର୍ତ୍ତମାନ ସୁଦ୍ଧା ସ୍ଥିତି କ’ଣ ରହିଛି, ସେନେଇ ଏଏସ୍‌ଆଇ ମହାନିର୍ଦ୍ଦେଶକ, ପୁରୀ ସର୍କଲ ସୁପରିଣ୍ଟେଣ୍ଡେଣ୍ଟ ଓ ପୁରୀ ଜିଲାପାଳଙ୍କ ଦ୍ୱାରା ଏକ ଉଚ୍ଚସ୍ତରୀୟ ତଦନ୍ତ କରାଯାଉ ବୋଲି ଅଞ୍ଚଳର ସାମାଜିକ କର୍ମୀ, ସଚେତନ ନାଗରିକ, ବୁଦ୍ଧିଜୀବୀ, ଶିକ୍ଷାବିତ୍‌, ଗବେଷକ, ସଂସ୍କୃତି ବିଶାରଦ ଓ କୋଣାର୍କ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହେଉଛି। ଏ ସମ୍ପର୍କରେ ଏଏସ୍‌ଆଇ ସ୍ଥାନୀୟ ଅଧିକାରୀ ନିରୋଜ ସିଂକୁ ପଚାରିବାରେ ଗୁରୁବାର ଏହାର ତଦନ୍ତ କରିବେ। ଯଦି ଏପରି ନିମ୍ନମାନର କାର୍ଯ୍ୟ ଚାଲିଥିବ, ତେବେ ତାହାର ତଦନ୍ତ କରିବା ସହ ବିହିତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri