ସୂର୍ଯ୍ୟମନ୍ଦିର ବେଢ଼ା ପ୍ରାଚୀର ନିର୍ମାଣ କାର୍ଯ୍ୟ ନିମ୍ନମାନର

କୋଣାର୍କ,୯।୨(ଡି.ଏନ୍‌.ଏ): ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟ ମନ୍ଦିର ବେଢ଼ାର ଚତୁଃପାର୍ଶ୍ୱରେ ହୋଇଥିବା ପ୍ରାଚୀର ନିର୍ମାଣ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଓ ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଉଥିବା ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ଖବରରୁ ପ୍ରକାଶ, ସୂର୍ଯ୍ୟ ମନ୍ଦିର ବେଢ଼ାର ଚତୁଃପାର୍ଶ୍ୱରେ କେନ୍ଦ୍ର ସରକାରଙ୍କ ଏଏସ୍‌ଆଇ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଟେଣ୍ଡର ପ୍ରକ୍ରିୟା ମାଧ୍ୟମରେ ଶଶାଙ୍କଶେଖର ନାୟକଙ୍କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। ଏହି ପ୍ରାଚୀର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ମଞ୍ଜୁର ହୋଇଛି। ହେଲେ ନିର୍ମାଣ କାର୍ଯ୍ୟରେ ନିମ୍ନମାନର ପଥର, ଲୁଣିବାଲି, ନିମ୍ନମାନର ସିମେଣ୍ଟ ସହ ନିକୃଷ୍ଟ ମାନର ରଡ ବ୍ୟବହାର କରାଯାଇଛି। ଏନେଇ ସ୍ଥାନୀୟ କୋଣାର୍କ ଅଞ୍ଚଳର ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ, ସଂସ୍କୃତିପ୍ରେମୀ ନାଗରିକ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହୋଇଛି। ବିଶ୍ୱ ଐତିହ୍ୟ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର ନିଜର ଐତିହ୍ୟ, ସଂସ୍କୃତି, ସ୍ଥାପତ୍ୟ ଓ କଳାକୃତି ପାଇଁ ବିଶ୍ୱବିଦିତ। ଏହି ବିଶ୍ୱସ୍ତରୀୟ ଐତିହ୍ୟ ସ୍ଥଳୀର ସୁରକ୍ଷା ପାଇଁ ପ୍ରାଚୀର ନିର୍ମାଣ କାର୍ଯ୍ୟ ଦାୟିତ୍ୱରେ ଥିବା ସ୍ଥାନୀୟ ଏଏସ୍‌ଆଇ କର୍ତ୍ତୃପକ୍ଷଙ୍କ ଅନୁପସ୍ଥିତି ଓ ଦାୟିତ୍ୱହୀନତା ଖାମଖିଆଲ ମନୋଭାବ ଯୋଗୁ ନିମ୍ନମାନର ସାମଗ୍ରୀ ବ୍ୟବହାର କରାଯାଇ କାର୍ଯ୍ୟ କରାଯାଉଛି। ଏହାକୁ କୋଣାର୍କ ଅଞ୍ଚଳର ବୁଦ୍ଧିଜୀବୀ ଓ ସଂସ୍କୃତି ବିଶାରଦ ମହଲରେ ନାପସନ୍ଦ କରାଯାଇଛି। କୋଣାର୍କ ଏଏସ୍‌ଆଇ ସ୍ଥାନୀୟ ଅଧିକାରୀ ଓ କାର୍ଯ୍ୟାଦେଶ ପାଇଥିବା ଠିକାଦାରଙ୍କ ମଧୁଚନ୍ଦ୍ରିକା ନୀତି ଯୋଗୁ ପ୍ରାଚୀନ ଧର୍ମକୁ ଆଖିଠାର ସଦୃଶ ବୋଲି ସଂସ୍କୃତି ବିଶାରଦମାନେ ମତବ୍ୟକ୍ତ କରିଛନ୍ତି। ନିମ୍ନମାନର ପ୍ରାଚୀର ନିର୍ମାଣ କାର୍ଯ୍ୟ ସହ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟର ବର୍ତ୍ତମାନ ସୁଦ୍ଧା ସ୍ଥିତି କ’ଣ ରହିଛି, ସେନେଇ ଏଏସ୍‌ଆଇ ମହାନିର୍ଦ୍ଦେଶକ, ପୁରୀ ସର୍କଲ ସୁପରିଣ୍ଟେଣ୍ଡେଣ୍ଟ ଓ ପୁରୀ ଜିଲାପାଳଙ୍କ ଦ୍ୱାରା ଏକ ଉଚ୍ଚସ୍ତରୀୟ ତଦନ୍ତ କରାଯାଉ ବୋଲି ଅଞ୍ଚଳର ସାମାଜିକ କର୍ମୀ, ସଚେତନ ନାଗରିକ, ବୁଦ୍ଧିଜୀବୀ, ଶିକ୍ଷାବିତ୍‌, ଗବେଷକ, ସଂସ୍କୃତି ବିଶାରଦ ଓ କୋଣାର୍କ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହେଉଛି। ଏ ସମ୍ପର୍କରେ ଏଏସ୍‌ଆଇ ସ୍ଥାନୀୟ ଅଧିକାରୀ ନିରୋଜ ସିଂକୁ ପଚାରିବାରେ ଗୁରୁବାର ଏହାର ତଦନ୍ତ କରିବେ। ଯଦି ଏପରି ନିମ୍ନମାନର କାର୍ଯ୍ୟ ଚାଲିଥିବ, ତେବେ ତାହାର ତଦନ୍ତ କରିବା ସହ ବିହିତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri