ବିଦ୍ୟାଳୟ ନିର୍ମାଣ କାମ ଅତି ନିମ୍ନମାନର

ବଇଣ୍ଡା,୨୯।୮(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ଛାତ୍ରାବାସ ଜମିରେ ନିର୍ମାଣ ହେଉଥିବା କିଶୋରଗଞ୍ଜ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ଶନିବାର ବଇଣ୍ଡା ଗ୍ରାମବାସୀ ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ସାରେ ବିଭାଗୀୟ କନିଷ୍ଠଯନ୍ତ୍ରୀ ଘଟଣା ସ୍ଥଳକୁ ଆସି କାମ ବନ୍ଦ କରିଥିବା ଜଣାପଡିଛି।
୫୫ ନମ୍ବର ଜାତୀୟ ରାଜପଥ ସମ୍ପ୍ରସାରଣ ଯୋଗୁ ଏହି ବିଦ୍ୟାଳୟ ଭଙ୍ଗାଯାଇଥିଲା। ନୂତନ ଶ୍ରେଣୀ ଗୃହ ନିର୍ମାଣ ପାଇଁ ବଇଣ୍ଡା ରାମଦେଓ ଉଚ୍ଚ ବିଦ୍ୟାଳୟଠାରେ ଥିବା ଜାଗାରେ ନୂତନ ଶ୍ରେଣୀଗୃହ ନିର୍ମାଣ କରାଯାଉଛି। ହେଲେ ଉକ୍ତ କାମ ନିମ୍ନମାନର ହେଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହି ଶ୍ରେଣୀ ଗୃହ ପାଇଁ ୧ କୋଟି ୬୫ ଲକ୍ଷ ୬୪ ହଜାର ୧୩୨ ଟଙ୍କା ବ୍ୟୟବରାଦ ହୋଇଥିବାବେଳେ ଅକ୍ଟୋବର ୨୦୨୧ରେ ଉକ୍ତ କାମ ଆରମ୍ଭ ହୋଇଥିଲା। ଆରମ୍ଭରୁ କାମ ନିମ୍ନମାନର ହେଉଥିବା ଯୋଗୁ ଗ୍ରାମବାସୀଙ୍କ ବିରୋଧ ପରେ ନଭେମ୍ବର ୨୦୨୧ରେ କାମ ବନ୍ଦ ହୋଇଥିଲା। ପରେ ଜୁନ ୨୦୨୨ରୁ ପୁନର୍ବାର କାର୍ଯ୍ୟ ଆରମ୍ଭ ହୋଇଛି। ତଥାପି ନିମ୍ନମାନର କାମ ହେଉଛି। ଠିକ୍‌ ଭାବେ ରଡ଼ ଲଗାଯାଉ ନ ଥିବାବେଳେ ଠିକ୍‌ ଅନୁପାତରେ ସିମେଣ୍ଟ ଦିଆଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବିଭାଗୀୟ ଅଧିକାରୀମାନେ ଶ୍ରେଣୀ ଗୃହ କାର୍ଯ୍ୟ ତଦାରଖ କରୁ ନ ଥିବାରୁ ଅତି ନିମ୍ନମାନର କାର୍ଯ୍ୟ ହେଉଥିବା ନେଇ ଗ୍ରାମବାସୀ ୩୦।୭।୨୦୨୨ ରେ ଅନୁଗୋଳ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ। ଶୁକ୍ରବାର ଗ୍ରାମବାସୀ କାମ ତଦାରଖ କରିବାକୁ ଯାଇଥିବାବେଳେ କୌଣସି ଅଧିକାରୀ ଉପସ୍ଥିତ ନ ଥିଲେ। ଏହାର ସୁଯୋଗରେ ଠିକାସଂସ୍ଥା କର୍ମଚାରୀ ନିମ୍ନମାନର କାମ କରୁଥିବା ଦେଖିବାକୁ ପାଇଥିଲେ। ଶନିବାର ଜିଲାପାଳଙ୍କଠାରେ ଅଭିଯୋଗ କରାଯିବା ପରେ ବିଭାଗ ପକ୍ଷରୁ ଉକ୍ତ କାମକୁ ବନ୍ଦ କରିଦିଆଯାଇଛି। ବିଦ୍ୟାଳୟ ନିର୍ମାଣ କରୁଥିବା ଠିକାସଂସ୍ଥା ସହ ବିଭାଗୀୟ ଅଧିକାରୀଙ୍କ ମଧୁଚନ୍ଦ୍ରିକା ଯୋଗୁ ଏଭଳି କାମ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। କାମ ଠିକ୍‌ ଭାବେ କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଗ୍ରାମ ସମ୍ପାଦକ ଜିତେନ୍ଦ୍ର ବେହେରା, ଭଗବାନ ଘିୱାଲା, ରମାକାନ୍ତ ବେହେରା, ମାନସ ସାହୁ, ପରିକ୍ଷିତ ସାହୁ, ଅରବିନ୍ଦ ସାହୁ, ରାଜେନ୍ଦ୍ର ସାହୁ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ନେଇ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ସୁଧାକର ପ୍ରଧାନ କୁହନ୍ତି, ନିମ୍ନମାନର କାମ ହେଉଥିବା ଅଭିଯୋଗ ପାଇବା ପରେ କାର୍ଯ୍ୟ ବନ୍ଦ କରାଯାଉଛି। ତଦନ୍ତ ପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri