ମନ୍ଥର ଗତିରେ ଚାଲିଛି ନିର୍ମାଣ କାର୍ଯ୍ୟ

କେସିଙ୍ଗା,୨୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ଗୋକୁଲେଶ୍ୱର ଗ୍ରାମପଞ୍ଚାୟତ ଗୋକୁଳେଶ୍ୱରରେ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ବିନା ସୂଚନା ଫଳକ, ନିମ୍ନମାନର ଏବଂ ମନ୍ଥର ଗତିରେ ନିର୍ମାଣ କାର୍ଯ୍ୟ ଚାଲିଛି। ଏ ନେଇ ଗ୍ରାମବାସୀ ଜିଲାପାଳ ଓ ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଗୋକୁଳେଶ୍ୱର ଗ୍ରାମପଞ୍ଚାୟତରେ ରାଜସ୍ବ ନିରୀକ୍ଷଙ୍କ କାର୍ଯ୍ୟାଳୟ ନ ଥିବାରୁ ରାଜସ୍ବ ଆଦାୟ କରିବା ପାଇଁ ବହୁ ଅସୁବିଧା ହେଉଥିଲା। ରାଜ୍ୟ ସରକାର ଚାଷୀଙ୍କ ସମସ୍ୟା ଦୃଷ୍ଟିରେ ରଖି ନୂତନ ରାଜସ୍ବ ନିରୀକ୍ଷଙ୍କ କାର୍ଯ୍ୟାଳୟ ନିର୍ମାଣ ପାଇଁ ରାଜ୍ୟ ସରକାର ରେଭ୍ୟୁ ଡିପାର୍ଟ ମେଣ୍ଟ ପକ୍ଷରୁ ଆର୍ଥ ମଞ୍ଜୁର କରିଛନ୍ତି। ଗ୍ରାମାଞ୍ଚଳରେ ଲୋକଙ୍କ ସୁବିଧା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଥିବା ବେଳେ ଠିକାଦାର ଲୋକଙ୍କୁ ଭୁଆଁ ବୁଲାଇବାକୁ ଚେଷ୍ଟା କରି ରାଜସ୍ବ ନିରୀକ୍ଷଙ୍କ କାର୍ଯ୍ୟାଳୟ ନିମ୍ନମାନର କାମ ସିମେଣ୍ଟ, ଲୁହାରଡ଼ ଲଗାଇ କାମ କରୁଥିବା ଗ୍ରାମବାସୀ ଜିଲାପାଳ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଅକଯ୍ୟୁକେଟିଭ ଇଞ୍ଜିନିୟରଙ୍କ ନିକଟରେ ଅଭିଯୋଗ କରିଥିଲେ। ଗ୍ରାମବାସୀଙ୍କ ଅଭିଯୋଗ ପରେ ଠିକାଦାର ଜଣକ ଫାଉଣ୍ଡେଶନ ଖୋଲି ପୁଣି ନୂତନ କାର୍ଯ୍ୟ କରିଥିଲେ। ନିମ୍ନମାନର ସିମେଣ୍ଟ, ରଡ଼ ଲଗାଇ କାମ କରିଥିଲେ। ବର୍ତ୍ତମାନ ସୁଦ୍ଧା ରାଜସ୍ବ ନିରୀକ୍ଷଙ୍କ କାର୍ଯ୍ୟାଳୟରେ ବିନା ସୂଚନା ଫଳକରେ କାମ ଚାଲିଛି। ଆଜକୁ ୩ ମାସରୁ ଊଦ୍ଧର୍‌ବ ହେଲାଣି ମନ୍ଥର ଗତିରେ କାମ ଚାଲିଛି। କାର୍ଯ୍ୟାଳୟ ନିର୍ମାଣ ସମୟରେ ସିମେଣ୍ଟ ଇଟାରେ ପାଣି ସିଞ୍ଚନ କରାଯାଉ ନାହିଁ। ବିଭାଗୀୟ ଯନ୍ତ୍ରୀଙ୍କ ଅନୁପସ୍ଥିତ ରହିଥିବାରୁ ଠିକାଦାରଙ୍କ ମୁନ୍ସୀ ଦ୍ୱାରା କାମ କରାଯାଉଛି। କାର୍ଯ୍ୟାଳୟ ନିର୍ମାଣର ପ୍ରତ୍ୟେକ କଲମଗୁଡ଼ିକରେ ନିମ୍ନମାନର, ବାଲି ସିମେଣ୍ଟ, ଚିପସ ମିଶାଇ କାମ କରାଯାଉ ଥିବା ଗ୍ରାମବାସୀ ଅଭିଯୋଗ କରୁଛନ୍ତି। ବିଭାଗୀୟ ଯନ୍ତ୍ରୀ ଶୁଖିଶ୍ୟାମ ନାଏକଙ୍କୁ ପଚାରିବାରୁ ମୁ ଜଣେ ସବୁବେଳେ ସେହି ଗୋଟାଏ କାର୍ଯ୍ୟରେ ରହିପାରିବି କି, ଅନେକେ କାମ ମୋର ରହିଛି ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri