୨୦ ଫୁଟ ତଳକୁ ଖସିଲା ପାର୍ଶଲ ବୋଝେଇ କଣ୍ଟେନର, ୨ ଗୁରୁତର

କେନ୍ଦୁଝର,୨୮ା୫(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜୁଡିଆ ଘାଟିରେ ଏକ କଣ୍ଟେନର ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡ଼ିବାରୁ ୨ ଜଣ ଗୁରୁତର ହୋଇଛନ୍ତି। ଟ୍ରାନ୍ସ କାରଗୋ ଇଣ୍ଡିଆ ନାମକ ପାର୍ଶଲ ବୋଝେଇ କଣ୍ଟେନର ସୁରତରୁ କୋଲକାତା ଅଭିମୁଖେ ଯାଉଥିବାବେଳେ ଶନିବାର ଜାତୀୟ ରାଜପଥ ୪୯ର ଜୁଡ଼ିଆ ଘାଟିରେ ଭାରସାମ୍ୟ ହରାଇ ୨୦ ଫୁଟ ତଳକୁ ଖସିପଡ଼ିଥିଲା। ଖବର ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି କ୍ୟାବିନ ଭିତରୁ ଗୁରୁତର ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ସହାୟତାରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି।

ଜୁଡିଆ ଘାଟିରେ ୧୫ ଦିନ ମଧ୍ୟରେ ଛୋଟବଡ଼ ବହୁ ଦୁର୍ଘଟଣା ଘଟୁଥିବା ବେଳେ ୨ ଟ୍ରକ ଏବଂ ଗୋଟିଏ କଣ୍ଟେନର ଦୁର୍ଘଟଣାଗ୍ରସ୍ତ ହୋଇ ଘାଟି ତଳକୁ ଖସି ପଡ଼ିଥିବାରୁ ଏହି ଜୁଡିଆ ଘାଟି ରାସ୍ତାରେ ଯାତାୟାତ ଅସୁରକ୍ଷିତ ହୋଇପଡ଼ିଛି। ତ୍ରୁଟିପୂର୍ଣ୍ଣ ଘାଟି ରାସ୍ତା ନିର୍ମାଣ ଯୋଗୁ ଏଭଳି ଅଘଟଣ ଘଟୁଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି ା ରାସ୍ତାର ବୁଲାଣି ସ୍ଥାନରେ କୌଣସି ସତର୍କ ସୂଚନାଫଳକ ନ ଥିବା ଏବଂ ବେଗ ନିର୍ଦ୍ଧାରଣ ଫଳକ ନ ଥିବାରୁ ବାହାର ରାଜ୍ୟରୁ ଆସୁଥିବା ଲାଇନ ଟ୍ରକ୍‌ଗୁଡ଼ିକ ଘାଟି ବିଷୟରେ ଜାଣି ପାରୁନାହାନ୍ତି। ଫଳରେ ଦ୍ରୁତ ଗତିରେ ଯିବାବେଳେ ଏଭଳି ଦୁର୍ଘଟଣା ଘଟୁଛି। ସେହିପରି ଘାଟି ରାସ୍ତା ପାର୍ଶ୍ୱରେ କଂକ୍ରିଟ ବିମ୍‌ ବଦଳରେ ମେଟାଲ ବିମ୍‌ କ୍ରସ ବ୍ୟାରିୟର ଲଗାଯାଇଥିବାରୁ ଗାଡ଼ି ଧକ୍କାରେ ଭାଙ୍ଗିଯାଇ ତଳକୁ ଖସି ପଡୁଛି ା ଏଣୁ ଏନେଇ ଜାତୀୟ ରାଜପଥ ପ୍ରାଧୀକରଣ ପକ୍ଷରୁ ତୁରନ୍ତ ସମୀକ୍ଷା ସହ ଦୁର୍ଘଟଣାପ୍ରବଣ ସ୍ଥାନଗୁଡିକ ଚିହ୍ନଟ କରି ପଦକ୍ଷେପ ଗ୍ରହଣ କରିବାକୁ ଜିଲା ଓକିଲ ସଂଘର ସଭାପତି ଅଶୋକ ଦାସ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?