କଣ୍ଟେନମେଣ୍ଟ ଜୋନ୍‌ ହେଲା ଗୁଣ୍ଠପଡ଼ା

ଆସିକା,୨୯ା୬(ଡି.ଏନ୍‌.ଏ.)- ଆସିକା ବ୍ଲକ ଗୁଣ୍ଠପଡା ପଞ୍ଚାୟତର ଗୁଣ୍ଠପଡା ଗ୍ରାମକୁ ଜିଲା ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଓ ରାଇପଲ୍ଲୀ, ଖଣ୍ଡବନ୍ଧ ଏବଂ ସୁମନ୍ତପଲ୍ଲୀକୁ ବଫର ଜୋନ ଭାବେ ଘୋଷଣା କରାଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ରାତିରେ ଏହି ଘୋଷଣା କରିବା ସହ ବିଭିନ୍ନ ନିଦ୍ଦେର୍ର୍ଶନାମା ଜାରି କରିଛନ୍ତି। ଆସିକାର ଅତିରିକ୍ତ ତହସିଲଦାର ଆଶୁତୋଷ ଗୌରବକରଙ୍କୁ କଣ୍ଟେନମେଣ୍ଟ ଓ ବଫର ଜୋନ ଦାୟିତ୍ୱରେ ସହ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବେ ରହିବା ଲାଗି ନିର୍ଦ୍ଦେଶ ଜାରି କରାଯାଇଛି ା ଅନ୍ୟପକ୍ଷରେ ସୋମବାର ଆସିକା ତହସିଲଦାର ସଦାନନ୍ଦ ସେଠୀ ଓ ଅତିରିକ୍ତ ବିଡିଓ ପ୍ରଦୀପ କୁମାର ପଣ୍ଡା ଉକ୍ତ ପଞ୍ଚାୟତ ଗସ୍ତ କରି ଜନସାଧାରଣଙ୍କୁ ସଚେତନ କରିଛନ୍ତି। ସଂପୃକ୍ତ ଅଞ୍ଚଳରେ ଦୋକାନ ବଜାର ସମ୍ପୁର୍ଣ୍ଣ ବନ୍ଦ ରହିବା ସହ ଜନସାଧାରଣଙ୍କ ବାହାରକୁ ନଯିବା ଲାଗି କଡା କଟକଣା ଜାରି କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri