ଭାରତ ବିରୋଧରେ ନୂଆ ଷଡଯନ୍ତ୍ର ରଚୁଛି ମାଳଦ୍ୱୀପ

ମାଲେ,୨୨।୧୧: ମାଳଦ୍ୱୀପ ସରକାରଙ୍କ ଆଦେଶ ପୁଣି ଥରେ ସେଠାରେ କିଛି ଭାରତୀୟଙ୍କ ଚିନ୍ତା ବଢାଇ ଦେଇଛି। ଭାରତଠାରୁ ଉପହାରରେ ମିଳିଥିବା ଡୋର୍ନିଅର୍‌ ଏବଂ ହେଲିକପ୍ଟରକୁ ଉଡ଼ାଉଥିବା କର୍ମଚାରୀଙ୍କ ପରିଚୟ ସାର୍ବଜନୀନ ହେବାର ଆଶଙ୍କା ରହିଛି। ମାଳଦ୍ୱୀପର ସୂଚନା କମିଶନରଙ୍କ କାର୍ଯ୍ୟାଳୟ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଛି ଯେ, ଉପହାରରେ ମିଳିଥିବା ବିମାନ ଚଳାଉଥିବା ଭାରତୀୟ ସୈନିକଙ୍କ ବଦଳରେ ସାଧାରଣ ନାଗରିକଙ୍କ ସବିଶେଷ ତଥ୍ୟ ସାର୍ବଜନୀନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ୨୦୨୪ ମେ ୧୦ରେ ମୁଇଜୁ ସରକାର କହିଥିଲେ, ୭୬ ଜଣ ଭାରତୀୟ ସୈନିକଙ୍କୁ ମାଲଦ୍ୱୀପରୁ ପ୍ରତ୍ୟାହାର କରାଯାଇଛି। ସେମାନଙ୍କ ସ୍ଥାନରେ ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ ଏକ ପ୍ରତିରକ୍ଷା କମ୍ପାନୀର ନାଗରିକ କର୍ମଚାରୀଙ୍କୁ ଏଠାରେ ରଖାଯାଇଛି। ଏହି କର୍ମଚାରୀମାନେ ଏହି ବିମାନକୁ ଅନେକ ଥର ଉଡ଼ାଇଛନ୍ତି। ଜୁଲାଇ ୨୬ରେ ସ୍ବାଧୀନତା ଦିବସ ପାଳନ ଅବସରରେ ମୁଇଜୁ କହିଥିଲେ, ଜଣେ ରୋଗୀଙ୍କୁ ଡର୍ନିୟର ବିମାନ ସାହାଯ୍ୟରେ କରାଯାଇଥିଲା, କିନ୍ତୁ ଡର୍ନିୟର ଏବଂ ଦୁଇଟି ଭାରତୀୟ ହେଲିକପ୍ଟର ଦ୍ୱାରା କରାଯାଇଥିବା ମୋଟ ଯାତ୍ରା ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri