ନିୟମିତ ଦାବିରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚୁକ୍ତିଭିତ୍ତିକ ଶିକ୍ଷକ

କେନ୍ଦୁଝର,୩ା୫(ସ୍ବ.ପ୍ର.): ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥାକୁ ୭ ମାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଚ୍ଛେଦ ଘୋଷଣା କରିଥିଲେ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ଫଳସ୍ବରୂପ ନିୟମିତ ନିଯୁକ୍ତି ଦାବିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଶକ୍ଷୟିତ୍ରୀ ଶିକ୍ଷକ ବାରମ୍ବାର ଆନ୍ଦୋଳନ ଜାରି ରଖିଥିଛନ୍ତି। ହେଲେ ସରକାର କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଆନ୍ଦୋଳନକୁ ଭଣ୍ଡୁର କରିବାକୁ ସକ୍ଷମ ହୋଇଥିବା ଓ ସରକାରୀ ହାଇସ୍କୁଲ ଚୁକ୍ତିଭିତ୍ତିକ ସଂଘ କେନ୍ଦୁଝର ଜିଲା ସଭାପତି ସୁବ୍ରତ ଲେଙ୍କା କ୍ଷୋଭର ସହ କହିଛନ୍ତି। ରାଜ୍ୟ ସରକାରଙ୍କ ଅନ୍ୟ ସମସ୍ତ ବିଭାଗରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ନିୟମିତ କରି ସାରିଥିବା ବେଳେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ କ୍ଷେତ୍ରରେ ଅବହେଳା କରାଯାଇ ଆସୁଥିବାରୁ ଏହା ପ୍ରତିବାଦରେ ଆସନ୍ତା ୬ ତାରିଖ ଭୁବନେଶ୍ୱର ଗାନ୍ଧୀ ମାର୍ଗଠାରେ ରାଜ୍ୟବ୍ୟାପୀ ଚୁକ୍ତିଭିତ୍ତିକ ଶିକ୍ଷୟିତ୍ରୀ/ଶିକ୍ଷକ ସମାବେଶ ହୋଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ କରାଯିବ ବୋଲି ସଭାପତି କହିଛନ୍ତି। ଏନେଇ ବୁଧବାର ସଂଘ ସଭାପତି ଶ୍ରୀ ଲେଙ୍କାଙ୍କ ନେତୃତ୍ୱରେ ହୃଦାନନ୍ଦ ବାରିକ, ଆଦିତ୍ୟ ମହାପାତ୍ର, ମନୋଜ କୁମାର ସେଠୀ, ଡମ୍ବରୁଧର ନାୟକ, ନମିତା ଦାସ ଓ ରିତା ମାଝି ପ୍ରମୁଖ ଜିଲାପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏବଂ ଜିଲା ଶିକ୍ଷା ଅଧିକାରୀଙ୍କୁ ଭେଟି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ୫ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ୬ ତାରିଖ ଭୁବନେଶ୍ୱରଠାରେ ହେବାକୁ ଥିବା ରାଜ୍ୟସ୍ତରୀୟ ଆନ୍ଦୋଳନରେ ଜିଲାରେ କାର୍ଯ୍ୟରତ ୭୦୦ରୁ ଊଦ୍ଧର୍‌ବ ଶିକ୍ଷୟିତ୍ରୀ/ ଶିକ୍ଷକ ସାମିଲ ହେବେ ବୋଲି ସଭାପତି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ: ୪ ବର୍ଷ ବିତିଯାଇଥିଲେ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ ଶ୍ରେଣୀଗୃହ

କେସିଙ୍ଗା,୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ଗ୍ରାମସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗତ ୨୪.୭.୧୯୮୩ରେ ସ୍ଥାପିତ ହୋଇଛି। ଏହି ବିଦ୍ୟାଳୟରେ ତତ୍କାଳୀନ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri