Posted inଭଦ୍ରକ

ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇଲେ ଠିକାଦାର

ଧାମନଗର,୨୬।୫(ଡି.ଏନ.ଏ): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଚମ୍ପାବାଗ ଅଙ୍ଗନଓ୍ବାଡି କେନ୍ଦ୍ରରେ ଠିକାଦାର କାମସାରି ବିଲ୍‌ ନ ପାଇବାରୁ ତାଲା ପକାଇ ରଖିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଅଙ୍ଗନଓ୍ବାଡି କେନ୍ଦ୍ର ମରାମତି ପାଇଁ ବୁଲବୁଲ ସହାୟତାରେ ଦୁଇଲକ୍ଷ ଟଙ୍କା ଦିଆଯାଇଥିଲା। ସମ୍ପୃକ୍ତ ଠିକାଦାର ୨୦୨୧ ମାର୍ଚ୍ଚ ରେ ମରାମତି କାର୍ଯ୍ୟ ଶେଷ କରିଥିଲେ। ହେଲେ ଅଦ୍ୟାବଧି ସେ ବିଲ୍‌ ପାଇନାହାନ୍ତି। ଏଥିପାଇଁ ସେ ବାରମ୍ବାର ବ୍ଲକ କାର୍ଯ୍ୟାଳୟ ଦୌଡ଼ି ଦୌଡ଼ି ନିରାଶ ହୋଇଛନ୍ତି। ସୋମବାର କେନ୍ଦ୍ର ଚାଲୁଥିବା ସମୟରେ ଅଙ୍ଗନଓ୍ବାଡି କର୍ମୀ ଓ ସହାୟକଙ୍କୁ ପଦାକୁ ବାହାର କରି ସେ ତାଲା ପକାଇ ଦେଇଥିଲେ। ଏନେଇ ଅଙ୍ଗନଓ୍ବାଡି କର୍ମୀ ବିଭାଗକୁ ଅବଗତ କରାଇଥିଲେ। ପରେ ବିଭାଗୀୟ ଅଧିକାରୀ ସମ୍ପୃକ୍ତ ଠିକାଦାରଙ୍କ ସହିତ କଥା ହେବା ପରେ ମଙ୍ଗଳବାର ତାଲା ଖୋଲିଥିଲେ। ଏ ସମ୍ପର୍କରେ ଉକ୍ତ ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ଦେବେନ୍ଦ୍ର ନାୟକଙ୍କୁ ପଚାରିବାରୁ ଦୁଇ ଲକ୍ଷ ଟଙ୍କାର ମରାମତି କାର୍ଯ୍ୟ ହୋଇନାହିଁ। ଯେଉଁ କାର୍ଯ୍ୟ ହୋଇଛି ତାହା ନିମ୍ନମାନର ହୋଇଥିବାରୁ ବିଲ୍‌ କରାଯାଇନାହିଁ। ଯେତିକି କାର୍ଯ୍ୟ ହୋଇଛି ସେ ଅନୁପାତରେ ବିଲ୍‌ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି…

୧୨ ଘଣ୍ଟିଆ ଭାରତ ବନ୍ଦ: ଭଦ୍ରକରେ ଜୋରଦାର ପ୍ରଭାବ

ଭଦ୍ରକ, ୧୨।୨(ସନାତନ ରାଉତ):କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଡାକରାରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ କରାଯାଇଛି l ଭଦ୍ରକ ସହରରେ ଏହାର ଜୋରଦାର ପ୍ରଭାବ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି।…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି…

ଧାନ କିଣାରେ ବିଭ୍ରାଟ : ବିଷ ବୋତଲ ଧରି ଧାରଣାରେ ବସିଲେ ଚାଷୀ

ବାସୁଦେବପୁର , ୨୭।୧(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପୁର ପଞ୍ଚାୟତର ବଛାଦା ସେବା ସମବାୟ ସମିତିରେ ଧାନ କିଣାରେ ବିଭ୍ରାଟ ନେଇ ମଙ୍ଗଳବାର ବିଷ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri