‘ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନରେ ଗୁରୁଙ୍କ ଅବଦାନ ଅତୁଳନୀୟ’

ଭଞ୍ଜନଗର,୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାଲେରୀ ଦଣ୍ଡପାଣି ମହାରଥା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଶାନ୍ତ କୁମାର ନାୟକ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ବ୍ଲକ ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକ
ଯୋଗଦେଇ ଗୁଣାତ୍ମକ ଶିକ୍ଷାର ବିକାଶ ଉପରେ କହିଥିଲେ।
ମୁଖ୍ୟବକ୍ତା ଭାବେ ଜଗନ୍ନାଥପ୍ରସାଦ ମହାବିଦ୍ୟାଳୟ ଅବସରପ୍ରାପ୍ତ ଅଧ୍ୟାପକ ଲୋକନାଥ ମହାନ୍ତି ଯୋଗଦେଇ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନରେ ଗୁରୁଙ୍କ ଅବଦାନ ଅତୁଳନୀୟ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ରୂପେ ଗାଲେରୀ ସରପଞ୍ଚ ସୁମିତ୍ରା ଗୌଡ଼, ସାର୍ଦୁଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସୁଦାମ ଦଳବରା, ମହାବିଦ୍ୟାଳୟ ଅଧ୍ୟାପକ ଶ୍ରୀତେଶ ଦାସ, ମହାବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ ପ୍ରଶାନ୍ତ କୁମାର ଦିଗାଲ, ବିଶିଷ୍ଟ ଶିକ୍ଷାବିତ୍‌ ମାନସ କୁମାର ପଣ୍ଡା ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଅଧ୍ୟାପକ ଦୁର୍ଗାମାଧବ ଦାସ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ମହାବିଦ୍ୟାଳୟ କର୍ମଚାରୀ ବିରୁପାକ୍ଷ ସାହୁ, ବଙ୍ଗାଲି ସେଠୀ, ଶୟନ, ଆକାଶ, ସାଗର, ଶ୍ରୀକାନ୍ତ, ପବିତ୍ର, ଶିଶିର, ଶୁଭଶ୍ରୀ, ଶିବାନୀ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri