‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ କାର୍ଯ୍ୟାଳୟରୁ ଥାନା ଛକରେ ଥିବା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ଶୋଭାଯାତ୍ରା ସହ ରୋଟାରି ଭବନରେ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଅବଦାନ ରଖିଥିବା ମହାମନିଷୀଙ୍କ ସ୍ମୃତିଚାରଣ କରିଥିଲେ। ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ପ୍ରଥମ ସଭା ମୟୂରଭଞ୍ଜ ମହାରାଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ କେନ୍ଦୁଝର ମହାରାଜ ଧନୁର୍ଜୟ ନାରାୟଣ ଭଞ୍ଜଦେଓ ଆବାହକ ରହିଥିଲେ। କେନ୍ଦୁଝରର ଅବଦାନକୁ ବକ୍ତାମାନେ ସ୍ମରଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀ, ଜିଲାପରିଷଦ ସଭାନେତ୍ରୀ ସାଗରିକା ସାହୁ, ମହିଳା ଶାଖା ଜିଲ୍ଲା ସଭାନେତ୍ରୀ କମଳିନୀ ପାତ୍ର, ପୂର୍ବତନ ଏମ୍‌ପି ମାଧବ ସର୍ଦ୍ଦାର, ବରିଷ୍ଠ ଉପସଭାପତି ପ୍ରମୋଦ ପଟ୍ଟନାୟକ, ନଗର ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ, ସଦର ବ୍ଲକ ସଭାପତି ଚକ୍ରଧର ପରିଡା, ଝୁମ୍ପୁରା ବ୍ଲକ ସଭାପତି ଡମ୍ବରୁଧର ଦାସ, ଝୁମ୍ପୁରା ବ୍ଲକ ଅଧ୍ୟକ୍ଷା ମାଳତୀ ନାଏକ, କେନ୍ଦୁଝରଗଡ଼ ପୌରପାଳିକାର କାଉନସିଲର କେକୀ କାକଳି କୁମୁରା, ରୀତା ପ୍ରଧାନ, ଦମୟନ୍ତୀ ଦାସ, ମୋନାଲିସା ଷଡ଼ଙ୍ଗୀ, ଜିଲା ପରିଷଦ ସଦସ୍ୟ ରଥ ମୁଣ୍ଡା, ଆଇନଜୀବୀ ସନ୍ତୋଷ ଦାସ,ସଂଜୀତ ଦାସ, ସଫିକ ଆନସାରୀ, ଅନାଦି ପ୍ରଧାନ, ଆଦିବାସୀ ନେତା ସତ୍ୟବ୍ରତ ନାଏକ, ପୂର୍ବତନ ନଗରପାଳ ତଥା ବରିଷ୍ଠ ନେତା ପ୍ରଭାଞ୍ଜନ ପଟ୍ଟନାୟକ, ଜିଲା ବିଜେଡି କୋଷାଧ୍ୟକ୍ଷ ରକ୍ଷାକର ସାହୁ,ବରିଷ୍ଠ ନେତା ଗଦାଧର ପଟ୍ଟନାୟକ, ବିପିନ ଆପଟ, ବୀରଭଦ୍ର ପରିଡା, ଟୁକୁ ପଲେଇ, ଧନୁ ମହାନ୍ତ, ଦୁଲିଆ ରାଠୋର, ଯୁବନେତା ଆଶିଷ ଆଚାର୍ଯ୍ୟ, ଟିକୁ ପ୍ରଧାନ, ସତ୍ୟାନନ୍ଦ ଆରୁକ, ମୁନା ପାଣି, ଦେବୁ ପଟ୍ଟନାୟକ, ସଫିକ ଆନସାରୀ,ବାସୁଦେବ ଜେନା, ବାବି ଦାସ, ଲୁଲୁ ସାହୁ, ସଞ୍ଜୟ ନାଏକ, ଟିକିନା ବ୍ରହ୍ମ, ରଞ୍ଜନ ବେହେରା,ରାଜୁ ବାରିକ,ପ୍ରତାପ ମହାକୁଡ଼, ଅରୁଣ ମନ୍ତ୍ରୀ, ଅଜୟ ଘଡେଇ,ପରମେଶ୍ୱର ବାରିକ, ମନ୍ମଥ ଘଣା, ଭୀମସେନ ଟୁଡୁ, ସୁଶାନ୍ତ ପ୍ରଧାନ, ତାପସ ନାଏକ, ମହିଳା ନେତ୍ରୀ ପୁନମ କୁମାରୀ, ମଞ୍ଜୁଲତା ନାୟକ, ଗୀତାରାଣୀ ଦାସଙ୍କ ସହ ଶତାଧିକ କର୍ମୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ବାମୁନି ଗ୍ରାମରେ ମରିଲେଣି ୨୫ରୁ ଉର୍ଦ୍ଧ୍ବ ଗୋରୁ, ମକା କାରଖାନାକୁ ଦାୟୀ କରୁଛନ୍ତି ଗ୍ରାମବାସୀ

ନବରଙ୍ଗପୁର,୧।୪(ସଦାଶିବ ପ୍ରହରାଜ): ମକା କାରଖାନାରୁ ବାହାରୁଛି ଦୂଷିତ ପାଣି । ତେବେ ଏହା ପିଇ ୨୫ରୁ ଉର୍ଦ୍ଧ୍ବ ଗାଈ, ବଳଦ, ବାଛୁରୀର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି…

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri